ଏବର୍ଷ ହେବନି ନାଗାର୍ଜୁନ ବେଶ

ପୁରୀ ଅଫିସ, ୧୦।୨: ଚଳିତ ବର୍ଷ ମହାପ୍ରଭୁଙ୍କର ଦୁର୍ଲ୍ଲଭ ନାଗାର୍ଜୁନ ବେଶ ହେବ ନାହିଁ। କାରଣ ଚଳିତବର୍ଷର ପଞ୍ଜିକାରେ ଏହା ପଡୁନାହିଁ। ମଙ୍ଗଳବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଆୟୋଜିତ ନୀତିକାନ୍ତି ନିର୍ଦ୍ଧାରଣ ବୈଠକ ପରେ ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ ଏହି ସୂଚନା ଦେଇଛନ୍ତି। ଫଳରେ ଏ ନେଇ ଦୀର୍ଘଦିନ ଧରି ଚାଲିଥିବା ସମସ୍ତ କଳ୍ପନାଜଳ୍ପନାର ଅବସାନ ଘଟିଛି।
ଚଳିତବର୍ଷ ପଣାସଂକ୍ରାନ୍ତିଠାରୁ ବର୍ଷସାରା ହେବାକୁ ଥିବା ଦାରୁଦିଅଁଙ୍କ ନୀତିକାନ୍ତି ସଂକ୍ରାନ୍ତ ବୈଠକରେ ଶ୍ରୀମନ୍ଦିର ନୀତି ପ୍ରଶାସକ ସଭାପତିତ୍ୱ କରିଥିଲେ। ଏଥିରେ ମୁକ୍ତିମଣ୍ଡପ ପଣ୍ଡିତ ସଭାର ସଦସ୍ୟ, ପଞ୍ଜିକାର, ପୂଜାପଣ୍ଡା ନିଯୋଗ, ଶ୍ରୀମନ୍ଦିର ପରିଚାଳନା କମିଟି ଏବଂ ଦେଉଳ କରଣର ସଦସ୍ୟମାନେ ଉପସ୍ଥିତ ଥିଲେ। ସମସ୍ତଙ୍କ ସହମତି କ୍ରମେ ମେଷ ମାସଠାରୁ ମୀନ ମାସ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ନୀତିକାନ୍ତି ଓ ପର୍ବପର୍ବାଣି ନୀତି ନିର୍ଘଣ୍ଟ ହୋଇଛି। ଏହି ନିର୍ଦ୍ଧାରିତ ନୀତିକାନ୍ତି ଆଧାରରେ ହିଁ ପଞ୍ଜିକା ପ୍ରସ୍ତୁତ କରିବା ପାଇଁ ପଞ୍ଜିକାରମାନଙ୍କୁ ପରାମର୍ଶ ଦିଆଯାଇଛି। ପ୍ରତିବର୍ଷ ଏଭଳି ଭାବେ ପଞ୍ଜିକାରମାନେ ପଞ୍ଜିକା ପ୍ରସ୍ତୁତ ପରେ ପାଣ୍ଡୁଲିପି ପ୍ରଦାନ କରିଥାଆନ୍ତି। ତାହାକୁ ମୁକ୍ତିମଣ୍ଡପ ପଣ୍ଡିତ ସଭାକୁ ଦିଆଯାଇଥାଏ। ପଣ୍ଡିତମାନେ ଏହାର ଅନୁଶୀଳନ କରିବା ପରେ ପଞ୍ଜିକା କମିଟିର ସଦସ୍ୟମାନେ ଏ ନେଇ ଚୂଡ଼ାନ୍ତ ମୋହର ମାରିଥାନ୍ତି। ତେବେ ଚଳିତବର୍ଷ ପଞ୍ଜିକାରେ ନାଗାର୍ଜୁନ ବେଶ ପଡୁ ନ ଥିବା ମୁକ୍ତିମଣ୍ଡପ ପଣ୍ଡିତ ସଭା କହିଛି। ପୂର୍ବରୁ କେତେକ କ୍ୟାଲେଣ୍ଡର ଓ ପଞ୍ଜିକାରେ ଚଳିତବର୍ଷ ନାଗାର୍ଜୁନ ବେଶ ପଡୁଥିବା ନେଇ ଦର୍ଶାଯାଇଥିଲା। ତେବେ ଏହା ସତ୍ୟ ନୁହେଁ ବୋଲି ମୁକ୍ତିମଣ୍ଡପ ପଣ୍ଡିତ ସଭା ପ୍ରକାଶ କରିଛି। ଏଭଳି ଭୁଲ ତଥ୍ୟ ଦେଉଥିବା ପଞ୍ଜିକା ଓ କ୍ୟାଲେଣ୍ଡର ଛପା ସଂସ୍ଥା ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ପଣ୍ଡିତ ସଭା ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ରୋହ ଭିତରେ ଇନଷ୍ଟାଗ୍ରାମ୍‌ ଛାଡିଲେ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ, କାରଣ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ, ୨୩ା୭: ଜନ୍ତର-ମନ୍ତରରେ ଛାତ୍ର ଏବଂ ‘କକରୋଚ୍ ଜନତା ପାର୍ଟି’ର ପ୍ରଦର୍ଶନ ଜାରି ରହିଛି। ଏହି ସମୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ ନୈମିଷା…

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri