Posted inଜାତୀୟ

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ ଯୁବଶକ୍ତିର ଅବଦାନ ଏହି କାର୍ଯ୍ୟକ୍ରମର ମୁଖ୍ୟ ପ୍ରସଙ୍ଗ ହେବ ବୋଲି ସରକାର ସୋମବାର ଘୋଷଣା କରିଛନ୍ତି। ଯୁବବର୍ଗଙ୍କ ସଫଳତା ଓ ଅବଦାନକୁ ପାଳନ କରିବାର ଯୋଜନା ଯନ୍ତରମନ୍ତର ଛାତ୍ର ଆନ୍ଦୋଳନ ପୂର୍ବରୁ ହୋଇଥିଲା ବୋଲି ପ୍ରତିରକ୍ଷା ସଚିିବ ଆର୍‌.କେ. ସିଂ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି। ବିକଶିତ ଭାରତ ଦିଗରେ ଆମ ଯାତ୍ରାର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ହେଉଛନ୍ତି ଯୁବବର୍ଗ। ୧୫ ତାରିଖରେ ଭାରତ ୮୦ତମ ସ୍ବାଧୀନତା ଦିବସ ପାଳନ କରିବାକୁ ଯାଉଛି। ଲାଲ୍‌କିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ ଉତ୍ସବ ପାଳନର ନେତୃତ୍ୱ ନେବେ। ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ମଧ୍ୟ ଚଳିତ ବର୍ଷ ୧୫୦ତମ ବର୍ଷରେ ପଦାର୍ପଣ କରିଛି। ସ୍ବାଧୀନତା ଆନ୍ଦୋଳନ ବେଳେ ଏହି ଗାନ ଲକ୍ଷ ଲକ୍ଷ ଲୋକଙ୍କୁ ପ୍ରେରଣା ଦେଇଥିଲା। ପ୍ରଧାନମନ୍ତ୍ରୀ ଲାଲ୍‌କିଲ୍ଲାରେ ପହଞ୍ଚତ୍ବା ପରେ ପ୍ରଥମେ ବନ୍ଦେ ମାତରମ୍‌ ଗାନ କରାଯିବ। ଏହା ପରେ ଜାତୀୟ ପତାକା ଉତ୍ତୋଳନ କରି ପ୍ରଧାନମନ୍ତ୍ରୀ ରାଷ୍ଟ୍ର ଉଦ୍ଦେଶ୍ୟରେ ଉଦ୍‌ବୋଧନ ଦେବେ ବୋଲି ପ୍ରତିରକ୍ଷା ସଚିବ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?