ଭିସୁଟ୍‌ର ହେବ ନବକଳେବର: ହଜାରେ କୋଟିର ଘୋଷଣା

ସମ୍ବଲପୁର,୨୫ା୮(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍‌)କୁ ସେଣ୍ଟର ଅଫ୍‌ ଏକ୍ସଲେନ୍ସିରେ ପରିଣତ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ଉପରେ ଗୁରୁତ୍ୱ ଦେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ଏଥିପାଇଁ ହଜାରେ କୋଟି ଟଙ୍କାର ବ୍ୟୟବରାଦ କରାଯିବ। ଗୁରୁବାର ସମ୍ବଲପୁର ଗସ୍ତରେ ଆସି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏହି ସୂଚନା ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗୁରୁବାର ମୁଖ୍ୟ ଶାସନ ସଚିବ ମହାପାତ୍ରଙ୍କ ସମେତ ୫ଟି ସଚିବ ଭି. କେ. ପାଣ୍ଡିୟାନ ଓ ଶିଳ୍ପ ବିଭାଗ ପ୍ରମୁଖ ସଚିବ ଗସ୍ତରେ ଆସିଥିଲେ। ପୂର୍ବାହ୍ନରେ ଜମାଦାରପାଲି ଏୟାର ଷ୍ଟ୍ରିପରେ ବିମାନରୁ ଅବତରଣ କରି ଏହି ଟିମ୍‌ ପ୍ରଥମେ ଭିସୁଟ୍‌କୁ ଯାଇଥିଲା। ସେଠାରେ କୁଳପତି ପ୍ରଫେସର ବଂଶୀଧର ମାଝି ଓ ବିଭିନ୍ନ ବିଭାଗର ଅଧ୍ୟାପକ, ଛାତ୍ରୀଛାତ୍ରଙ୍କ ସହ ବୈଠକ କରି ଆଲୋଚନା କରିଥିଲେ। ଏହି ଅନୁଷ୍ଠାନକୁ ଉତ୍କର୍ଷତାର କେନ୍ଦ୍ର ଭାବେ କିଭଳି ପରିଣତ କରାଯିବ ସେ ନେଇ ପରାମର୍ଶ ଦେଇଥିଲେ। ରାଜ୍ୟ ସରକାରଙ୍କ ପକ୍ଷରୁ ଭିସୁଟ୍‌ର ନବକଳେବର ପାଇଁ ପ୍ରଥମ ପର୍ଯ୍ୟାୟରେ ୧ ହଜାର କୋଟି ଟଙ୍କା ଦେବାକୁ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri