ପ୍ରଶ୍ନପତ୍ର ବିଭ୍ରାଟରେ ଯିଏ ଦୋଷୀ ତାଙ୍କୁ ଛଡ଼ା ଯିବନାହିଁ: ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର,୨୮ା୪: OPSC/SSC ପ୍ରଶ୍ନପତ୍ର ବିଭ୍ରାଟକୁ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୋମବାର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।

ପ୍ରଶ୍ନପତ୍ର ବିଭ୍ରାଟରେ ଯେଉଁ ବିଭାଗ ସଂଶ୍ଳିଷ୍ଟ ଅଛି ତଦନ୍ତ କରାଯିବ ବୋଲି କହିଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ ପ୍ରକାଶ କରିଛନ୍ତି। ଏପରିକି ଯିଏ ଦୋଷୀ ତାଙ୍କୁ ଛଡ଼ା ଯିବ ନାହିଁ ବୋଲି ସୂର୍ଯ୍ୟବଂଶୀ କହିଛନ୍ତି। ପ୍ରଶ୍ନପତ୍ର ବିଭ୍ରାଟକୁ ସଂକ୍ରାନ୍ତୀୟ ବିଲ ବିଧାନସଭାରେ ପାରିତ ହୋଇ ଆଇନରେ ପରିଣତ ହୋଇଥିବା ସେ କହିଛନ୍ତି।

ରବିବାର ଗୋଟିଏ ଦିନରେ ୨ଟି ବଡ଼ ପରୀକ୍ଷାରେ ତ୍ରୁଟି ହୋଇଥିବା ସାମ୍ନାକୁ ଆସିଥିଲା। OSSC ସହ OPSC ପରିଚାଳିତ ପରୀକ୍ଷାରେ ତ୍ରୁଟି ହୋଇଥିଲା। ନୋଟିସ ଜରିଆରେ ତ୍ରୁଟି ସ୍ବୀକାର କରିଥିଲେ OPSC କର୍ତ୍ତୃପକ୍ଷ। ଆଉ ଏକ ପରୀକ୍ଷାର ବିକଳ୍ପ ଉପରେ ବିଚାର କରୁଥିବା କର୍ତ୍ତୃପକ୍ଷ ଜଣାଇଛନ୍ତି ।

ରବିବାର OCS ମେନ-୨୦୨୩ର ଆନ୍ଥ୍ରୋପୋଲୋଜିର ୨ଟି ପେପର ପରୀକ୍ଷା ଥିଲା। ପୂର୍ବାହ୍ନ ୯ଟାରୁ ୧୨ଟା ଆନ୍ଥ୍ରୋପୋଲୋଜିର ପ୍ରଥମ ପେପର ପରୀକ୍ଷା ଥିଲା। ଅପରାହ୍ନ ୨ଟାରୁ ୫ଟା ଆନ୍ଥ୍ରୋପୋଲୋଜି ଦ୍ବିତୀୟ ପେପର୍‌ ପରୀକ୍ଷା ଥିଲା। ମାତ୍ର ପ୍ରଥମ ପେପର ପରୀକ୍ଷାରେ କିଛି ପ୍ରଶ୍ନ ଦ୍ବିତୀୟ ପେପରରୁ ଆସିଛି। ଦ୍ବିତୀୟ ପେପର ପରୀକ୍ଷାରେ ପ୍ରଥମ ପେପର କିଛି ପ୍ରଶ୍ନ ଆସିଥିବା ସୂଚନା ମିଳି ଥିଲା । ତେବେ ପ୍ରଥମ ସିଟିଂ ପରୀକ୍ଷା ପରେ ପରୀକ୍ଷାର୍ଥୀ ଅସନ୍ତୋଷ ବ୍ୟକ୍ତ କରିଥିଲେ।

ଅନ୍ୟପକ୍ଷେ ଆଜି ଉତ୍କଳ ସ୍କଂସ୍କୃତି ବିଶ୍ବବିଦ୍ୟାଳୟ ୭ମ ସେମିଷ୍ଟର ପରୀକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ଭିଜୁଆଲ ଆର୍ଟର ୭୦୨ନଂ ପେପର ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି ହୋଇଛି। ୧୦ଟି ପ୍ରଶ୍ନରୁ ୧୦ଟି ଯାକ ଭୁଲ ଥିବା ପରୀକ୍ଷାର୍ଥୀମାନେ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ ପରୀକ୍ଷାକୁ ବାତିଲ କରିଦେଇଛନ୍ତି କର୍ତ୍ତୃପକ୍ଷ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଘରେ କେହି ନ ଥିଲେ, ତାଲା ଭାଙ୍ଗି ୫.୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ …

ପାରଳାଖେମୁଣ୍ଡି,୮|୮(ଗିରିଧାରୀ ପରିଛା)- ପାରଳାଖେମୁଣ୍ଡି ସହର ସଞ୍ଜୟଗାନ୍ଧୀ କଲୋନୀରେ ଘରେ କେହି ନଥିବା ଏକ ବଡ଼ ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ତାଲା ଭାଙ୍ଗି ଏକ ବଡ଼ଧରଣର ଚୋରି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri