ସରକାରର ୧୦୦ ଦିନ ପୂର୍ତ୍ତିରେ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଯେଉଁମାନେ ସୁଭଦ୍ରା ପାଇନାହାନ୍ତି ସେମାନଙ୍କୁ…

ଭୁବନେଶ୍ୱର,୧୯।୯: ସରକାରର ୧୦୦ ଦିନ ପୂର୍ତ୍ତିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଅଭିଭାଷଣ ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମହିଳାଙ୍କୁ ଶକ୍ତିଶାଳୀ କରିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ଶ୍ରୀମନ୍ଦିର ୪ ଦ୍ୱାର, ରତ୍ନ ଭଣ୍ଡାର ଖୋଲିଲା, ସୁଭଦ୍ରା ସହାୟତା ଦିଆଗଲା। ଶ୍ରୀମନ୍ଦିର ପାଇଁ ୫୦୦ କୋଟି, ଓଡ଼ିଆ ଅସ୍ମିତା ପାଇଁ ୨୦୦ କୋଟିର କର୍ପସ ଫଣ୍ଡ ରହିଛି। ଏ ସରକାରର ବଡ଼ ସଫଳତା, ଲୋକଙ୍କ ସହ ଯୋଡ଼ିହେବାର ପ୍ରତିବଦ୍ଧତା। ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ମିଳିଛି, ଅନ୍ୟ ମହିଳାଙ୍କୁ ଖୁବଶୀଘ୍ର ମିଳିବ। ମୋଦି ଗ୍ୟାରେଣ୍ଟିରେ ଯାହା ଲେଖିଛୁ, ସବୁ ଗୋଟିଏ ଗୋଟିଏ ପୂରଣ କରାଯିବ ବୋଲି ପ୍ରଭାତୀ ପରିଡା କହିଛନ୍ତି।

ସେପ୍ଟେମ୍ବର ୧୭ରେ ନିଜ ଜନ୍ମଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରେ ଜନତା ମଇଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ମହିଳାଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ଯାଇଛି। ଓଡ଼ିଶାର ପ୍ରାୟ ୨୫ ଲକ୍ଷ ୧୧ ହଜାର ହିତାଧିକାରୀଙ୍କ ଖାତାକୁ ଯାଇଛି ସୁଭଦ୍ରା ଟଙ୍କା। ହେଲେ ଅଧିକାଂଶ ମହିଳାଙ୍କ ଖାତାକୁ ସୁଭଦ୍ରା ଟଙ୍କା ଯାଇନାହିଁ। ଯାହାକୁ ନେଇ ସେମାନେ ଦ୍ୱନ୍ଦ୍ୱରେ ହିତାଧିକାରୀ।

ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ଦେଇଥିବା ସୂଚନା ଅନୁସାରେ, ୧୭ ତାରିଖ ପରେ ଆବେଦନ କରୁଥିବା ମହିଳାମାନଙ୍କୁ ସୁଭଦ୍ରା ଯୋଜନାର ଲାଭ ନିଶ୍ଚିତ ଭାବେ ମିଳିବ । ସୁଭଦ୍ରା ଟଙ୍କା ପାଇଁ ଆବେଦନ କରିବାକ ନିର୍ଦ୍ଧିଷ୍ଟ କୌଣସି ସମୟ ସୀମା ନାହିଁ । ଜଣେ ଚାହିଁଲେ ବର୍ତ୍ତମାନ ମଧ୍ୟ ରେଜିଷ୍ଟ୍ରେସନ କରିପାରିବ।ଏଥିରୁ ବଞ୍ଚିତ ହେବେ ନାହିଁ ବୋଲି ଉପମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୩୩ ଫିଲ୍ମକୁ ପଛରେ ପକାଇ ଓସ୍କାର ଗଲା ‘ଗୋନ୍ଧଳ’; ମିଳିଲା ଅଫିସିଆଲ୍ ଟିକେଟ୍!

ନୂଆଦିଲ୍ଲୀ: ୯୯ତମ ଏକାଡେମୀ ଆୱାର୍ଡ (ଓସ୍କାର ୨୦୨୭) ପାଇଁ ଭାରତରୁ ଅଫିସିଆଲ ଏଣ୍ଟ୍ରି କରିଛି ମରାଠୀ ଫିଲ୍ମ ‘ଗୋନ୍ଧଳ’। ଫିଲ୍ମ ଫେଡେରେସନ ଅଫ ଇଣ୍ଡିଆ ଏବଂ ଇମ୍ପାର…

ଶାଶୁଙ୍କୁ ଛୁରିରେ ଆକ୍ରମଣ କଲେ ବୋହୁ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୧୮।୯( ଦ୍ବିତୀକୃଷ୍ଣ ପଣ୍ଡା): ପାରିବାରିକ କଳହକୁ କେନ୍ଦ୍ରକରି ଶାଶୁଙ୍କୁ ଛୁରିରେ ଆକ୍ରମଣ କରିବା ଅଭିଯୋଗରେ ବୋହୁ ଗିରଫ ହୋଇଛନ୍ତି। ସେ ହେଲେ ଭାରତୀ ସାହୁ। କରୁଣାକର ମାର୍ଗ…

ନବନିର୍ମିତ ପ୍ରଶାସନିକ ଗୃହ ଉଦ୍‌ଘାଟିତ: ୫୨ ଲକ୍ଷ ଟଙ୍କା ବ୍ୟୟରେ ହୋଇଛି ନିର୍ମାଣ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ନବନିର୍ମିତ ପ୍ରଶାସନିକ ଗୃହ ଶୁକ୍ରବାର କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଦ୍ୱାରା ଉଦ୍‌ଘାଟିତ…

କେସିଙ୍ଗା ବ୍ଲକରେ ନୂତନ ଯୋଗାଣ ଅଧିକାରୀ: ଦୀର୍ଘଦିନ ପରେ ପୂରଣ ହେଲା ଖାଲି ପଦବୀ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଦୀର୍ଘଦିନ ଧରି ଯୋଗାଣ ଅଧିକାରୀ ପଦବୀ ଖାଲି ରହିଥିଲା। ଫଳରେ ରାସନ କାର୍ଡରେ ନାମ ଯୋଡ଼ିବା…

୨୧ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିବ କଂଗ୍ରେସ

ଜୟପୁର,୧୭ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରଠାରେ ଏମ୍‌ଡିଆର ବିଲ୍‌ ପ୍ରତ୍ୟାହାର ଦାବିରେ ଏମ୍‌ପି, ବିଧାୟକ କଂଗ୍ରେସ ନେତା ଓ କର୍ମୀଙ୍କୁ ନେଇ ଜିଲା କଂଗ୍ରେସ କମିଟି ଆହ୍ବାନରେ…

ବସ୍‌ଷ୍ଟାଣ୍ଡରୁ ବାଘ ଛାଲ ଜବତ

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସ୍‌ଷ୍ଟାଣ୍ଡରୁ ୨ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏନେଇ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଫିରିଙ୍ଗିଆ…

ବିମଳ ଷଡ଼ଙ୍ଗୀଙ୍କ ପରଲୋକ

ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫)…

ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଦିଦି କଲେ ବଡ଼ ଘୋଷଣା, କହିଲେ ଏବେ ମୁଁ…

କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?