ଏଥର ସପ୍ତାହେ ବଦଳରେ ମାସେ

ଯାଜପୁର ଅଫିସ,୧୫।୧: ଭାରତରେ ବାର୍ଷିକ ୧.୫୦ ଲକ୍ଷ ଲୋକଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟୁଛି। ଏହାକୁ ଦୃଷ୍ଟିରେ ରଖି ଏବଂ ସାଧାରଣ ଲୋକଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ସାରା ଦେଶରେ ପ୍ରତିବର୍ଷ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ପାଳିତ ହୋଇ ଆସୁଛି। ତଥାପି ଦୁର୍ଘଟଣାଜନିତ ମୃତ୍ୟୁସଂଖ୍ୟା ହ୍ରାସ ପାଉନାହିଁ। ସେଥିପାଇଁ ଚଳିତବର୍ଷ ସପ୍ତାହେ ପରିବର୍ତ୍ତେ ଜାତୀୟ ସଡ଼କ ସୁରକ୍ଷା ୧ ମାସ ପାଳନ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ଏହି ପରିପ୍ରେକ୍ଷୀରେ ଭାରତ ସରକାରଙ୍କ ରୋଡ ଟ୍ରାନ୍ସପୋର୍ଟ ଆଣ୍ଡ ହାଇୱେ ମନ୍ତ୍ରଣାଳୟ ପକ୍ଷରୁ ୧୮ା୧ା୨୦୨୧ ରୁ ୧୭ା୨ା୨୦୨୧ ପର୍ଯ୍ୟନ୍ତ ୧ ମାସ ଧରି ‘ସଡ଼କ ସୁରକ୍ଷା ଜୀବନ ରକ୍ଷା’ ସ୍ଲୋଗାନ୍‌କୁ ନେଇ ଜାତୀୟ ସଡ଼କ ସୁରକ୍ଷା ମାସ ପାଳନ କରିବାକୁ ନିର୍ଦ୍ଦେଶ ଆସିଛି। ଅନ୍ୟପକ୍ଷେ କ୍ରାଇମ୍‌ ବ୍ରାଞ୍ଚ ଓ ସିଆଇଡି ରିପୋର୍ଟ ଅନୁସାରେ ଦୁର୍ଘଟଣାଜନିତ ମୃତ୍ୟୁରେ ଓଡ଼ିଶା ୧୨ ନମ୍ବର ସ୍ଥାନରେ ରହିଛି। ଏହାକୁ ଆଖି ଆଗରେ ରଖି ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ଏହାକୁ ଗୁରୁତର ସହ ନେଇଛି। ସଡ଼କ ସୁରକ୍ଷା ମାସ ପାଳନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଏହିକ୍ରମରେ ବିଭାଗୀୟ ଯୁଗ୍ମ ସଚିବ କିଶୋର ଚନ୍ଦ୍ର ଦାସ ଆସନ୍ତା ୧୫ରେ ଏକ ପ୍ରସ୍ତୁତି ବୈଠକ କରିବାକୁ ଘୋଷଣା କରିଥିବା ସୂଚନା ମିଳିଛି।
ପ୍ରାପ୍ତ ତଥ୍ୟ ଅନୁଯାୟୀ, ରାଜ୍ୟରେ ୨୦୧୪ରେ ୩୯୩୧ ଏବଂ ୨୦୧୯ ରେ ୫୩୩୩ ଜଣଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଯାହାକି ଏହି ୫ ବର୍ଷ ମଧ୍ୟରେ ୩୬ ପ୍ରତିଶତ ଅଧିକ। ଏଥିଯୋଗୁ ସାରା ଭାରତରେ ଓଡ଼ିଶା ଦୁର୍ଘଟଣାଜନିତ ମୃତ୍ୟୁରେ ୧୬ରୁ ୧୨ ର଼୍ୟାଙ୍କକୁ ବୃଦ୍ଧି ଘଟିଛି। ଏହା ଏକ ନକାରାମତ୍କ ଧାରା ଭାବେ ବିବେଚିତ ହୋଇଛି। ଫଳରେ ସଡ଼କ ସୁରକ୍ଷାରେ ସୁପ୍ରିମକୋର୍ଟ କମିଟି ୫୦ ପ୍ରତିଶତ ଦୁର୍ଘଟଣାଜନିତ ମୃତ୍ୟୁ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷେ ସିଆଇଡି ଓ କ୍ରାଇମ୍‌ ବ୍ରାଞ୍ଚର ରିପୋର୍ଟ ଅନୁସାରେ ୨୦୧୯ ସେପ୍ଟେମ୍ବର ଓ ଅକ୍ଟୋବର (ମୃତ୍ୟୁସଂଖ୍ୟା ୬୮୪)ଠାରୁ ୨୦୨୦ ସେପ୍ଟେମ୍ବର ଓ ଅକ୍ଟୋବରରେ (ମୃତ୍ୟୁସଂଖ୍ୟା ୮୭୨) ୨୭.୫ ପ୍ରତିଶତ ଅଧିକ ଦୁର୍ଘଟଣାଜନିତ ମୃତ୍ୟୁ ହୋଇଛି। ଏଥିରେ ଯାଜପୁର ଜିଲାରେ ଯଥାକ୍ରମେ ୨୮ ଓ ୩୫ ଜଣଙ୍କ ମୃତ୍ୟୁ ଘଟିଛି।
ରାଜ୍ୟର ୩୫ ପରିବହନ ଆଞ୍ଚଳିକ କାର୍ଯ୍ୟାଳୟ ଓ ୩୪ ପୋଲିସ ଜିଲାରେ ଯାଞ୍ଚ ବ୍ୟବସ୍ଥାରେ ନୈରାଶ୍ୟଜନକ ପ୍ରଦର୍ଶନ ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି ବୋଲି ଅଭିଯୋଗ ହୋଇଛି। ସମସ୍ତ ଏସ୍‌ପି, ଡିସିପି ଓ ପରିବହନ ଆଞ୍ଚଳିକ ଅଧିକାରୀ(ଆରଟିଓ)ମାନଙ୍କୁ ରାସ୍ତାରେ ଗାଡି ପାର୍କିଂ ସହ ଦ୍ରୁତ ଚାଳନା, ହେଲ୍‌ମେଟ ଆଇନ, ମୋବାଇଲ ଫୋନ ଧରି ଓ ମଦପିଇ ଗାଡି ଚାଳନା କରୁଥିବା ଆଇନ ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଜାତୀୟ ରାଜପଥ ନିର୍ମାଣ ଓ ସଂପ୍ରସାରଣରେ ବିଳମ୍ବ, ଅଣଓସାରିଆ ସଡ଼କ ପଥ, ଜବରଦଖଲ, ବେପରୁଆ ଗାଡିଚାଳନା, ଟ୍ରାଫିକ୍‌ ଆଇନର ଉଲ୍ଲଂଘନ, ଭାରିଯାନ ଚଳାଚଳରେ କଟକଣାର ଅଭାବ, ବିପର୍ଯ୍ୟସ୍ତ ରାସ୍ତା ଆଦି କାରଣରୁ ଦୁର୍ଘଟଣା ଓ ଦୁର୍ଘଟଣାଜନିତ ମୃତ୍ୟୁସଂଖ୍ୟା କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି। ଏ କ୍ଷେତ୍ରରେ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଓ ପୋଲିସର ଦୁର୍ବଳ ପଦକ୍ଷେପ ଯୋଗୁ ଆଇନ ଉଲ୍ଲଂଘନକାରୀମାନେ ସାବାଡ଼ ହୋଇ ପାରିନାହାନ୍ତି ବୋଲି ସାଧାରଣରେ ମତ ପ୍ରକାଶ ପାଇଛି।
ଜାତୀୟ ରାଜପଥ କର୍ତ୍ତୃପକ୍ଷ ଦେଉଥିବା ପ୍ରତିଶ୍ରୁତି ମୁତାବକ ନିରାପଦ ରାସ୍ତା ନିର୍ମାଣ କରାଯାଇପାରୁନାହିଁ। ଏହି କାରଣରୁ ସଡ଼କ ଦୁର୍ଘଟଣା ବୃଦ୍ଧି ପାଇବା ସହ ବ୍ୟାପକ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେଉଛି ବୋଲି ବିଭିନ୍ନ ସମୟରେ ମତପ୍ରକାଶ ପାଇଛି। ଏ ସଂକ୍ରାନ୍ତରେ ଯାଜପୁର ଆରଟିଓ ସଚ୍ଚିଦାନନ୍ଦ ପଣ୍ଡାଙ୍କୁ ପଚାରିବାରେ ସେ କହିଛନ୍ତି, କେନ୍ଦ୍ର ସରକାର ୧ ମାସ ପର୍ଯ୍ୟନ୍ତ ସଡ଼କ ସୁରକ୍ଷା ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ତେବେ ଜିଲାମାନଙ୍କରେ କ’ଣ କରାଯିବ ତାହା ଏଯାଏ ଠିକ୍‌ ହୋଇନାହିଁ। ଆସନ୍ତା ୧୮ରୁ ୨୪ ତାରିଖ ପର୍ଯ୍ୟନ୍ତ ସଡ଼କ ସୁରକ୍ଷା ସପ୍ତାହ ପାଳନ କରିବାକୁ ଏଯାଏ ନିର୍ଦ୍ଦେଶ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri