Posted inଜାତୀୟ

ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ଉତ୍ତର ପାଇଯାଇଛନ୍ତି: ଦେବେନ୍ଦ୍ର

ମୁମ୍ବାଇ: ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଏବଂ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ଏକ ଖବରଦାତା ସମ୍ମିଳନୀ କରି ସୁପ୍ରିମକୋର୍ଟଙ୍କ ରାୟକୁ କୃତଜ୍ଞତା ଜଣାଇଛନ୍ତି। ଏପରିକି ଯେଉଁମାନେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ବିଷୟରେ କଳ୍ପନା କରୁଥିଲେ ଏବଂ କହିଥିଲେ ଯେ, ସିନ୍ଦେ ସରକାର ଚାଲିଯିବ, ଆଜି ସେମାନେ ଉତ୍ତର ପାଇଯାଇଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ ଫଡନବିଶ କହିଛନ୍ତି।

ଅନ୍ୟପକ୍ଷେ ଉଦ୍ଧବ ଠାକ୍‌ରେ ଏକ ଖବରଦାତା ସମ୍ମିଳନୀରେ ବେସବ ନୈତିକତା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା କହିବା ସହ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ତୁରନ୍ତ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଇସ୍ତପା ଦିଅନ୍ତୁ ବୋଲି କହିଛନ୍ତି।

ଏହାର ଜବାବରେ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର କହିଛନ୍ତି ଉଦ୍ଧବ ଠାକ୍‌ରେ ନୈତିକତା ଦୃଷ୍ଟିରୁ ଇସ୍ତଫା ଦେଇ ନ ଥିଲେ। ସେ ଭୟଭୀତ ହୋଇ ଇସ୍ତଫା ଦେଇଥିବା କହିଛନ୍ତି। ଏପରି କି ଉଦ୍ଧବ ଭାଜପା ସହ ମିଶି ନିର୍ବାଚନ ଲଢିଥିଲେ। ହେଲେ ସେ ଚୌକି ଆଶାରେ ଏନ୍‌ସିପି ଏବଂ କଂଗ୍ରେସ ସହ ମିଶି ସରକାର ଗଠନ କରିଥିବା ନେଇ ପାଲଟା ଅଭିଯୋଗ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ କହିଛନ୍ତି, ସତ୍ୟର ବିଜୟ ହୋଇଛି। ସଂଖ୍ୟାଲଘୁ ଥିବା ଜାଣି ଉଦ୍ଧବ ଇସ୍ତଫା ଦେଇଥିଲେ। ପରେ ରାଜ୍ୟପାଳ ଠିକ୍‌ ନିଷ୍ପତ୍ତି ନେଲେ। ଶିବସେନା ଏବଂ ବାଲାସାହେବଙ୍କ ଆଦର୍ଶକୁ ବଞ୍ଚାଇବା ପାଇଁ କାର୍ଯ୍ୟ କରୁଥିବା ମୁଖ୍ୟମନ୍ତ୍ରୀ ସନ୍ଦେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରୁ କଟକଣା ହଟାଇଲା ଆମେରିକା: ଭାରତକୁ ମିଳି ନ ପାରେ ବିଶେଷ ଲାଭ

ଦୁବାଇ,୨୪ା୬: ନୂଆ ଶାନ୍ତି ଚୁକ୍ତିର ପ୍ରଥମ ପର୍ଯ୍ୟାୟ ଆଲୋଚନା ପରେ ଆମେରିକା ଇରାନ ଉପରୁ ସମସ୍ତ ପ୍ରତିବନ୍ଧକ ୬୦ ଦିନ ପାଇଁ ହଟାଇ ଦେଇଛି। ତେବେ ଯଦି…

ତୁଟିନି ଧାନବିକ୍ରି ସମସ୍ୟା, ତାତି ଉଠିଲେ ଚାଷୀ: ଦାବି ପୂରଣ ନହେଲେ…

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ଖରିଫ ଚାଷ କାର୍ଯ୍ୟ ସମୟ ଆସି ଯାଇଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଚାଷୀମାନେ ରବିରେ ଅମଳ ଧାନକୁ ବିକ୍ରି କରି ପାରି ନାହାନ୍ତି। ଟୋକନ…

ବିବାହ ପାଇଁ କଥା ଦେଇଥିବା ପ୍ରେମିକା ରଚିଲେ ହତ୍ୟା ଷଡ଼ଯନ୍ତ୍ର: ଭାବି ସ୍ବାମୀଙ୍କୁ…ପୂରା ଘଟଣା ଜାଣିଲେ ଥରିଉଠିବ ଛାତି

ପୁଣେ,୨୪ା୬: ପୁଣେର ଲୋହାଗଡ଼ ଦୁର୍ଗରେ ଗତ ୧୮ ତାରିଖରେ ୨୫ ବର୍ଷୀୟ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ବିଶାଲ ଅଗ୍ରଓ୍ବାଲଙ୍କର ମୃତ୍ୟୁ ଦୁର୍ଘଟଣାବଶତଃ ଖସିପଡ଼ି ହୋଇଥିଲା ବୋଲି…

୧ରେ ରାଜ୍ୟ କ୍ୟାବିନେଟ୍‌: ୭ରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମିଳିବ ଅନୁମୋଦନ

ଭୁବନେଶ୍ୱର,୨୪ା୬(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଜୁଲାଇ ପହିଲାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…

ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି…

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ…

ବିଜୟଙ୍କ ସହ ବ୍ରେକଅପ୍ ଗୁଜବ ଉପରେ ତ୍ରିଶାଙ୍କ ବଡ଼ ଧମାକା! ସୋସିଆଲ ମିଡିଆରେ ଫଟୋ ସେୟାର କରି…

ମୁମ୍ୱାଇ: ଅଭିନେତ୍ରୀ ତ୍ରିଶା କୃଷ୍ଣନ, ବିଜୟଙ୍କ ସହ ତାଙ୍କର ବିଚ୍ଛେଦ ହେବା ନେଇ ଚାଲିଥିବା ଗୁଜବ ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି। ତ୍ରିଶା ଏମିତି ଏକ ପୋଷ୍ଟ ସେୟାର…

ଲଡୁଗାଁ କେନାଲ ରାସ୍ତାରେ ଭୟାବହ ଦୁର୍ଘଟଣା: ଦୁଇ ବାଇକ୍‌ ମୁହାଁମୁହିଁ; ଜଣେ ମୃତ, ୩ ଗୁରୁତର

କୋକସରା, ୨୩।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ-ଉଛୁଲା କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri