ଖରିଫ୍‌ର ୮, ରବିର ୯ ଫସଲ ବୀମାଭୁକ୍ତ ହେବ

ଭୁବନେଶ୍ୱର,୨୧ା୬(ବ୍ୟୁରୋ):ଚଳିତ ବର୍ଷ ଖରିଫ୍‌ ଋତୁରେ ୮ ଓ ରବି ଋତୁରେ ୯ ଟି ଫସଲକୁ ବୀମାଭୁକ୍ତ କରାଯିବ। ସୋମବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଫସଲବୀମା ସମନ୍ବୟ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ ଖରିଫ୍‌ ଋତୁରେ ଧାନ, ଚିନାବାଦାମ, ମକା, ହରଡ଼, ମାଣ୍ଡିଆ, ତୁଳା, ଅଦା ଓ ହଳଦୀକୁ ବୀମାଭୁକ୍ତ କରିବା ପାଇଁ ନିଷ୍ପତ୍ତି ହୋଇଥିବା ବେଳେ ରବି ଋତୁରେ ଧାନ, ଚିନାବାଦାମ, ବିରି, ମୁଗ, ସୋରିଷ, ସୂର୍ଯ୍ୟମୁଖୀ, ଆଖୁ, ଆଳୁ ଏବଂ ପିଆଜ ଆଦି ୯ଟି ଫସଲ ବୀମାଭୁକ୍ତ ହେବ। ସାଧାରଣତଃ ଧାନ ଫସଲ ପାଇଁ ଗୋଟିଏ ପଞ୍ଚାୟତ ବା ସହରାଞ୍ଚଳ ଏବଂ ଅଣ-ଧାନ ଫସଲ ଲାଗି ଏକ ବ୍ଲକକୁ ବୀମା ୟୁନିଟ୍‌ ଭାବେ ବିଚାର କରାଯିବ। ଚଳିତ ବର୍ଷ ଜୁଲାଇ ୩୧କୁ ଖରିଫ୍‌ ପସଲ ବୀମା ପଞ୍ଜୀକରଣର ଶେଷ ତାରିଖ ଭାବେ ଧାର୍ଯ୍ୟ କରାଯାଇଛି। ଏହି ଦିନ ସୁଦ୍ଧା ଚାଷୀମାନେ ନିଜ ନିଜ ଫସଲବୀମା ଋଣ ନେଉଥିବା ବ୍ୟାଙ୍କ ଜରିଆରେ ପଞ୍ଜୀକରଣ କରିପାରିବେ । ଯେଉଁମାନେ ଚାଷୀଋଣ ନେଉନାହାନ୍ତି ସେମାନେ ମଧ୍ୟ ନିକଟସ୍ଥ ଜନସେବା କେନ୍ଦ୍ର, ନିଜର ସେଭିଙ୍ଗ୍ସ୍‌ ଆକାଉଣ୍ଟ ଥିବା ବ୍ୟାଙ୍କ ବା ସମ୍ପୃକ୍ତ ଜିଲା ପାଇଁ ନିର୍ଦ୍ଧାରିତ ଫସଲବୀମା କମ୍ପାନୀ ଏଜେଣ୍ଟଙ୍କ ମାଧ୍ୟମରେ ଫସଲ ବୀମା କରାଇପାରିବେ।
କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ସ୍ବତନ୍ତ୍ର ଶାସନ ସଚିବ ସଞ୍ଜୀବ କୁମାର ଚଢ଼ା ଚଳିତ ବର୍ଷ ପାଇଁ ଫସଲ ବୀମା ସମ୍ବନ୍ଧିତ ବିଷୟ ଆଲୋଚନା ନିମନ୍ତେ ଉପସ୍ଥାପନ କରିଥିଲେ। ଅନ୍ୟପକ୍ଷରେ ବୀମା ସର୍ତ୍ତ ଅନୁସାରେ କ୍ଷତିପୂରଣ ପାଇଁ ଯୋଗ୍ୟ ବିବେଚିତ ସମସ୍ତ ଚାଷୀଙ୍କୁ ତୁରନ୍ତ ବୀମାରାଶି ପ୍ରଦାନ କରିବାକୁ ମୁଖ୍ୟ ଶାସନ ସଚିବ ବୀମା କମ୍ପାନୀଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ସେ କହିଛନ୍ତି, କୃଷକଙ୍କ ପ୍ରାପ୍ୟ ପ୍ରଦାନରେ ବିଳମ୍ବ ଗ୍ରହଣୀୟ ନୁହେଁ। ସେମାନଙ୍କ ବ୍ୟାଙ୍କ ଖାତାକୁ ବୀମାରାଶି ପଠାଇବାରେ କୌଣସି ପ୍ରକାର ଅବହେଳାକୁ ସରକାର ଗୁରୁତର ସହ ବିଚାର କରିବେ। ଚାଷ ହୋଇଥିବା କ୍ଷେତର ପରିମାଣ ଏବଂ ଅମଳ ହାର ନିର୍ଦ୍ଧାରଣ ନିମନ୍ତେ ଆଧୁନିକ ସାଟେଲାଇଟ୍‌ ଗବେଷଣା କୌଶଳଗୁଡ଼ିକର ପ୍ରୟୋଗ ପାଇଁ ମଧ୍ୟ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ଏକ ସମନ୍ବିତ ବୈଷୟିକ କାର୍ଯ୍ୟାନ୍ବୟନ ଯୋଜନା ପ୍ରସ୍ତୁତ କରିବା ଲାଗି ସେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଏବଂ ଓଡ଼ିଶା ମହାକାଶ ଗବେଷଣା ଉପଯୋଗ କେନ୍ଦ୍ରକୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ବର୍ଷଠାରୁ ସାଟେଲାଇଟ୍‌ କୌଶଳଭିତ୍ତିରେ ରାଜ୍ୟର ସବୁ ଅଞ୍ଚଳରେ ଶସ୍ୟୱାରି ଚାଷ ହୋଇଥିବା ଜମିର ପରିମାଣ ଏବଂ ଅମଳ ହାର ଆକଳନ କରିବା ନିମନ୍ତେ ବୈଠକରେ ନିଷ୍ପତ୍ତି ହୋଇଛି।
ବୀମା ପ୍ରିମିୟମ୍‌ର ଶତକଡ଼ା ୯୮ ଭାଗ ରାଜ୍ୟ ଓ କେନ୍ଦ୍ର ସରକାର ଦିଅନ୍ତି। ସମ୍ପୃକ୍ତ ଚାଷୀ ୨% ପ୍ରିମିୟମ ଭରଣା କରିଥାଆନ୍ତି। ୨୦୨୧ ଖରିଫ୍‌ ଋତୁରେ ପ୍ରାୟ ୧୨.୩୦ ଲକ୍ଷ ଚାଷୀଙ୍କର ୧୦.୫୦ ଲକ୍ଷ ହେକ୍ଟର ଚାଷଜମି ବୀମାଭୁକ୍ତ ହୋଇଥିଲା। ଏହି ବୈଠକରେ ଅର୍ଥ ବିଭାଗ ସଚିବ ବିଶାଳ କୁମାର ଦେବ, ସମବାୟ ସଚିବ ସଞ୍ଜୀବ କୁମାର ଚଢ଼ା, କୃଷି ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧାରୀ ଓ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?