ଏବର୍ଷ ଥରିବ ଓଡ଼ିଶା, ବର୍ଷ ଶେଷ ଆଡ଼କୁ ସୃଷ୍ଟି ହେବ…

ଭୁବନେଶ୍ୱର,୨୯ା୮: ପ୍ରତିବର୍ଷ ସେପ୍ଟେମ୍ବର ଦ୍ବିତୀୟ ସପ୍ତାହରୁ ଦେଶରୁ ପ୍ରାୟତଃ ମୌସୁମୀ ବିଦାୟ ନେଉଥିବାବେଳେ ଚଳିତବର୍ଷ ଏଥିରେ ବିଳମ୍ବ ହେବ। ବିଶ୍ୱ ପାଣିପାଗ ସଙ୍ଗଠନ(ଡବ୍ଲୁଏମଓ)ର ଆକଳନ ଅନୁସାରେ, ବର୍ଷର ଶେଷ ଆଡ଼କୁ ଲା’ ନିନା ପରିସ୍ଥିତି ସୃଷ୍ଟି ହେବାର ୬୦% ସମ୍ଭାବନା ରହିଛି। ଏହା ପ୍ରଭାବରେ ଶୀତଋତୁରେ ଦେଶରେ ପ୍ରବଳ ଶୀତ ଅନୁଭୂତ ହେବ। ଲା’ ନିନା କେନ୍ଦ୍ରୀୟ ଏବଂ ପୂର୍ବ ବିଷୁବ ସମୁଦ୍ର ପ୍ରଶାନ୍ତ ମହାସାଗରରେ ସମୁଦ୍ର ପୃଷ୍ଠର ତାପମାତ୍ରାର ବୃହତ୍‌ ପରିମାଣର ଶୀତଳତାକୁ ବୁଝାଏ। ଭାରତୀୟ ଉପମହାଦେଶରେ ବାୟୁମଣ୍ଡଳୀୟ ସଞ୍ଚାଳନରେ ପରିବର୍ତ୍ତନ ହେବା ଦ୍ୱାରା ଶୀତ ପରିମାଣ ବଢ଼ିପାରେ। ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ମଧ୍ୟ ଏହି ପୂର୍ବାନୁମାନ କରି କହିଛି, ଏହି ବର୍ଷର ଶେଷ ଆଡକୁ ଲା’ ନିନା ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ଥିବାରୁ ଏହା ପ୍ରଭାବରେ ପାଣିପାଗର ବଡ଼ ପରିବର୍ତ୍ତନ ସୃଷ୍ଟି ହେବାକୁ ଯାଉଛି। ନଭେମ୍ବରରୁ ଫେବୃଆରୀ ଦେଶରେ ପ୍ରବଳ ଶୀତ ଅନୁଭୂତ ହେବ। ଓଡ଼ିଶାରେ ମଧ୍ୟ ଶୀତର ପ୍ରକୋପ ଅଧିକ ରହିବ ବୋଲି ପାଣିପାଗ ବିଜ୍ଞାନୀମାନେ ଆକଳନ କରିଛନ୍ତି।

ସୂଚନାଥାଉ କି, ରାଜ୍ୟରେ ମାସକ ମଧ୍ୟରେ ପଛକୁ ପଛ ୪ଟି ଲଘୁଚାପ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବା ସହ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ଲାଗି ରହିଛି। ସେପ୍ଟେମ୍ବର ୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଶୁକ୍ରବାର ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବାବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳହାଣ୍ଡି ଓ କନ୍ଧମାଳକୁ ବଜ୍ରପାତ ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri