Posted inଜାତୀୟ

‘ଅଟଳ ବିହାରୀ ବାଜପେୟୀଙ୍କ ସମୟରେ ଏମିତି ଘଟୁ ନ ଥିଲା’

ପୁଣେ,୨୨।୨: ଆଜିକାଲି ମହାରାଷ୍ଟ୍ର ରାଜନୀତିରେ ଅଶାନ୍ତି ଦେଖାଦେଇଛି। ଶିବସେନାର ନାଁ ଏବଂ ନିର୍ବାଚନୀ ପ୍ରତୀକକୁ ନେଇ ବିବାଦ ଥମିବାର ନାଁ ନେଉନାହିଁ। ଏନେଇ ଏନସିପି ମୁଖ୍ୟ ଶରଦ ପାୱାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ସରକାରକୁ ଟାର୍ଗେଟ୍‌ କରିଛନ୍ତି। ଗୋଟିଏ ଆଦର୍ଶ ଏବଂ ଦଳ ଦେଶରେ ଭାଇଚାରାକୁ ନଷ୍ଟ କରୁଥିବା ସେ ଅଭିଯୋଗ କରିଛନ୍ତି।
ସେ କହିଛନ୍ତି, ଅଟଳ ବିହାରୀ ବାଜପେୟୀ ପ୍ରଧାନମନ୍ତ୍ରୀ ଥିଲେ, ସେତେବେଳେ ଦେଶର ସଂସ୍ଥା ଉପରେ ସେପରି ଆକ୍ରମଣ ହୋଇ ନ ଥିଲା। ନରେନ୍ଦ୍ର ମୋଦିଙ୍କ ଶାସନରେ ଦେଶର ସଂସ୍ଥା ଉପରେ ଆକ୍ରମଣ କରାଯାଇଥିଲା। ଆଜିର ସରକାର ଅନ୍ୟ ରାଜନୈତିକ ଦଳମାନଙ୍କୁ କାମ କରିବାକୁ ଅନୁମତି ଦେବାକୁ ଚାହୁଁନାହାଁନ୍ତି। ନିର୍ବାଚନ ଆୟୋଗ ବ୍ୟବହାର କରାଯାଉଛି। ମହାରାଷ୍ଟ୍ରରେ ରାଜନୈତିକ ଦଳକୁ ଟାର୍ଗେଟ୍‌ କରାଯାଇଛି। ନିର୍ବାଚନ ଆୟୋଗ ଏପରି ନିଷ୍ପତ୍ତି କେବେ ଦେଇ ନ ଥିଲେ। ପ୍ରଥମ ଥର ପାଇଁ ନିର୍ବାଚନ ଆୟୋଗର ଏପରି ନିଷ୍ପତ୍ତି ଦେଖିଛି।
ଏହା ବ୍ୟତୀତ ଶରଦ ପାୱାର କଂଗ୍ରେସ ଏବଂ ଏନସିପି ମଧ୍ୟରେ ହୋଇଥିବା ଲଢେଇ ମନେ ପକାଇ କହିଛନ୍ତି, ବାଲାସାହେବ ଠାକରେଙ୍କ ଦ୍ୱାରା ଶିବସେନା ଗଠନ କରାଯାଇଥିଲା ଏବଂ ଏହାର ନିର୍ବାଚନ ପ୍ରତୀକ ଆୟୋଗ ଅନ୍ୟ କାହାକୁ ଦିଆଯାଇଛି। ପାର୍ଟି ଏବଂ ନିର୍ବାଚନ ଚିହ୍ନକୁ ନେଇ ମୋର ମଧ୍ୟ କଂଗ୍ରେସ ସହ ଝଗଡା ହୋଇଥିଲା। କିନ୍ତୁ ସେହି ସମୟରେ ନିର୍ବାଚନ ଆୟୋଗର ନିଷ୍ପତ୍ତି ସଠିକ ଥିଲା।
ସୂଚନାଯୋଗ୍ୟ, ଏକନାଥ ଶିନ୍ଦେ ଗୋଷ୍ଠୀକୁ ଅସଲ ଶିବସେନା ଭାବେ ନିର୍ବାଚନ ଆୟୋଗ ସ୍ବୀକୃତି ଦେଇଛନ୍ତି। ଏହାକୁ ନେଇ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ୍‌ କରିଛି ଉଦ୍ଧବ ଗୋଷ୍ଠୀ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ ଖେଳିଲେ ବଡ଼ ଗେମ୍! ୪୮ ଘଣ୍ଟା ପରେ ଖୋଲିଲା ହର୍ମୁଜ୍ ପ୍ରଣାଳୀ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀରେ ଅବରୋଧ ହଟାଇବା ନେଇ ଘୋଷଣା କରିଛନ୍ତି। ଏକ ବିବୃତ୍ତିରେ ଟ୍ରମ୍ପ କହିଛନ୍ତି, “ଆମେ ଏବେ ଏହାକୁ ସମ୍ପୂର୍ଣ୍ଣ…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଚିନ୍ତା ବଢ଼ାଇଲା ରିପୋର୍ଟ, ଆଗାମୀ ୩-୪ ବର୍ଷ ପାଇଁ ଲାଗି ରହିପାରେ ଗ୍ୟାସ୍ ଅଭାବ!

ନୂଆଦିଲ୍ଲୀ,୧୫।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଯୋଗୁଁ ଭାରତ ସହ ଅନେକ ଦେଶରେ ଗ୍ୟାସର ଅଭାବ ଦେଖାଦେଇଛି । ଦେଶକୁ ଆଗାମୀ ତିନିରୁ ଚାରି ବର୍ଷ ପାଇଁ ଏହି ଚ୍ୟାଲେଞ୍ଜର…

ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ,ଏପରି କରନ୍ତୁ ଚେକ୍

ନୂଆଦିଲ୍ଲୀ,୧୫।୪: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା  ଫଳାଫଳ ପ୍ରକାଶ ପାଇଛି । ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ବର୍ତ୍ତମାନ UMANG ଆପରେ…

ଆଇନମନ୍ତ୍ରୀଙ୍କ ଘୋଷଣା, ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ବର,୧୫।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବଦଳିବ ଦର୍ଶନ ବ୍ୟବସ୍ଥା । ଖୁବଶୀଘ୍ର ସ୍ଲଟ ବୁକିଂ ମାଧ୍ୟମରେ…

ଏପ୍ରିଲ ୧୬ରେ ବଡ଼ ନିଷ୍ପତ୍ତି ନେବେ ଏମଏସ ଧୋନୀ! CSK ମ୍ୟାଚ୍…

ନୂଆଦିଲ୍ଲୀ,୧୫।୪:  ଏମଏସ ଧୋନୀ ଏପ୍ରିଲ ୧୬ରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ନିଷ୍ପତ୍ତି ତାଙ୍କର ପରବର୍ତ୍ତୀ ଆଇପିଏଲ ୨୦୨୬ ମ୍ୟାଚରେ ଅଂଶଗ୍ରହଣ କରିବା…

ରାଜଧାନୀରେ ଚାଞ୍ଚଲ୍ୟ: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା

ଭୁବନେଶ୍ୱର,୧୫।୪: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା। ଏଭଳି ଅଭାବନୀୟ ଘଟଣା ଘଟିଛି ନୟାପଲ୍ଲୀ ଥାନା ଅଞ୍ଚଳରେ। ନୟାପଲ୍ଲୀ ଥାନା ସାଲିଆସାହି ନାବାଳିକାଙ୍କ ପତ୍ତା ମିଳୁନି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri