Posted inଜାତୀୟ

‘ଅଟଳ ବିହାରୀ ବାଜପେୟୀଙ୍କ ସମୟରେ ଏମିତି ଘଟୁ ନ ଥିଲା’

ପୁଣେ,୨୨।୨: ଆଜିକାଲି ମହାରାଷ୍ଟ୍ର ରାଜନୀତିରେ ଅଶାନ୍ତି ଦେଖାଦେଇଛି। ଶିବସେନାର ନାଁ ଏବଂ ନିର୍ବାଚନୀ ପ୍ରତୀକକୁ ନେଇ ବିବାଦ ଥମିବାର ନାଁ ନେଉନାହିଁ। ଏନେଇ ଏନସିପି ମୁଖ୍ୟ ଶରଦ ପାୱାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ସରକାରକୁ ଟାର୍ଗେଟ୍‌ କରିଛନ୍ତି। ଗୋଟିଏ ଆଦର୍ଶ ଏବଂ ଦଳ ଦେଶରେ ଭାଇଚାରାକୁ ନଷ୍ଟ କରୁଥିବା ସେ ଅଭିଯୋଗ କରିଛନ୍ତି।
ସେ କହିଛନ୍ତି, ଅଟଳ ବିହାରୀ ବାଜପେୟୀ ପ୍ରଧାନମନ୍ତ୍ରୀ ଥିଲେ, ସେତେବେଳେ ଦେଶର ସଂସ୍ଥା ଉପରେ ସେପରି ଆକ୍ରମଣ ହୋଇ ନ ଥିଲା। ନରେନ୍ଦ୍ର ମୋଦିଙ୍କ ଶାସନରେ ଦେଶର ସଂସ୍ଥା ଉପରେ ଆକ୍ରମଣ କରାଯାଇଥିଲା। ଆଜିର ସରକାର ଅନ୍ୟ ରାଜନୈତିକ ଦଳମାନଙ୍କୁ କାମ କରିବାକୁ ଅନୁମତି ଦେବାକୁ ଚାହୁଁନାହାଁନ୍ତି। ନିର୍ବାଚନ ଆୟୋଗ ବ୍ୟବହାର କରାଯାଉଛି। ମହାରାଷ୍ଟ୍ରରେ ରାଜନୈତିକ ଦଳକୁ ଟାର୍ଗେଟ୍‌ କରାଯାଇଛି। ନିର୍ବାଚନ ଆୟୋଗ ଏପରି ନିଷ୍ପତ୍ତି କେବେ ଦେଇ ନ ଥିଲେ। ପ୍ରଥମ ଥର ପାଇଁ ନିର୍ବାଚନ ଆୟୋଗର ଏପରି ନିଷ୍ପତ୍ତି ଦେଖିଛି।
ଏହା ବ୍ୟତୀତ ଶରଦ ପାୱାର କଂଗ୍ରେସ ଏବଂ ଏନସିପି ମଧ୍ୟରେ ହୋଇଥିବା ଲଢେଇ ମନେ ପକାଇ କହିଛନ୍ତି, ବାଲାସାହେବ ଠାକରେଙ୍କ ଦ୍ୱାରା ଶିବସେନା ଗଠନ କରାଯାଇଥିଲା ଏବଂ ଏହାର ନିର୍ବାଚନ ପ୍ରତୀକ ଆୟୋଗ ଅନ୍ୟ କାହାକୁ ଦିଆଯାଇଛି। ପାର୍ଟି ଏବଂ ନିର୍ବାଚନ ଚିହ୍ନକୁ ନେଇ ମୋର ମଧ୍ୟ କଂଗ୍ରେସ ସହ ଝଗଡା ହୋଇଥିଲା। କିନ୍ତୁ ସେହି ସମୟରେ ନିର୍ବାଚନ ଆୟୋଗର ନିଷ୍ପତ୍ତି ସଠିକ ଥିଲା।
ସୂଚନାଯୋଗ୍ୟ, ଏକନାଥ ଶିନ୍ଦେ ଗୋଷ୍ଠୀକୁ ଅସଲ ଶିବସେନା ଭାବେ ନିର୍ବାଚନ ଆୟୋଗ ସ୍ବୀକୃତି ଦେଇଛନ୍ତି। ଏହାକୁ ନେଇ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ୍‌ କରିଛି ଉଦ୍ଧବ ଗୋଷ୍ଠୀ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri