ଭୁବନେଶ୍ୱର,୨।୧୨(ଅନିଲ ଦାସ): କାର୍ତ୍ତିକ ଯାଇ ମାର୍ଗଶିର ମାସ ହେଲା। ଘୋଡ଼େଇ ହେବାକୁ କମ୍ବଳ ଦରକାର ପଡ଼ିଲା ନାହିଁ। ଶୀତବସ୍ତ୍ର ମଧ୍ୟ ବାକ୍ସରୁ ବାହାରିଲା ନାହିଁ। ନଭେମ୍ବରରେ ଚୈତ୍ର ମାସ ଭଳି ଗରମ ଅନୁଭୂତ ହେଲା। ରାତିରେ ହାଲୁକା ଶୀତ ପଡୁଥିଲେ ମଧ୍ୟ ବିନା ପଙ୍ଖାରେ ଶୋଇହେଉ ନାହିଁ। ଦିନରେ ମଧ୍ୟ ପାରଦ ୩୨ ଡିଗ୍ରୀ ସେଲ୍ସିୟସକୁ ଟପିଯାଉଛି। ଶୀତ ହେଉ ନ ଥିବାରୁ ରାଜ୍ୟରେ ଏକପ୍ରକାର ଅସ୍ବାଭାବିକ ପରିବେଶ ସୃଷ୍ଟି ହୋଇଛି। ଚଳିତ ବର୍ଷ ଆଉ ହାଡ଼ଭଙ୍ଗା ଶୀତ ହେବ ନାହିଁ। ଜାନୁୟାରୀ ଶେଷ ସପ୍ତାହରୁ ଗରମ ଆରମ୍ଭ ହୋଇଯିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କଲାଣି। ଶୁକ୍ରବାର ବିଭାଗ ପକ୍ଷରୁ ଜାରି ପ୍ରେସ୍ ବିଜ୍ଞପ୍ତିରେ କୁହାଯାଇଛି ଯେ ଡିସେମ୍ବରରୁ ଫେବୃୟାରୀ ଶେଷ ପର୍ଯ୍ୟନ୍ତ ସମଗ୍ର ଦେଶରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ଉପରେ ରହିବ। କେବଳ କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ଭାରତର କିଛି ଅଞ୍ଚଳକୁ ଛାଡ଼ିଦେଲେ ଅନ୍ୟ ସବୁ ସ୍ଥାନରେ ସର୍ବନିମ୍ନ ତାପମାତ୍ର ସ୍ବାଭାବିକଠାରୁ ଉପରେ ରହିବ। ପ୍ରଶାନ୍ତ ମହାସାଗରରେ ଏଲ୍-ନିନ୍ୟୋ ରହିଥିବାରୁ ଚଳିତ ବର୍ଷ ଏହା ଭାରତୀୟ ଜଳବାୟୁକୁ ପ୍ରଭାବିତ କରୁଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଭାରତ ମହାସାଗରର ଉପରିଭାଗ ଜଳର ତାପମାତ୍ରା ବୃଦ୍ଧି ହେଉଥିବାରୁ ଜଳବାୟୁ ପ୍ରଭାବିତ ହୋଇଛି। ଏଥିଯୋଗୁ ମଧ୍ୟ ଶୀତର ପ୍ରକୋପ ବଢୁନାହିଁ। ରାଜ୍ୟରେ ନଭେମ୍ବରରୁ ଫେବୃୟାରୀ ଯାଏ ୪ ମାସ ଶୀତ ଅନୁଭୂତ ହୋଇଥାଏ। ମାତ୍ର ଚଳିତ ବର୍ଷ ଏଥିରେ ବ୍ୟତିକ୍ରମ ଦେଖାଦେଇଛି। କେବଳ ଡିସେମ୍ବରରେ କିଛିଦିନ ଶୀତ ହେବ ବୋଲି ପୂର୍ବାନୁମାନ କରାଯାଇଛି। ଚଳିତ ବର୍ଷ ଶୀତ ଲହର ଆସିବା ସମ୍ଭାବନା କମ ରହିଛି। ନଭେମ୍ବର ଶେଷ ହୋଇଥିବା ବେଳେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୨ ଡିଗ୍ରୀ ତଳକୁ ଖସୁନାହିଁ। ବଙ୍ଗୋପସାଗରରେ ବାରମ୍ବାର ବାତ୍ୟା ସୃଷ୍ଟି ହେବା ଯୋଗୁ ରାଜ୍ୟରେ ଅଧିକାଂଶ ଦିନ ଆକାଶ ମେଘାଚ୍ଛନ୍ନ ରହୁଛି। ନଭେମ୍ବରରୁ ଡିସେମ୍ବର ୧ ତାରିଖ ଯାଏ ବଙ୍ଗୋପସାଗରରେ ୩ଟି ବାତ୍ୟା ସୃଷ୍ଟି ହେଲାଣି। ଆଉ ଏକ ବାତ୍ୟା ଦକ୍ଷିଣ ଆଣ୍ଡାମାନ ଉପକୂଳରେ ଦାନା ବାନ୍ଧୁଛି। ଏଥିଯୋଗୁ ଡିସେମ୍ବର ଦ୍ୱିତୀୟ ସପ୍ତାହ ଯାଏ ଶୀତର ପ୍ରକୋପ ବଢିବ ନାହିଁ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି। ନଭେମ୍ବରରୁ ରାଜ୍ୟକୁ ଉତ୍ତର-ପଶ୍ଚିମ ଦିଗରୁ ବାୟୁ ପ୍ରବାହ ହୋଇଥାଏ। ତେବେ ଚଳିତ ବର୍ଷ ପୂର୍ବ ଦିଗରୁ ବାୟୁ ପ୍ରବାହ ଜାରି ରହିଥିବାରୁ ରାଜ୍ୟରେ ପାରଦ ତଳମୁହଁା ହେଉନାହିଁ। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ, ଶୁକ୍ରବାର କୋରାପୁଟରେ ସର୍ବନିମ୍ନ ତାପମାତ୍ରା ୧୨ଡିଗ୍ରୀ ସେଲ୍ସିୟସ ରେକର୍ଡ କରାଯାଇଥିବା ବେଳେ ଅନ୍ୟାନ୍ୟ ସ୍ଥାନରେ ପାରଦ ଏହା ଉପରେ ରହିଛି। ସର୍ବୋଚ୍ଚ ତାପମାତ୍ରା ମଧ୍ୟ ୩୨ ଡିଗ୍ରୀ ଉପରେ ରହୁଛି। ଚଳିତ ବର୍ଷ ଶୀତଦିନ କମିବା ଏକପ୍ରକାର ସ୍ପଷ୍ଟ ହେଲାଣି। ଶୀତ ହ୍ରାସର ପ୍ରଭାବ ରାଜ୍ୟରେ ଚାଷ ଉପରେ ପଡ଼ିବ। ପନିପରିବା ଓ ରବି ଜାତୀୟ ଫସଲ ଉତ୍ପାଦନ ହ୍ରାସ ପାଇବା ନେଇ କୃଷି ବିଶେଷଜ୍ଞ ଆଶଙ୍କା କରିଛନ୍ତି।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

