Posted inଖେଳ

ନେଟ୍ସରେ ବ୍ୟାଟିଂ କଲେ ଏହି ଦୁଇ ଭାରତୀୟ କ୍ରିକେଟର୍‌

ଗାଜିଆବାଦ, ୧୪।୭- କରୋନା ଭାଇରସ୍‌ ଲାଗି ଦୀର୍ଘ ଦିନ ଧରି ବିଶ୍ରାମ ନେବା ପରେ ଦୁଇ ଭାରତୀୟ କ୍ରିକେଟର ସୁରେଶ ରାଇନା ଓ ଯୁବ ଉଇକେଟ୍‌କିପର ରିଷଭ ପନ୍ତ ଏକାଠି ଟ୍ରେନିଂ ଆରମ୍ଭ କରିଛନ୍ତି। ଉଭୟ ସମସ୍ତ ସତର୍କତାକୁ ଅବଲମ୍ବନ କରି ଉତ୍ତର ପ୍ରଦେଶର ଗାଜିଆବାଦର ଏକ ଗ୍ରାଉଣ୍ଡରେ ନେଟ୍ସ କରିଛନ୍ତି। ନେଟ୍ସରେ ବ୍ୟାଟିଂ କରୁଥିବାର ଏକ ଭିଡିଓକୁ ରାଇନା ତାଙ୍କ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଯେଉଁଥିରେ ତାଙ୍କ ସହ ରିଷଭ ପନ୍ତଙ୍କୁ ମଧ୍ୟ ଦେଖିବାକୁ ମିଳିଛି। ଏହି ଭିଡିଓ ତଳେ ରାଇନା ଏକ କ୍ୟାପସନ ଲେଖିଛନ୍ତି, ଏଥିରେ ସେ ଉଲ୍ଲେଖ କରିଛନ୍ତି, ‘କଠିନ ପରିଶ୍ରମ କର, କଦାପି ଛାଡ଼ ନାହିଁ ଏବଂ ପୁରସ୍କୃତ ହୁଅ।’ ୨୦୧୧ ବିଶ୍ୱକପ୍‌ ବିଜୟୀ ଭାରତୀୟ ଦଳର ପ୍ରମୁଖ ସଦସ୍ୟ ୩୩ ବର୍ଷୀୟ ରାଇନା ଶେଷଥର ପାଇଁ ୨୦୧୮ରେ ଜାତୀୟ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ। ଭାରତୀୟ ଦଳ ପକ୍ଷରୁ ସେ ୧୮ ଟେଷ୍ଟ, ୨୨୬ ଦିନିକିଆ ଓ ୭୮ ଟି୨୦ ମ୍ୟାଚ୍‌ ଖେଳି ଯଥାକ୍ରମେ ୭୬୮, ୫୬୧୫ ଓ ୧୬୦୫ ରନ ସଂଗ୍ରହ କରିଛନ୍ତି। ଟେଷ୍ଟ ଓ ଟି୨୦ରେ ଗୋଟିଏ ଲେଖାଏ ସହ ଦିନିକିଆରେ ରାଇନା ୫ଟି ଶତକ ମାରିଛନ୍ତି। ଅପରପକ୍ଷରେ ମହେନ୍ଦ୍ର ସିଂ ଧୋନୀଙ୍କ ଅନୁପସ୍ଥିତିରେ ୨୨ ବର୍ଷୀୟ ପନ୍ତ ଭାରତର ପ୍ରଥମ ପସନ୍ଦର ଉଇକେଟ୍‌କିପର ରହିଛନ୍ତି। କିନ୍ତୁ ଖରାପ ଫର୍ମ ଲାଗି ତାଙ୍କୁ ଚଳିତ ବର୍ଷ ପ୍ରାରମ୍ଭରେ ବେଶ୍‌ ସମାଲୋଚନାର ଶିକାର ହେବାକୁ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?