Posted inଜାତୀୟ

ଏବର୍ଷ ଅଧିକ ତାତି: ଆଇଏମଡି…

ନୂଆଦିଲ୍ଲୀ,୧।୪ : ପାଣିପାଗ ବିଭାଗ ଅନୁଯାୟୀ ଚଳିତ ବର୍ଷ ଅତ୍ୟଧିକ ତାତି ଅନୁଭୁତ ହେବ। ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) କହିଛି ଯେ ଚଳିତ ବର୍ଷ ଏପ୍ରିଲରୁ ଜୁନ ମଧ୍ୟରେ ସର୍ବାଧିକ ତାପମାତ୍ରା ଅନୁଭୁତ ହେବ। ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହିବ। ତଥାପି, ଉତ୍ତର ପୂର୍ବ ରାଜ୍ୟ ଏବଂ ଦକ୍ଷିଣର ମାଳଭୂମି ଅଞ୍ଚଳରେ ତାପମାତ୍ରା ସ୍ବାଭାବିକ ରହିବ। ପାଣିପାଗ ବିଭାଗ କହିଛି ଯେ ଚଳିତ ବର୍ଷ କେନ୍ଦ୍ରୀୟ, ପୂର୍ବ ଏବଂ ଉତ୍ତର ପଶ୍ଚିମ ଭାରତରେ ମଧ୍ୟ ଉତ୍ତାପ ଲହର ଅଧିକ ଦିନ ଜାରି ରହିବ।

ଏକ ଭର୍ଚୁଆଲ ଖବରଦାତାସମ୍ମିଳନୀରେ ପାଣିପାଗ ବିଭାଗର ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଯେ ବିହାର, ଝାଡଖଣ୍ଡ, ଉତ୍ତରପ୍ରଦେଶ, ଓଡିଶା, ପଶ୍ଚିମବଙ୍ଗ, ଛତିଶଗଡ, ମହାରାଷ୍ଟ୍ର, ଗୁଜୁରାଟ, ପଞ୍ଜାବ ଏବଂ ହରିୟାଣାରେ ଉତ୍ତାପ ଲହର ପ୍ରବାହିତ ଦିନ ସଂଖ୍ୟା ଏବଂ ଏହାର ପ୍ରଭାବରେ ବୃଦ୍ଧି ଘଟିବ। ସେ କହିଛନ୍ତି ଯେ ଚଳିତ ବର୍ଷ ଏପ୍ରିଲରୁ ଜୁନ ପର୍ଯ୍ୟନ୍ତ ଦେଶର ଅଧିକାଂଶ ଅଞ୍ଚଳରେ ସାଧାରଣ ଉତ୍ତାପଠାରୁ ଅଧିକ ଅନୁଭୂତ ହେବ। ଏପ୍ରିଲ ମାସରେ ବର୍ଷା ସ୍ବାଭାବିକ ହେବ। ଅନ୍ୟପକ୍ଷରେ ପୂର୍ବ ଏବଂ ଉତ୍ତର ପୂର୍ବ ଅଞ୍ଚଳରେ ସୱାଭାବିକଠାରୁ ସାମାନ୍ୟ କମ ବର୍ଷା ହେବାର ଆଶଙ୍କା ରହିଛି।

ତାପମାତ୍ରାକୁ ପ୍ରଭାବିତ କରୁଥିବା ପାଣିପାଗ ସ୍ଥିତି ଏଲ ନିନୋ ତିନି ବର୍ଷ ପରେ ଫେରି ଆସୁଛି। ଏଲ ନିନୋ ପ୍ରଭାବ ଯୋଗୁ ୨୦୨୩ରେ ତାପମାତ୍ରା ବୃଦ୍ଧି ହେବାର ସମ୍ଭାବନା ଅଛି। ପବନ, ସମୁଦ୍ର ସ୍ରୋତ, ସାମୁଦ୍ରିକ ଏବଂ ବାୟୁମଣ୍ଡଳୀୟ ତାପମାତ୍ରା ଏବଂ ଜୈବ ପରିବେଶ ମଧ୍ୟରେ ସନ୍ତୁଳନ ବ୍ୟାହତ ହେବା ଏଲ ନିନୋ ଯୋଗୁ ହୋଇଥାଏ। ଯାହା ସମୁଦ୍ର ଜଳର ତାପମାତ୍ରାକୁ ବଢ଼ାଇଥାଏ। ଏଲ ନିନୋ ପ୍ରଶାନ୍ତ ମହାସାଗରର ସମୁଦ୍ର ପୃଷ୍ଠର ତାପମାତ୍ରାରେ ପର୍ଯ୍ୟାୟକ୍ରମେ ପରିବର୍ତ୍ତନ ଘଟାଏ, ଯାହା ବିଶ୍ୱର ପାଗ ଉପରେ ମଧ୍ୟ ପ୍ରଭାବ ପକାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri