ଏବର୍ଷ ଥରିବ ଓଡ଼ିଶା, ବର୍ଷ ଶେଷ ଆଡ଼କୁ ସୃଷ୍ଟି ହେବ…

ଭୁବନେଶ୍ୱର,୨୯ା୮: ପ୍ରତିବର୍ଷ ସେପ୍ଟେମ୍ବର ଦ୍ବିତୀୟ ସପ୍ତାହରୁ ଦେଶରୁ ପ୍ରାୟତଃ ମୌସୁମୀ ବିଦାୟ ନେଉଥିବାବେଳେ ଚଳିତବର୍ଷ ଏଥିରେ ବିଳମ୍ବ ହେବ। ବିଶ୍ୱ ପାଣିପାଗ ସଙ୍ଗଠନ(ଡବ୍ଲୁଏମଓ)ର ଆକଳନ ଅନୁସାରେ, ବର୍ଷର ଶେଷ ଆଡ଼କୁ ଲା’ ନିନା ପରିସ୍ଥିତି ସୃଷ୍ଟି ହେବାର ୬୦% ସମ୍ଭାବନା ରହିଛି। ଏହା ପ୍ରଭାବରେ ଶୀତଋତୁରେ ଦେଶରେ ପ୍ରବଳ ଶୀତ ଅନୁଭୂତ ହେବ। ଲା’ ନିନା କେନ୍ଦ୍ରୀୟ ଏବଂ ପୂର୍ବ ବିଷୁବ ସମୁଦ୍ର ପ୍ରଶାନ୍ତ ମହାସାଗରରେ ସମୁଦ୍ର ପୃଷ୍ଠର ତାପମାତ୍ରାର ବୃହତ୍‌ ପରିମାଣର ଶୀତଳତାକୁ ବୁଝାଏ। ଭାରତୀୟ ଉପମହାଦେଶରେ ବାୟୁମଣ୍ଡଳୀୟ ସଞ୍ଚାଳନରେ ପରିବର୍ତ୍ତନ ହେବା ଦ୍ୱାରା ଶୀତ ପରିମାଣ ବଢ଼ିପାରେ। ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ମଧ୍ୟ ଏହି ପୂର୍ବାନୁମାନ କରି କହିଛି, ଏହି ବର୍ଷର ଶେଷ ଆଡକୁ ଲା’ ନିନା ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ଥିବାରୁ ଏହା ପ୍ରଭାବରେ ପାଣିପାଗର ବଡ଼ ପରିବର୍ତ୍ତନ ସୃଷ୍ଟି ହେବାକୁ ଯାଉଛି। ନଭେମ୍ବରରୁ ଫେବୃଆରୀ ଦେଶରେ ପ୍ରବଳ ଶୀତ ଅନୁଭୂତ ହେବ। ଓଡ଼ିଶାରେ ମଧ୍ୟ ଶୀତର ପ୍ରକୋପ ଅଧିକ ରହିବ ବୋଲି ପାଣିପାଗ ବିଜ୍ଞାନୀମାନେ ଆକଳନ କରିଛନ୍ତି।

ସୂଚନାଥାଉ କି, ରାଜ୍ୟରେ ମାସକ ମଧ୍ୟରେ ପଛକୁ ପଛ ୪ଟି ଲଘୁଚାପ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବା ସହ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ଲାଗି ରହିଛି। ସେପ୍ଟେମ୍ବର ୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଶୁକ୍ରବାର ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବାବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳହାଣ୍ଡି ଓ କନ୍ଧମାଳକୁ ବଜ୍ରପାତ ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri