ଚଳିତବର୍ଷ ୧ ଲକ୍ଷ ହେକ୍ଟରରେ ଅଣଧାନ ଚାଷ

ଭୁବନେଶ୍ୱର,୮।୬(ବ୍ୟୁରୋ): ୨୦୨୨-୨୩ରେ ରାଜ୍ୟରେ ୧ ଲକ୍ଷ ହେକ୍ଟରରେ ଅଣଧାନ ତଥା ପନିପରିବା, ଡାଲିଜାତୀୟ, ତୈଳବୀଜ, ନଡ଼ିଆ, ଫଳଚାଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ଚାଷ ପାଇଁ ୫୩୧ କୋଟି ଟଙ୍କାର କ୍ଷୁଦ୍ର ଜଳସେଚନ ଆକ୍ସନ ପ୍ଲାନକୁ ଅନୁମୋଦନ କରାଯାଇଛି। ପ୍ରଧାନମନ୍ତ୍ରୀ କୃଷି ସିଚାଇ ଯୋଜନାରେ ଏହି ଅର୍ଥ ଖର୍ଚ୍ଚ କରାଯିବ। କ୍ଷୁଦ୍ର, ନାମମାତ୍ର ଚାଷୀଙ୍କୁ ଏହି ଯୋଜନାରେ ୬୦ରୁ ୮୦ ପ୍ରତିଶତ ପର୍ଯ୍ୟନ୍ତ ରିହାତି ଦେବାର ବ୍ୟବସ୍ଥା ରହିଛି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ଆକ୍ସନ ପ୍ଲାନକୁ ଅନୁମୋଦନ କରାଯାଇଛି। ରାଜ୍ୟରେ ଉତ୍ପାଦିତ ହେଉଥିବା ପନିପରିବା, ଆମ୍ବ, ପିଜୁଳି, ଅମୃତଭଣ୍ଡା, ଲେମ୍ବୁ, ପିଆଜ, ଟମାଟୋ ଆଦିର ସମ୍ପୂର୍ଣ୍ଣ ଅଧ୍ୟୟନ କରିବାକୁ ମୁଖ୍ୟ ଶାସନ ସଚିବ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଚାଷ ପାଇଁ ଉଦ୍ୟାନ କୃଷି ବିଭାଗ ଏକ ନିର୍ଦ୍ଦିଷ୍ଟ ଆକ୍ସନ ପ୍ଲାନ କରିବା ଆବଶ୍ୟକ। ପାଣି ସିଞ୍ଚନ ଓ କ୍ଷୁଦ୍ର ଜଳସେଚନକୁ ପ୍ରୋତ୍ସାହନ ଦେବା ପାଇଁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି। ବୈଠକରେ ଯୋଗ ଦେଇ କୃଷି ଉତ୍ପାଦନ କମିଶନର ସଞ୍ଜୀବ ଚୋପ୍ରା କହିଛନ୍ତି ଯେ ବରଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଅନୁଗୋଳ, ଢେଙ୍କାନାଳ, ଦେବଗଡ଼, ବୌଦ୍ଧ, ଯାଜପୁର ଜିଲାରେ କଦଳୀ, ପିଜୁଳି ଓ ଅମୃତଭଣ୍ଡା ଆଦି ଚାଷ କରାଯାଉଛି। ୨୦୨୧-୨୨ରେ ଏହିସବୁ ଜିଲାରେ ୧୦୧୫ ହେକ୍ଟର ଜମିରେ ଚାଷ କରାଯାଇଛି। ଏଥିପାଇଁ ୬୨ କୋଟି ଟଙ୍କା ବିନିଯୋଗ କରାଯାଇଛି। ଏହି ବୈଠକରେ ପଞ୍ଚାୟତିରାଜ ବିଭାଗ ସଚିବ ଅଶୋକା ମୀନା, ଅର୍ଥ ବିଭାଗ ସଚିବ ବିଶାଳ ଦେବ, ଜଳ ସମ୍ପଦ ବିଭାଗ ସ୍ବତନ୍ତ୍ର ସଚିବ ଅର୍ଚ୍ଚନା ପଟ୍ଟନାୟକ, କୃଷି ବିଭାଗ ସ୍ବତନ୍ତ୍ର ସଚିବ ସଞ୍ଜୀବ ଚଢ଼ା ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri