୧୪,୯୩୫ ଛାତ୍ରୀଛାତ୍ର ଦେଇ ନାହାନ୍ତି ନବମ ଶ୍ରେଣୀ ପରୀକ୍ଷା

ଭୁବନେଶ୍ୱର,୧୭।୫(ବ୍ୟୁରୋ): ନବମ ଶ୍ରେଣୀ ପରୀକ୍ଷା ଦେଇନାହାନ୍ତି ୧୪,୯୩୫ ଛାତ୍ରୀଛାତ୍ର। ମଙ୍ଗଳବାର ଶ୍ରେଣୀର ପରୀକ୍ଷା ଫଳ ପ୍ରକାଶ କରିବା ଅବସରରେ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏଭଳି ତଥ୍ୟ ଦିଆଯାଇଛି।

ଚଳିତ ବର୍ଷ ନବମ ଶ୍ରେଣୀରେ ମୋଟ ୫ ଲକ୍ଷ ୬୬ ହଜାର ୨୬୯ ଜଣ ଛାତ୍ରୀଛାତ୍ର ପଢ଼ୁଥିଲେ। ସେମାନଙ୍କ ମଧ୍ୟରୁ ୫ଲକ୍ଷ ୫୧ ହଜାର ୩୩୪ ଜଣ ପରୀକ୍ଷା ଦେଇଥିଲେ। ବାକି ୧୪,୯୩୫ ଜଣ ପରୀକ୍ଷାରେ ଅନୁପସ୍ଥିତ ରହିଥିବା ବୋର୍ଡ ପକ୍ଷରୁ ଜାରି ପ୍ରେସ୍‌ ରିଲିଜ୍‌ରେ କୁହାଯାଇଛି । ତେବେ ଏତେ ସଂଖ୍ୟକ ଛାତ୍ରଛାତ୍ରୀ ପରୀକ୍ଷା ନ ଦେବା ନେଇ ଜିଲା ଶିକ୍ଷାଧିକାରୀମାନଙ୍କୁ ରିପୋର୍ଟ ମଗାଯିବ। ମେ’ ୩୧ ତାରିଖ ସୁଦ୍ଧା ରିପୋର୍ଟ ଦାଖଲ କରିବାକୁ ସେମାନଙ୍କୁ କୁହାଯିବ। ନାଁ ଲେଖାଇଥିବା ସତ୍ତ୍ୱେ ଏହି ପିଲାମାନେ କାହିଁକି ପରୀକ୍ଷାରେ ଅନୁପସ୍ଥିତ ରହିଲେ, ତା’ର ରିପୋର୍ଟ ଦାଖଲ କରିବାକୁ ସେମାନଙ୍କୁ କୁହାଯିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।

ଅପରପକ୍ଷେ ନବମ ଶ୍ରେଣୀ ପରୀକ୍ଷା ଦେଇଥିବା ୫ ଲକ୍ଷ ୫୧ ହଜାର ୩୩୪ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୮୭.୨% ପାସ କରିଛନ୍ତି। ୯୦୩୯ ଜଣ ଛାତ୍ରଛାତ୍ରୀ A୧ ଗ୍ରେଡ ପାଇଥିବା ବେଳେ ୫୮,୯୯୧ ଜଣ A୨, ୧ଲକ୍ଷ ୧୮ ହଜାର ୭୯୨ ଜଣ B୧, ୧ଲକ୍ଷ ୪୫ ହଜାର ୧୬୩ ଜଣ B୨, ୧ଲକ୍ଷ ୯ହଜାର ୫୭୩ C, ୪୬ ହଜାର ୯୭୦ ଜଣ D, ୫ ହଜାର ୩୧୦ ଜଣ E, ୨୭ ହଜାର ୩୫୮ ଜଣ F(I) ଓ ୩୦ ହଜାର ୧୩୮ ଜଣ F(II) ଗ୍ରେଡ ପାଇଛନ୍ତି। ତେବେ ପରୀକ୍ଷା ଦେଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଦଶମ ଶ୍ରେଣୀକୁ ଉନ୍ନୀତ କରାଯାଇଛି। କିନ୍ତୁ F(II) ଗ୍ରେଡ ପାଇଥିବା ୩୦ ହଜାର ୧୩୮ ଜଣ ଛାତ୍ରଛାତ୍ରୀଙ୍କୁ ଇମ୍ପ୍ରୁଭମେଣ୍ଟ ଟେଷ୍ଟ ଦେବାକୁ ପଡ଼ିବ। ସମ୍ପୃକ୍ତ ସ୍କୁଲ ଏହି ପରୀକ୍ଷା କରିବ। ସେମାନେ ଫେଲ ହୋଇଥିବା ପ୍ରତି ବିଷୟରେ କ୍ୱାଲିଫାଇଙ୍ଗ ମାର୍କ (୩୦%) ରଖିବାକୁ ସେମାନଙ୍କୁ ୩ଟି ସୁଯୋଗ ଦିଆଯିବ। ସଂପୃକ୍ତ ସ୍କୁଲ ଗୁ ଏହି ପିଲାମାନଙ୍କୁ ମେ’ ୩୧ ତାରିଖ ପର୍ଯ୍ୟନ୍ତ ପାଇବେ। ତା’ପରେ ଜୁନ୧, ୮ ଓ ୧୬ରେ ଇମ୍ପ୍ରୁଭମେଣ୍ଟ ଟେଷ୍ଟ କରାଇବେ। ଯେଉଁମାନେ ପ୍ରଥମ ଇମ୍ପ୍ରୁଭମେଣ୍ଟ ଟେଷ୍ଟରେ କ୍ୱାଲିଫାଇ ନ କରିବେ ସେମାନେ ଦ୍ୱିତୀୟ ଟେଷ୍ଟ ଦେବେ। ସେଥିରେ ବି କ୍ୱାଲିଫାଇ ନହେଲେ ତୃତୀୟ ଟେଷ୍ଟ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?