କରୋନା ଲଢ଼େଇ ବାଟରେ କଣ୍ଟା: ୬୪ ପ୍ରତିଶତ ଲୋକେ ଖାଇବା ପୂର୍ବରୁ ହାତ ଧୋଇବା ଭୁଲି ଯାଉଛନ୍ତି

ନୂଆଦିଲ୍ଲୀ, ୨୯।୭: ଭାରତରେ କରୋନା ମହାମାରୀ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ନିୟମିତ ବ୍ୟବଧାନରେ ହାତ ଧୋଇବା, ସାମାଜିକ ଦୂରତା ବଜାୟ ରଖିବା ଏବଂ ମାସ୍କ୍‌ ପିନ୍ଧିବା ନେଇ ମାର୍ଗଦର୍ଶିକା ଜାରି କରାଯାଇଛି। ଦେଶର ୬୪ ପ୍ରତିଶତ ଲୋକ ଏବେ ବି ଖାଇବା ପୂର୍ବରୁ ହାତ ଧୋଇବା ଭୁଲି ଯାଉଛନ୍ତି। ଏନ୍‌ଏସ୍‌ଏସ୍‌ଓ ପକ୍ଷରୁ ସମ୍ପନ୍ନ ହୋଇଥିବା ଏକ ସର୍ଭେ ରିପୋର୍ଟରେ ଏସମ୍ପର୍କରେ ଉଲ୍ଲେଖ କରାଯାଇଛି। କେବଳ ୩୬ ପ୍ରତିଶତ ଲୋକ ହାତ ଧୋଉଛନ୍ତି। ସେହିପରି ୪୮.୩ ପ୍ରତିଶତ ଲୋକଙ୍କ ପାଖରେ ହାତଧୋଇବା ପାଇଁ ପାଣି ନାହିଁ। ୧୩.୪ ପ୍ରତିଶତ ପରିବାର ଶୌଚ ପରେ କେବଳ ପାଣିରେ ହିଁ ହାତ ଧୋଇଥାନ୍ତି। ୨୦ ପ୍ରତିଶତ ପରିବାର ବାହାରେ ଶୌଚ ହୋଇଥାନ୍ତି। ସେହିପରି ଭାରତରେ ହାରାହାରି ଜନସଂଖ୍ୟା ସାନ୍ଦ୍ରତା ଅଧିକ ରହିଛି। ଦେଶରେ ପ୍ରତି ଏକ ବର୍ଗ କିଲୋମିଟରରେ ୪୫୫ ଜଣ ଲୋକ ରହିଥାନ୍ତି। ଅପରପକ୍ଷରେ ଚାଇନାରେ ଏହା ୧୪୮ ଥିବାବେଳେ ପାକିସ୍ତାନରେ ୨୭୫ ରହିଥିବା ବିଶ୍ୱ ବ୍ୟାଙ୍କ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଏହାଦ୍ୱାରା କରୋନା ମହାମାରୀ ସମୟରେ ସାମାଜିକ ଦୂରତା ବଜାୟ ରଖିବା ସମ୍ଭବ ହେଉ ନ ଥିବା ଏନ୍‌ଏସ୍‌ଏସ୍‌ଓ ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri