ଚଳିତ ବର୍ଷ ଚାକିରି ସଂଖ୍ୟା ୫.୨ କୋଟି କମିବ, ୨.୧ କୋଟିରୁ ଅଧିକ ହେବେ ବେରୋଜଗାର …

ନୂଆଦିଲ୍ଲୀ, ୧୯।୧ : ଦେଶରେ କରୋନା ସଂକ୍ରମଣ ଯୋଗୁ ଦିନ କୁ ଦିନ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଚଳିତ ୨୦୨୨ରେ କରୋନା ମହାମାରୀ ଯୋଗୁ ବେକାରି ସମସ୍ୟା ପୁଣି ବଢ଼ିବାର ଆଶଙ୍କା ରହିଛି। ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଏ) ଦ୍ୱାରା ପ୍ରକାଶିତ ସଦ୍ୟତମ ରିପୋର୍ଟ ଅନୁଯାୟୀ ଚଳିତ ବର୍ଷ ମହାମାରୀ ପ୍ରଭାବ ଯୋଗୁ ନିଯୁକ୍ତିରେ ଦୁଇ ପ୍ରତିଶତ ହ୍ରାସ ଘଟିବ।

ଫଳରେ ଚାକିରି ସଂଖ୍ୟା ୫.୨ କୋଟି କମିବ। ରିପୋର୍ଟ ଅନୁଯାୟୀ, ୨୦୨୨ରେ ବେକାରଙ୍କ ସଂଖ୍ୟା ୨୦.୭ କୋଟିରୁ ଅଧିକରେ ପହଞ୍ଚିପାରେ। ଏହି ସଂଖ୍ୟା ୨୦୧୯ ବର୍ଷ ତୁଳନାରେ ୨.୧ କୋଟି ଅଧିକ।

୨୦୨୩ ସୁଦ୍ଧା ବଶ୍ୱସ୍ତରରେ ବେକାରି ସଂଖ୍ୟା ପୂର୍ବ-ମହାମାରୀ ସ୍ତରଠାରୁ ଅଧିକ ରହିପାରେ ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି॥ ଆଇଏଲଏର ମହାନିର୍ଦ୍ଦେଶକ ଗାଇ ରାଇଡର୍‌ କହିଛନ୍ତି ଯେ କରୋନା ମହାମାରୀ ସଙ୍କଟର ଦୁଇ ବର୍ଷ ବିତିବା ପରେ ମଧ୍ୟ ପରିସ୍ଥିତି ସଙ୍କଟ ଜନକ ରହିଛି।

ପୁନରୁଦ୍ଧାରର ଧାରା ମନ୍ଥର ଏବଂ ଅନିଶ୍ଚିତତାରେ ପରିପୂର୍ଣ୍ଣ ବୋଲି ସେ କହିଛନ୍ତି। ଅନେକ ଶ୍ରମିକଙ୍କୁ ନୂତନ ପ୍ରକାରର କାର୍ଯ୍ୟ କରିବାକୁ ପଡୁଛି।

ରିପୋର୍ଟରେ ଚେତାବନୀ ଦିଆଯାଇଛି ଯେ ରୋଜଗାର ଉପରେ ସମୁଦାୟ ପ୍ରଭାବ ଆନୁମାନିକ ଆକଳନଠାରୁ ଅଧିକ ହୋଇପାରେ। ଏହାର କାରଣ ହେଉଛି ବହୁ ସଂଖ୍ୟକ ଲୋକ ଶ୍ରମଶକ୍ତି ଛାଡିଛନ୍ତି। ରିପୋର୍ଟରେ କୁହାଯାଇଛି ଯେ ୨୦୨୨ରେ ଶ୍ରମଶକ୍ତିର ଯୋଗଦାନ ୨୦୧୯ ତୁଳନାରେ ୧.୨ ପ୍ରତିଶତ କମ ହୋଇପାରେ। ଏହା ଡେଲ୍‌ଟା ଏବଂ ଓମିକ୍ରନ ଭାରିଆଣ୍ଟ ଯୋଗୁ ସୃଷ୍ଟି ହେବାର ଆଶଙ୍କା ରହିଛି।

ରିପୋର୍ଟରେ କୁହାଯାଇଛି ଯେ କରୋନା ସଂକ୍ରମଣ ଯୋଗୁ ପ୍ରାୟ ପ୍ରତ୍ୟେକ ଦେଶରେ ଅର୍ଥନୈତିକ, ଆର୍ଥିକ ଏବଂ ସାମାଜିକ ସ୍ଥିତି ଦୁର୍ବଳ ହେବାରେ ଲାଗିଛି। ଏହି କ୍ଷତିର ପୁନରୁଦ୍ଧାର ପାଇଁ ବହୁ ବର୍ଷ ଲାଗିପାରେ। ରିପୋର୍ଟ ଅନୁଯାୟୀ, ଉଚ୍ଚ ଆୟକାରୀ ଦେଶମାନଙ୍କରେ ପୁନରୁଦ୍ଧାର ଦ୍ରୁତ ହେଉଥିବାବେଳେ ନିମ୍ନ ମଧ୍ୟବିତ୍ତ ଅର୍ଥନୀତିଗୁଡିକ ସବୁଠାରୁ ଖରାପ ପରିସ୍ଥିତିର ସମ୍ମୁଖୀନ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri