Posted inଖେଳ

ମାତ୍ର ୩୨ ବର୍ଷରେ କ୍ରିକେଟ୍‌କୁ ବାଏ ବାଏ କହିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

କଲମ୍ବୋ,୩।୫: ଶ୍ରୀଲଙ୍କା ଅଲରାଉଣ୍ଡର ଥିସାରା ପେରେରା ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି। ୨୦୦୯ରେ ଭାରତ ବିପକ୍ଷ ଏକଦିବସୀୟ ମ୍ୟାଚ୍‌ରେ ପେରେରା ଶ୍ରୀଲଙ୍କା ପାଇଁ ଆନ୍ତର୍ଜାତୀୟ ସ୍ତରରେ ଡେବ୍ୟୁ କରିଥିଲେ। ଦୁଇ ବର୍ଷ ପରେ ସେ ଟେଷ୍ଟ ଖେଳିବାର ସୁଯୋଗ ପାଇଲେ। ସେ ୨୦୧୦ରେ ଜିମ୍ବାୱେ ବିପକ୍ଷରେ ଟି-୨୦ ଡେବ୍ୟୁ କରିଥିଲେ। ପେରେରା ଶ୍ରୀଲଙ୍କା ପାଇଁ ୬ଟି ଟେଷ୍ଟ, ୧୬୬ଟି ଏକଦିବସୀୟ ଏବଂ ୮୪ଟି ଟି-୨୦ ଖେଳିଥିଲେ। ସେ ଏକଦିବସୀୟରେ ୫୭୪୦ ରନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟରେ ଗୋଟିଏ ଶତକ ଏବଂ ୧୪ଟି ଅର୍ଦ୍ଧଶତକ ହାସଲ କରିଥିଲେ।

ଚଳିତ ବର୍ଷ ମାର୍ଚ୍ଚରେ ଶ୍ରୀଲଙ୍କା ଘରୋଇ ଟୁର୍ନାମେଣ୍ଟରେ ପେରେରା ଗୋଟିଏ ଓଭରରେ ୬ଟି ଛକା ମାରିଥିଲେ। ସେ ଏହା କରିଥିବା ପ୍ରଥମ ଶ୍ରୀଲଙ୍କା ଖେଳାଳି ହୋଇଥିଲେ। ମେଜର କ୍ଲବ ଲିମିଟେଡ ଓଭର ତାଲିକା-ଏ ଟୁର୍ନାମେଣ୍ଟରେ ସେ ଏହି ସଫଳତା ହାସଲ କରିଥିଲେ। ସେ ବ୍ଲୁମଫିଲ୍ଡ କ୍ରିକେଟ କ୍ଲବ ବିପକ୍ଷ ମ୍ୟାଚରେ ଶ୍ରୀଲଙ୍କା ସେନା ଦଳର ଅଧିନାୟକ ଥିଲେ। କେବଳ ଏତିକି ନୁହେଁ, ସେ ଶ୍ରୀଲଙ୍କା ପାଇଁ ତାଲିକା ଏରେ ଦ୍ୱିତୀୟ ଦ୍ରୁତତମ ଅର୍ଦ୍ଧଶତକ ମାରିଥିବା ଖେଳାଳି ମଧ୍ୟ ହୋଇଥିଲେ। ପେରେରା ମଧ୍ୟ ପ୍ରଥମ ଖେଳାଳି ଯିଏକି ଶ୍ରୀଲଙ୍କା ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ରେ ହ୍ୟାଟ୍ରିକ ନେଇଥିଲେ। ସେ ଭାରତ ବିପକ୍ଷରେ ଏହି ସଫଳତା ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri