Posted inଜାତୀୟ

ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ଉତ୍ତର ପାଇଯାଇଛନ୍ତି: ଦେବେନ୍ଦ୍ର

ମୁମ୍ବାଇ: ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଏବଂ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ଏକ ଖବରଦାତା ସମ୍ମିଳନୀ କରି ସୁପ୍ରିମକୋର୍ଟଙ୍କ ରାୟକୁ କୃତଜ୍ଞତା ଜଣାଇଛନ୍ତି। ଏପରିକି ଯେଉଁମାନେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ବିଷୟରେ କଳ୍ପନା କରୁଥିଲେ ଏବଂ କହିଥିଲେ ଯେ, ସିନ୍ଦେ ସରକାର ଚାଲିଯିବ, ଆଜି ସେମାନେ ଉତ୍ତର ପାଇଯାଇଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ ଫଡନବିଶ କହିଛନ୍ତି।

ଅନ୍ୟପକ୍ଷେ ଉଦ୍ଧବ ଠାକ୍‌ରେ ଏକ ଖବରଦାତା ସମ୍ମିଳନୀରେ ବେସବ ନୈତିକତା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା କହିବା ସହ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ତୁରନ୍ତ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଇସ୍ତପା ଦିଅନ୍ତୁ ବୋଲି କହିଛନ୍ତି।

ଏହାର ଜବାବରେ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର କହିଛନ୍ତି ଉଦ୍ଧବ ଠାକ୍‌ରେ ନୈତିକତା ଦୃଷ୍ଟିରୁ ଇସ୍ତଫା ଦେଇ ନ ଥିଲେ। ସେ ଭୟଭୀତ ହୋଇ ଇସ୍ତଫା ଦେଇଥିବା କହିଛନ୍ତି। ଏପରି କି ଉଦ୍ଧବ ଭାଜପା ସହ ମିଶି ନିର୍ବାଚନ ଲଢିଥିଲେ। ହେଲେ ସେ ଚୌକି ଆଶାରେ ଏନ୍‌ସିପି ଏବଂ କଂଗ୍ରେସ ସହ ମିଶି ସରକାର ଗଠନ କରିଥିବା ନେଇ ପାଲଟା ଅଭିଯୋଗ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ କହିଛନ୍ତି, ସତ୍ୟର ବିଜୟ ହୋଇଛି। ସଂଖ୍ୟାଲଘୁ ଥିବା ଜାଣି ଉଦ୍ଧବ ଇସ୍ତଫା ଦେଇଥିଲେ। ପରେ ରାଜ୍ୟପାଳ ଠିକ୍‌ ନିଷ୍ପତ୍ତି ନେଲେ। ଶିବସେନା ଏବଂ ବାଲାସାହେବଙ୍କ ଆଦର୍ଶକୁ ବଞ୍ଚାଇବା ପାଇଁ କାର୍ଯ୍ୟ କରୁଥିବା ମୁଖ୍ୟମନ୍ତ୍ରୀ ସନ୍ଦେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri