Posted inଖେଳ

ଥୁରମ ୫ ମ୍ୟାଚରୁ ବାସନ୍ଦ

ବର୍ଲିନ, ୨୩ା୧୨ (ଏପି)-ବୋରୁସିଆ ମଞ୍ଚେନଗ୍ଲାଡବ୍ୟାକ୍‌ ଷ୍ଟ୍ରାଇକର ମାର୍କସ ଥୁରମଙ୍କୁ ୫ଟି ମ୍ୟାଚରୁ ବାସନ୍ଦ କରାଯାଇଛି। ବୁନ୍ଦେସ୍‌ଲିଗାରେ ବିପକ୍ଷ ହଫେନ୍‌ହିମ୍‌ ଦଳର ଜଣେ ଖେଳାଳିଙ୍କ ମୁହଁକୁ ଛେପ ପକାଇଥିବା ଅଭିଯୋଗରେ ତାଙ୍କୁ ଏହି ଦଣ୍ଡବିଧାନ କରାଯାଇଥିବା ଜର୍ମାନ ଫୁଟ୍‌ବଲ ଫେଡେରେଶନ କହିଛି। ଥୁରମ ବର୍ତ୍ତମାନ ଜର୍ମାନ କପ୍‌ ଏବଂ ବୁନ୍ଦେସ୍‌ଲିଗାର କେତୋଟି ମ୍ୟାଚ ଖେଳିପାରିବେ ନାହିଁ। ମ୍ୟାଚ ବେଳେ ବଲକୁ ନିଜ ନିୟନ୍ତ୍ରଣକୁ ଆଣିବା ଲାଗି ସଂଘର୍ଷ ଚାଲିଥିବାବେଳେ ଥୁରମଙ୍କର ବିପକ୍ଷ ଖେଳାଳି ଷ୍ଟିଫାନ ପୋସ୍କଙ୍କ ସହ ବଚସା ହୋଇଥିଲା। କ୍ରୋଧରେ ଜର୍ଜରିତ ଥୁରମ ବିପକ୍ଷ ଖେଳାଳିଙ୍କ ମୁହଁକୁ ଛେପ ପକାଇଥିଲେ। ରେଫରି ଫ୍ରାଙ୍କ ଓ୍ବିଲେନବର୍ଗ ଭିଡିଓ ରିପ୍ଲେ ଦେଖିବାପରେ ଉଭୟ ଥୁରମ ଓ ପୋସ୍କଙ୍କୁ ପଡ଼ିଆ ଛାଡ଼ିବାକୁ ନିର୍ଦ୍ଦେଶ ଦେଇଥିଲେ। ଥୁରମଙ୍କୁ ଫେଡେରେଶନ ଆହୁରି ମଧ୍ୟ ୪୦,୦୦୦ ୟୁରୋ ଜରିମାନା କରିଛି। ଗ୍ଳାଡବ୍ୟାକ୍‌ ଆହୁରି ମଧ୍ୟ ଫ୍ରେଞ୍ଚ୍‌ ଖେଳାଳିଙ୍କୁ ଏକମାସର ପାରିଶ୍ରମିକ ଜରିମାନା କରିଛି। ଏହାକୁ ସମାଜସେବା ପାଇଁ ଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ…

ଇତିହାସ ରଚିବେ ରୋ-କୋ: ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜ୍‌ରେ କରିପାରନ୍ତି ଏହି କମାଲ୍‌

ନୂଆଦିଲ୍ଲୀ,୨୫।୯: ଶୁବମନ ଗିଲଙ୍କ ନେତୃତ୍ୱରେ ୱେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ପ୍ରସ୍ତୁତ ଭାରତୀୟ କ୍ରିକେଟ ଟିମ। ଏହି ସିରିଜ୍‌ର ପ୍ରଥମ ମ୍ୟାଚ…

ଭାରତଠାରୁ କିଛି ଶିଖ! ପାକିସ୍ତାନ ଖେଳାଳିଙ୍କୁ ଉପଦେଶ ଦେଲେ କୋଚ

ନୂଆଦିଲ୍ଲୀ,୨୫।୯: ପାକିସ୍ତାନ କ୍ରିକେଟ ଟିମ୍‌ର ଖରାପ ପ୍ରଦର୍ଶନକୁ ନେଇ ଚର୍ଚ୍ଚା ମଧ୍ୟରେ ଏବେ ଦଳର ହେଡ କୋଚ ମାଇକ ହେସନ ଭାରତକୁ ନେଇ ଦେଇଛନ୍ତି ବଡ଼ ବୟାନ।…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

ଏସୀୟ କ୍ରୀଡ଼ାର ୧୦,୦୦୦ ମିଟର ଦୌଡ଼ରେ ସୀମାଙ୍କ ଐତିହାସିକ ବ୍ରୋଞ୍ଜ ପଦକ

ନାଗୋୟା,୨୪ା୯: ଭାରତୀୟ ଟ୍ରାକ ଆଣ୍ଡ ଫିଲ୍ଡ ଆଥଲେଟ୍‌ ସୀମା ଗୁରୁବାର ମହିଳା ୧୦,୦୦୦ ମି. ବ୍ରୋଞ୍ଜ ପଦକ ଜିତିଛନ୍ତି। ସୀମା ଦୌଡ଼କୁ ୩୨:୫୦.୦୫ ସେକେଣ୍ଡରେ ଶେଷ କରି…

୧୬ ବର୍ଷ ପ୍ରତୀକ୍ଷାର ଅନ୍ତ: ଏସିଆନ୍ ଗେମ୍ସରେ ହିମାଚଳର ଝିଅ ସୀମା ରଚିଲେ ଇତିହାସ, ଭାରତ ପାଇଁ ଜିତିଲେ ବ୍ରୋଞ୍ଜ

ନୂଆଦିଲ୍ଲୀ,୨୪।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ଆଥଲେଟ୍ ସୀମା କୁମାରୀ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। ମହିଳା ୧୦,୦୦୦ ମିଟର ରେସ୍ ଇଭେଣ୍ଟରେ ସୀମା ୩୨:୪୧.୫୪…

ପ୍ରତି ମ୍ୟାଚ ପିଛା ୪.୮ କୋଟି ଟଙ୍କା… ଟିମ ଇଣ୍ଡିଆ ପାଇଁ ବଡ଼ ଲାଭ; ବିସିସିଆଇ (BCCI) ପାଇଲା…

ନୂଆଦିଲ୍ଲୀ,୨୪।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ ପୂର୍ବରୁ ଟିମ ଇଣ୍ଡିଆର ‘ଟାଇଟଲ ସ୍ପନ୍ସର’ (ମୁଖ୍ୟ ପ୍ରାୟୋଜକ) ସମ୍ବନ୍ଧୀୟ ତଥ୍ୟ ସାମ୍ନାକୁ ଆସିଛି। ବିଭିନ୍ନ ସୂତ୍ରରୁ ମିଳିଥିବା ଖବର…

ଇସ୍ତଫା ଦେବେ ଅଜିତ ଅଗରକର; ଏହି ତାରିଖରେ ନୂଆ ମୁଖ୍ୟ ଚୟନକର୍ତ୍ତାଙ୍କ ନାମ ଘୋଷଣା କରିବ BCCI

ନୂଆଦିଲ୍ଲୀ,୨୪।୯: ବର୍ତ୍ତମାନ ‘ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ’ (BCCI) ସମ୍ମୁଖରେ ଥିବା ସବୁଠାରୁ ବଡ଼ ସମସ୍ୟା ହେଉଛି ଜଣେ ନୂଆ ମୁଖ୍ୟ ଚୟନକର୍ତ୍ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?