ଚଳିତ ବର୍ଷ ହେବ ସ୍ବତନ୍ତ୍ର ଓଜେଇଇ: ଆଜିଠୁ ଆବେଦନ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ବିଟେକ୍‌ ପ୍ରଥମ ବର୍ଷ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଚଳିତ ବର୍ଷ ସ୍ବତନ୍ତ୍ର ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) କରାଯିବ। ଏଥିପାଇଁ ୨୩ରୁ ଅନ୍‌ଲାଇନରେ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଅଗଷ୍ଟ ୧୨ ତାରିଖ ରାତ୍ରି ୧୧ଟା ୫୯ ମିନିଟ୍‌ ପର୍ଯ୍ୟନ୍ତ ପରୀକ୍ଷା ଫି’ ଦାଖଲ କରିହେବ। ଯେଉଁ ଛାତ୍ରୀଛାତ୍ରମାନେ ଜେଇଇ (ମେନ୍‌) ପାଇଁ ଆବେଦନ କରିନାହାନ୍ତି ବା କରିବେ ନାହିଁ, କେବଳ ସେମାନେ ସ୍ବତନ୍ତ୍ର ଓଜେଇଇ ପାଇଁ ଆବେଦନ କରିପାରିବେ। ଛାତ୍ରୀଛାତ୍ରମାନେ https://ojee.nic.in/କୁ ଯାଇ ଆବେଦନ କରିବା ସହ ଅନ୍ୟାନ୍ୟ ସବିଶେଷ ତଥ୍ୟ ପାଇପାରିବେ। ପରୀକ୍ଷା ତାରିଖ ଓ ଆଡ୍‌ମିଟ୍‌ କାର୍ଡ ସମ୍ବନ୍ଧୀୟ ସୂଚନା ଠିକ୍‌ ସମୟରେ ଜଣାଇ ଦିଆଯିବ। ଅପଡେଟ୍‌ ସୂଚନା ପାଇଁ ନିୟମିତ ଭାବେ ଓଜେଇଇର ଅଫିସିଆଲ୍‌ ୱେବସାଇଟ୍‌ ପରିଦର୍ଶନ କରିବାକୁ ପ୍ରାର୍ଥୀମାନଙ୍କୁ ପରାମର୍ଶ ଦିଆଯାଇଛି। ସୂଚନାଯୋଗ୍ୟ, ଗତବର୍ଷ କରୋନା ଯୋଗୁ ସ୍ବତନ୍ତ୍ର ଓଜେଇଇ ହୋଇପାରି ନ ଥିଲା। ତେବେ ଏବର୍ଷ ମହାମାରୀ ସତ୍ତ୍ବେ ପରୀକ୍ଷା କରିବାକୁ ନିଷ୍ପତ୍ତି ନିଆଯାଇଛି। ପ୍ରଥମ ପର୍ୟ୍ୟାୟ ଓଜେଇଇ କାଉନସେଲିଂ ପରେ ଖାଲି ପଡ଼ିଥିବା ସରକାରୀ ଓ ଘରୋଇ ଇଞ୍ଜିନିୟରିଂ କଲେଜର ପ୍ରଥମ ବର୍ଷ ବିଟେକ୍‌ ସିଟ୍‌ଗୁଡ଼ିକୁ ପୂରଣ କରିବାକୁ ସ୍ବତନ୍ତ୍ର ଓଜେଇଇ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ ତାଣ୍ଡବ, ଟିଣ ଆଜବେଷ୍ଟ ପଡି କଟିଗଲା ଯୁବକଙ୍କ ହାତ

ଦେବଗଡ,୨୬।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି । ଅନେକ ଲୋକଙ୍କ ଘର ଦ୍ୱାର ଭାଙ୍ଗି ବାସହରା ହୋଇ ପଡିଛନ୍ତି ।…

ବଳାତ୍କାର ଅଭିଯୁକ୍ତ ରାମ ରହିମଙ୍କୁ ପୁଣି ମିଳିଲା ୩୦ ଦିନର ପାରୋଲ

ରୋହତକ,୨୬।୫: ଡେରା ସଚ୍ଚା ସୌଦା ମୁଖ୍ୟ ଏବଂ ଦୋଷୀ ସାବ୍ୟସ୍ତ ବଳାତ୍କାରୀ ଗୁରମିf ରାମ ରହିମଙ୍କୁ ପୁଣି ଥରେ ପାରୋଲ ମିଳିଛି। ଏଥର ସେ ୩୦ ଦିନ…

ଧାନବିଲରୁ ନିର୍ଗତ ଗ୍ରୀନହାଉସ୍‌ ଗ୍ୟାସ୍‌ ଏସିଆରେ ସର୍ବାଧିକ

ନୂଆଦିଲ୍ଲୀ, ୨୬।୫(ପି.ଟି.):୨୦୦୧ରୁ ୨୦୨୦ ମଧ୍ୟରେ ଧାନବିଲରୁ ନିର୍ଗତ ହେଉଥିବା ବିଶ୍ୱର ମୋଟ ସବୁଜ ଗୃହ ବାଷ୍ପ(ଗ୍ରୀନହାଉସ ଗ୍ୟାସ୍‌)ର ୯୦%ରୁ ଅଧିକ କେବଳ ଏସିଆରୁ ନିର୍ଗତ ହୋଇଛି, ଯେଉଁଥିରେ…

ବଳିପଡ଼ୁଛନ୍ତି ବିଦ୍ୟାର୍ଥୀ

ଡାକ୍ତରୀ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି-ୟୁଜି ୨୦୨୬ରେ ବ୍ୟାପକ ଦୁର୍ନୀତି ହୋଇଛି ବୋଲି ଦେଶସାରା ‘ଘୋ’ ସୃଷ୍ଟି ହୋଇଥିବା ବେଳେ ସୁପ୍ରିମକୋର୍ଟ ୨୫ ମେ’ରେ ପରୀକ୍ଷା ପରିଚାଳନା କରିଥିବା…

ଭାରତର ବିକାଶ ଯାତ୍ରା

ଯେତେବେଳେ ମୁଁ ତିରୁପ୍ପୁରର ଏକ ବିଦ୍ୟାଳୟରେ ପଢୁଥିବା ଜଣେ ଛୋଟ ବାଳକ ଥିଲି, ସେତେବେଳେ ଆମ ଦେଶକୁ ନେଇ ମୋ ମନରେ ଅନେକ ସ୍ବପ୍ନ ଥିଲା। ମୋ…

ଅସ୍ତ୍ରବିରତି ମଝିରେ ଇରାନର ଜାହାଜ ଉପରକୁ ଆମେରିକାର ବଡ଼ ଆକ୍ରମଣ, ୨ ଜାହାଜ…

ଓ୍ବାଶିଂଟନ,୨୬।୫: ଆମେରିକା ଏବଂ ଇରାନ ମଧ୍ୟରେ ବର୍ତ୍ତମାନ ଯୁଦ୍ଧବିରତି କାର୍ଯ୍ୟକାରୀ ହେଉଛି ଏବଂ ଦୁଇ ଦେଶ ମଧ୍ୟରେ ଆଲୋଚନା ଚାଲିଛି । ତଥାପି, ଉତ୍ତେଜନା ସମ୍ପୂର୍ଣ୍ଣ ଭାବରେ…

ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ

ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ…

ମହିଳାଙ୍କୁ ପାଗଳ କଲା ପରକୀୟା ପ୍ରୀତି, ସ୍ବାମୀଙ୍କୁ ବିଦ୍ୟୁତ୍‌ ଶକ୍‌ ଦେଇ ମାରିଲେ ସ୍ତ୍ରୀ

ବରେଲି,୨୬।୫: ଉତ୍ତରପ୍ରଦେଶର ବରେଲିରେ ଜଣେ ମହିଳାଙ୍କ ପରକୀୟା ପ୍ରୀତିକୁ ସ୍ବାମୀ ବିରୋଧ କରିବାରୁ ସେ ପ୍ରେମିକ, ଭଉଣୀ ଓ ଭଉଣୀଙ୍କ ପୁରୁଷ ବନ୍ଧୁ ସହ ମିଶି ସ୍ବାମୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri