ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ ସମସ୍ତ ପୂର୍ବ ରେକର୍ଡ ଭାଙ୍ଗିଛି। ମୋଟ ୩୦ କୋଟି ଟଙ୍କାର ବ୍ୟବସାୟ କରି ଏହା ଏକ ନୂଆ ମାଇଲଖୁଣ୍ଟ ସ୍ଥାପନ କରିଛି।

ଚଳିତ ବର୍ଷ ମେଳାରେ ରେକର୍ଡ ୪୦୦ଟି ଷ୍ଟଲ୍ ପଡ଼ିଥିଲା। ଏଥିରେ ପାରମ୍ପରିକ ଖାଦ୍ୟର ମଜା ନେବା ପାଇଁ ଏକ ବିଶାଳ ‘ଫୁଡ୍ କୋର୍ଟ’ ମଧ୍ୟ ରହିଥିଲା। ରାଜ୍ୟର ବିଭିନ୍ନ ସିନେମା ହଲ୍‌ରେ ପ୍ରଚାର ଭିଡିଓ ମାଧ୍ୟମରେ ଜନସଚେତନତା ସୃଷ୍ଟି କରାଯାଇଥିଲା, ଫଳରେ ୫ ଲକ୍ଷରୁ ଅଧିକ ପରିଦର୍ଶକ ମେଳା ବୁଲିବା ସହ ଗ୍ରାମୀଣ ଉଦ୍ୟୋଗୀଙ୍କୁ ଉତ୍ସାହିତ କରିଥିଲେ।

ପ୍ରଥମ ଥର ପାଇଁ ସ୍ୱୟଂ ସହାୟକ ଗୋଷ୍ଠୀ (SHG) ଏବଂ ନୂତନ ଉଦ୍ୟୋଗୀଙ୍କ ପାଇଁ ବ୍ୟବସାୟିକ ଅଭିବୃଦ୍ଧି ଓ ମାର୍କେଟିଂ ଉପରେ ଦୈନିକ କର୍ମଶାଳା ଆୟୋଜିତ ହୋଇଥିଲା।ପିଲାମାନଙ୍କ ପାଇଁ ସ୍ୱତନ୍ତ୍ର ‘କିଡ୍ସ ଜୋନ୍’ ଏବଂ ଓଡ଼ିଶାର ହସ୍ତତନ୍ତ ଐତିହ୍ୟକୁ ପ୍ରଦର୍ଶିତ କରିବା ପାଇଁ ଏକ ଆଧୁନିକ ‘ଫ୍ୟାଶନ ଶୋ’ ଆୟୋଜିତ ହୋଇଥିଲା। ମକର ସଂକ୍ରାନ୍ତି ଅବସରରେ ଓରମାସ (ORMAS) ପକ୍ଷରୁ ଆୟୋଜିତ ରଙ୍ଗବେରଙ୍ଗର ‘ଗୁଡ଼ି ଶୋ’ ପରିଦର୍ଶକଙ୍କୁ ବେଶ୍ ଆକୃଷ୍ଟ କରିଥିଲା।

ମେଳାରେ ଜିଆଇ (GI) ଟ୍ୟାଗ୍ ପ୍ରାପ୍ତ ସାମଗ୍ରୀ ଏବଂ ‘ୱାନ୍ ଡିଷ୍ଟ୍ରିକ୍ଟ ୱାନ୍ ପ୍ରୋଡକ୍ଟ’ (ODOP) ସାମଗ୍ରୀକୁ ପ୍ରାଥମିକତା ଦିଆଯାଇଥିଲା। ଏହାଦ୍ୱାରା ଗ୍ରାମୀଣ କାରିଗରମାନେ ନିଜ କଳାର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବାରେ ସଫଳ ହୋଇଛନ୍ତି। ମେଳା ପରିସରରେ କରାଯାଇଥିବା ସୁନ୍ଦର ରାସ୍ତା ଚିତ୍ର ଏବଂ ବାଲୁକା କଳା ଉତ୍ସବର ପରିବେଶକୁ ଆହୁରି ଦ୍ୱିଗୁଣିତ କରିଥିଲା।

ପ୍ରତିଦିନ ସନ୍ଧ୍ୟାରେ ଓଡ଼ିଶୀ ନୃତ୍ୟ, ପାଇକ ଆଖଡ଼ା, ସମ୍ବଲପୁରୀ ଲୋକନୃତ୍ୟ ଏବଂ ବିଭିନ୍ନ ରାଜ୍ୟରୁ ଆସିଥିବା କଳାକାରଙ୍କ ପ୍ରଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri