ଋଷିକୂଲ୍ୟା ନଦୀରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ବୋଇତ ବନ୍ଦାଣ, ପ୍ରଥମଥର ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ହେଲା…

ଗଞ୍ଜାମ ,୫।୧୧(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଦାମୋଦରପୁର ସ୍ଥିତ ଋଷିକୂଲ୍ୟା ନଦୀରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଉପଲକ୍ଷେ ହଜାର ହଜାର ଶ୍ରଦ୍ଧାଳୁ ଓ ହବିଷ୍ୟାଳି ବୋଇତ ବନ୍ଦାଣ କରିଛନ୍ତି। ଋଷିକୂଲ୍ୟା ନଦୀ ବ୍ରିଜ ନିକଟରେ ଲୋକାରଣ୍ୟ ହୋଇଯାଇଥିଲା। ପ୍ରଥମଥର ପାଇଁ ଗଞ୍ଜାମ ଅଞ୍ଚଳବାସୀଙ୍କ ପକ୍ଷରୁ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛଇ। ଏନଏସି ଅଧ୍ୟକ୍ଷା ପ୍ରତିଭା ପାଢ଼ୀ, ଏନଏସି ଇଓ ଅପର୍ଣ୍ଣା ଡାଙ୍ଗୁଆ, ଥାନା ଆଇଆଇସି ସୁମିତ୍ରା ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ କୁନି କୁନି ପିଲାମାନଙ୍କ ସାଧବ ପୁଅ ଓ ବୋହୂ ବେଶ୍‌ ମନ ମୋହିଥିଲା। କିଛି କୁନି ଝିଅଙ୍କୁ ତଅପୋଇ ବେଶରେ ଦେଖିବାକୁ ମିଳିଥିଲା । ନୌବାଣିଜ୍ୟ ପରମ୍ପରା ଓଡ଼ିଶାର ଗୌରବମୟ ଗାରିମାକୁ ମନ ପକେଇବା ଏହି ବୋଇତ ବନ୍ଦାଣ ଉତ୍ସବର ମୁଖ୍ୟ ଲକ୍ଷ୍ୟ ବୋଲି ଆଇଆଇସି ସୁମିତ୍ରା ପାତ୍ର ସୂଚନା ଦେଇଛନ୍ତି । ୱାର୍ଡ ନଂ ୧୦ କାଉନ୍ସିଲର ସୁଜାତା ମାହାନ୍ତି, ବିଶୁ ସାମନ୍ତରା, ପୂର୍ବତନ କାଉନ୍ସିଲର ରଞ୍ଜନ ବେହେରା, ଦୁର୍ଗା ମାଧବ ପାଣିଗ୍ରାହୀ, ପ୍ରଭାତ ବିଶ୍ୱାଳଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ ।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁର ରାଜତାରକା

ଭାରତସାରା ଚର୍ଚ୍ଚା ହେଉଛି ଯେ ଦୁଇବର୍ଷ ତଳେ ରାଜନୈତିକ ଦଳ ତାମିଲାଗା ଭେଟ୍ରି କାଜାଗମ୍‌ (ଟିଭିକେ) ଗଢ଼ି ଅଭିନେତାରୁ ରାଜନେତା ପାଲଟିଥିବା ଚନ୍ଦ୍ରଶେଖରନ୍‌ ଯୋଶେଫ୍‌ ବିଜୟ ଗ୍ରୀନ୍‌…

ନିର୍ବାଚନ ପ୍ରକ୍ରିୟାରେ ଭୋଟର

”ଆଜିକାଲି ଜଣେ ଗୃହହୀନ ବ୍ୟକ୍ତିଙ୍କ ବାସସ୍ଥାନର ଆବଶ୍ୟକତା ପୂରଣ କରିବାକୁ ହେଲେ ବିଏଲ୍‌ଓ (ବୁଥ ସ୍ତରୀୟ ଅଧିକାରୀ) ରାତିରେ ଯାଇ ସେହି ବ୍ୟକ୍ତି ପ୍ରକୃତରେ ତାଙ୍କ ପ୍ରଦତ୍ତ…

ଘରଭଡ଼ା ଦେଇ ନ ପାରି ସ୍ତ୍ରୀ, ଝିଅକୁ ବଳାତ୍କାର ପାଇଁ ଦେଲେ ଅନୁମତି

ମୋରବି (ଗୁଜରାଟ),୧୭ା୫: ଘରଭଡ଼ା ଶୁଝି ନ ପାରିବାରୁ ଜଣେ ଶ୍ରମିକ ତାଙ୍କ ସ୍ତ୍ରୀ ଓ ନାବାଳିକା ଝିଅକୁ ଯୌନ ଶୋଷଣ ପାଇଁ ଘରମାଲିକ(୫୫)ଙ୍କୁ ଅନୁମତି ଦେବା ଭଳି…

ସିବିଏସ୍‌ଇ: ନବମ ଶ୍ରେଣୀରେ ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୭ା୫(ପି.ଟି.): ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦କୁ ନେଇ ଦୀର୍ଘଦିନରୁ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏକ ବଡ଼ ପଦକ୍ଷେପ ନେଇଛି।…

ଆଜି ଓଡ଼ିଶା ଗସ୍ତରେ ନୀତିନ୍‌ ନବୀନ

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନୀତିନ୍‌ ନବୀନ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ…

ସର୍ବ ଭାରତୀୟ ସ୍ତର କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ବନ୍ଦ ଡାକରା : ୨୦ରେ ବନ୍ଦ ରହିବ ସମସ୍ତ ଔଷଧ ଦୋକାନ

ଦେବଗଡ଼,୧୭।୫ (ଶଶାଙ୍କ ଶେଖର ଝାଙ୍କର): ସର୍ବ ଭାରତୀୟ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଆହ୍ୱାନ କ୍ରମେ ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଡାକରେ ଦେବଗଡ଼ ଜିଲା…

ଜୁନ୍‌ ୭ରେ ଓଡ଼ିଶା ସିଭିଲ ସର୍ଭିସ୍‌ ପ୍ରିଲିମ୍‌

କଟକ,୧୭।୫(କାର୍ତ୍ତିକ ସାହୁ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମନାରି ପରୀକ୍ଷା-୨୦୨୫ର କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଜୁନ୍‌ ୭…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri