‘ଚଳିତବର୍ଷ ଅଭିବୃଦ୍ଧି ହାର ୫.୩୩%’

ପାରାଦୀପ,୨୦।୧୧(ସ୍ବ.ପ୍ର.): ପାରାଦୀପ ବନ୍ଦର ପ୍ରଶାସନ ପକ୍ଷରୁ ଶୁକ୍ରବାର ବନ୍ଦର ଦିବସ ଓ ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବନ୍ଦର ନିଷିଦ୍ଧାଞ୍ଚଳର ଓ୍ବେଟବେସିନ୍‌ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଅଧ୍ୟକ୍ଷ ପି.ଏଲ ହାରାନ୍ଧ ଯୋଗ ଦେଇଥିଲେ। ପାରମ୍ପରିକ ରୀତିନୀତି ଅନୁଯାୟୀ ବୋଇତ ବନ୍ଦାଣ କରାଯାଇଥିଲା। ଏଥିରେ ସାଧବ ପୁଅ ଓ ବୋହୂ ବେଶରେ ଛାତ୍ରଛାତ୍ରମାନେ ସଜ୍ଜିତ ହୋଇ ବୋଇତକୁ ପୋତାଶ୍ରୟରେ ଛାଡ଼ିଥିଲେ। ଉତ୍ସବରେ ବନ୍ଦର ଉପସଂରକ୍ଷକ ଅଲେଖ ଚନ୍ଦ୍ର ସାହୁ ସ୍ବାଗତ ଭାଷଣ ଦେଇଥିଲେ। ଅଧ୍ୟକ୍ଷ ହାରାନ୍ଧ ବନ୍ଦରର କାରବାର ଓ ବର୍ଦ୍ଧିତ ପ୍ରକଳ୍ପ ସମ୍ପର୍କରେ ମତ ରଖିଥିଲେ। ଗତ ୬ ବର୍ଷ ହେଲା ବନ୍ଦର ରେକର୍ଡ ୧୦୦ ମିଲିୟନ ମେଟ୍ରିକ ଟନ୍‌ରୁ ଅଧିକ ପଣ୍ୟ କାରବାର କରୁଛି। ଚଳିତ ଆର୍ଥିକ ବର୍ଷର ନଭେମ୍ବର ସୁଦ୍ଧା ୬୫.୨୮ମିଲିୟନ ମେଟ୍ରିକ ଟନ୍‌ କାରବାର କରିସାରିଲାଣି, ଯାହା ଗତବର୍ଷ ଠାରୁ ୫.୩୩ ପ୍ରତିଶତ ଅଧିକ। ଏବେ ବନ୍ଦରରେ ନୂତନ ଇକ୍ୟୁ ୩ ବର୍ଥ ନିର୍ମାଣ ଚାଲିଛି। ଏଥିପାଇଁ ୨୦୦୦ କୋଟି ଟଙ୍କା ପୁଞ୍ଜି ଖର୍ଚ୍ଚ ହୋଇଛି। ଏହାବାଦ୍‌ ୩୦୦୫ କୋଟି ଟଙ୍କା ବ୍ୟୟରେ ନୂତନ ଓ୍ବେଷ୍ଟର୍ନ ଡକ୍‌ କାମ ଚାଲିଛି। ଡିସେମ୍ବରରେ କାର୍ଯ୍ୟକ୍ଷମ ହେବ। ଏହି ନୂତନ ପ୍ରକଳ୍ପ ଜରିଆରେ ବାର୍ଷିକ ୨୫ ମିଲିୟନ ମେଟ୍ରିକ ଟନ୍‌ ପଣ୍ୟ କାରବାର ହୋଇପାରିବ। ସେହିପରି ଆସନ୍ତା ବର୍ଷ ନୁମାଲି ଗଡ ରିଫାଇନେରି(ଏନ ଆର ଏଲ୍‌)ପ୍ରକଳ୍ପ ହେବାକୁ ଯାଉଛି ବୋଲି ହାରାନ୍ଧ କହିଥିଲେ। ଶେଷରେ ବନ୍ଦର ସଚିବ ପି.ଏନ୍‌. ବାହେକର ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri