Posted inଜାତୀୟ

ଚାଲିଗଲେ ପୂର୍ବତନ ବ୍ରିଗେଡିୟର ଅମରଜିତ୍‌ ସିଂ, ଚାଇନା ଓ ପାକ୍‌ ବିପକ୍ଷ ଯୁଦ୍ଧରେ ଥିଲା ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ,୧୦।୧: ୧୯୬୨ରେ ଭାରତ-ଚାଇନା ଯୁଦ୍ଧରେ ବୀରତ୍ୱ ପ୍ରଦର୍ଶନ କରିଥିବା ବ୍ରିଗେଡିୟର(ଅବସରପ୍ରାପ୍ତ) AJS ବହଲଙ୍କର ୮୨ବର୍ଷରେ ଦେହାନ୍ତ ହୋଇଛି। ଜାନୁଆରୀ ୮ ଅର୍ଥାତ୍‌ ସୋମବାର ହରିୟାଣାର କମାଣ୍ଡ ହସ୍ପିଟାଲରେ ସେ ମୃତ୍ୟୁ ବରଣ କରିଛନ୍ତି।

ବୟସ ସମ୍ବନ୍ଧୀୟ ରୋଗରେ ପୀଡିତ ହୋଇ ମୃତ୍ୟୁ ହୋଇଥିବା କୁହାଯାଉଛି। ବ୍ରିଗେଡିୟର ବହଲଙ୍କର ମୃତଦେହ ସଂସ୍କାର ଜାନୁଆରୀ ୧୦ ଚଣ୍ଡିଗଡରେ ଅନୁଷ୍ଠିତ ହେବ। ଏନେଇ ବ୍ରିଗେଡିୟରଙ୍କ ପରିବାର ଓ ଭାରତୀୟ ସେନା ଶୋକାକୁଳ ହୋଇଛନ୍ତି।

ସୂଚନାଯୋଗ୍ୟ, ୧୯୬୧ରେ ବୀର ବହଲ ଭାରତୀୟ ସେନାରେ ଯୋଗ ଦେଇଥିଲେ। ସେ ୧୭ ପାରା ଫିଲ୍ଡ ରେଜିମେଣ୍ଟରେ ଜଣେ ତୋପଖାନ ଅଧିକାରୀ ଥିଲେ। ୧୯୬୨,୧୯୬୫ ଓ ୧୯୭୧ ଯୁଦ୍ଧରେ ସେ ଭାଗ ନେଇଥିଲେ। ୧୯୬୨ ଅକ୍ଟୋବରରେ ସେ ୭ ଇନଫେକ୍ଟ୍ରି ବ୍ରିଗେଡର ଅଂଶ ହୋଇ ନାମକା ଚୁ ଠାରେ ଚାଇନା ସହ ସାହସର ସହ ଲଢିଥିଲେ। ଭାରତ-ଚାଇନା ଯୁଦ୍ଧରେ ସେ ବନ୍ଦୀ ହୋଇଥିଲେ। ସେ ୧୯୬୫ର କୁଚ୍‌ ଅପରେଶନ, ୧୯୭୧ର ଭାରତ-ପାକିସ୍ତାନରେ ଯୁଦ୍ଧ ଲଢିଥିଲେ। ବହଲ ୧୯୬୫ ଏପ୍ରିଲରେ ଜମ୍ମୁ କଶ୍ମିରର ନ୍ୟାଶନାଲ କ୍ୟାଡେଟ କର୍ପସ(ଏନସିସି)ର ଡେପୁଟି ଡାଇରେକ୍ଟର ଜେନେରାଲ ପଦରୁ ଅବସର ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍‌: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…

ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?