ବିଶ୍ୱଶାନ୍ତି ମହାଯଜ୍ଞ ଶୁଭାରମ୍ଭ: କଳଶ ଯାତ୍ରାରେ ହଜାର ହଜାର ଶ୍ରଦ୍ଧାଳୁ  

ଦିଗପହଣ୍ଡି,୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମସ୍ଥିତ ଶ୍ରୀ ମଲ୍ଲିକେଶ୍ୱର ଶୈବ ପୀଠରେ ବୈଶାଖ ଶୁକ୍ଳ ନବମୀ ତିଥି ମଙ୍ଗଳବାରଠାରୁ ଶ୍ରୀରାମତାରକ ବିଶ୍ୱଶାନ୍ତି ମହାଯଜ୍ଞ ଓ ଶ୍ରୀ ମହାବୀର ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ଉତ୍ସବ ଶୁଭାରମ୍ଭ ହୋଇଛି। ଶତାଧିକ ମାନସିକଧାରୀ ଶ୍ରଦ୍ଧାଳୁ ନିକଟସ୍ଥ ପବିତ୍ର ରାମନଦୀ ପଠାରେ ଦୀକ୍ଷା ଗ୍ରହଣ କରିବା ପରେ ଗଙ୍ଗା ଆବାହନ କରାଯାଇଥିଲା। ସେଠାରୁ ଶ୍ରଦ୍ଧାଳୁ ବୃନ୍ଦ ଜଳକଳସ ନେଇ ଶୋଭାଯାତ୍ରାରେ ମହାଯଜ୍ଞସ୍ଥଳ ଯଜ୍ଞ ଶାଳାନିକଟରେ ପହଞ୍ଚିଥିଲେ।
ସେଠାରେ ପଣ୍ଡିତ ଭବାନୀଶଙ୍କର ତ୍ରିପାଠୀ ଏବଂ ଅନ୍ୟ ଯାଜ୍ଞିକ ପୁରୋହିତ ବୃନ୍ଦ ଅଙ୍କୁରା ରୋପଣ କରିବା ପରେ ନାମଯଜ୍ଞ ଆରମ୍ଭ କରାଯାଇଥିଲା। ଏହି ମହାଯଜ୍ଞ ଦୀର୍ଘ ଏକ ସପ୍ତାହ ବ୍ୟାପୀ ଅନୁଷ୍ଠିତ ହେବା ପରେ ବୈଶାଖ ପୂର୍ଣ୍ଣମିତିଥି ଆସନ୍ତା ସୋମବାର ପୂର୍ଣ୍ଣାହୁତି ହେବ ବୋଲି ଜଣାପଡିଛି । ମହାଯଜ୍ଞ କର୍ତ୍ତାଭାବେ ତଲାସିଙ୍ଗି ଗ୍ରାମର ସିମାଞ୍ଚଳ ପାଣିଗ୍ରାହୀ ସସ୍ତ୍ରିକ ଯଜ୍ଞମଣ୍ଡପରେ ପୂଜାର୍ଚ୍ଚନା କରିଥିଲେ। ପ୍ରତିଦିନ ମହାଯଜ୍ଞ ପରିଚାଳନା କମିଟି ପକ୍ଷରୁ ନାମଯଜ୍ଞ, ଘୃତ ଯଜ୍ଞ ଏବଂ ଅନ୍ନଯଜ୍ଞ ଅନୁଷ୍ଠିତ ହେବ। ଶ୍ରଦ୍ଧାଳୁଙ୍କ ମନୋରଞ୍ଜନ ସକାଶେ ମୀନାବଜାର, ରାମଦୋଳି ପ୍ରଭୃତିରେ ଭିଡ଼ ପରିଲକ୍ଷିତ ହୋଇଛି। ସ୍ଥାନୀୟ ସରପଞ୍ଚ ମିନତୀ କୁମାରୀ ଜାନି,ପୂର୍ବତନ ସରପଞ୍ଚ ରାଜେନ୍ଦ୍ର ପ୍ରସାଦ ପାଠୀ, ବିଭୂତି ଭୂଷଣ ମହାପାତ୍ର, ପିତାମ୍ବର ଗୌଡ଼, ରବିଚନ୍ଦ୍ର ଗୌଡ଼ଙ୍କ ସମେତ ମହାଯଜ୍ଞ ପରିଚାଳନା କମିଟିର ସମସ୍ତ କାର୍ଯ୍ୟକର୍ତ୍ତା, ସଭ୍ୟ ଏବଂ ଆଖପାଖର ବହୁ ସଂଖ୍ୟକ ଗ୍ରାମବାସୀ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରୁଥିବା ଜଣାପଡିଛି।

Enter your email to get our daily news in your inbox.

All Right Reserved By Dharitri.Com

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି...

ଆପଣା ପଣରେ ନାରୀ

ରାଜା ବ୍ରାହ୍ମଣମାନଙ୍କୁ ପୁଚ୍ଛାକଲେ, ‘ଯେଉଁ ଫଳ ଉପୁଜାଇ ସେ ଫଳ ଖାଇ କି ନ ଖାଇ’। ତହିଁକି ବ୍ରାହ୍ମଣ ବୋଇଲେ ଯେ ଯେଉଁ ଫଳ ଉପୁଜାଇ...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ପୁଣି ଥର୍‌ ଆତଙ୍କ: ଆସିଲା ବୁଲେଟ୍‌କୁ ପିଟିଲା , ଜଣେ ମୃତ…

ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍‌ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍‌କୁ ଧକ୍କା ଦେଇଛି ଥର୍‌। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ...

ଲିଭ୍‌ ଇନ୍‌ ରିଲେଶନଶିପ୍‌ରେ ମହିଳାଙ୍କୁ ସ୍ତ୍ରୀ ମାନ୍ୟତା ମିଳିବା ଆବଶ୍ୟକ: ହାଇକୋର୍ଟ

ଚେନ୍ନାଇ,୨୧ା୧: ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ଥିବା ମହିଳାଙ୍କୁ ଗାନ୍ଧର୍ବ ବିବାହ ବା ପ୍ରେମ ବିବାହ ଅନୁଯାୟୀ ସ୍ତ୍ରୀର ମାନ୍ୟତା ପ୍ରଦାନ ସହ ସୁରକ୍ଷା ଦିଆଯିବା ଆବଶ୍ୟକ। ଫଳରେ...

ICCର ଅଲ୍ଟିମେଟମ୍‌ ପରେ ବି ସୁଧୁରିଲାନି ବାଂଲାଦେଶ, ସିଧା ସିଧା ଶୁଣାଇଦେଲା ‘ଆମେ…’

ଢାକା,୨୧।୧: ଆସନ୍ତା ୭ ତାରିଖରୁ ହେବାକୁଥିବା ଟି୨୦ ବିଶ୍ୱକପ୍‌ରେ ଭାଗ ନେବା ପାଇଁ ବାଂଲାଦେଶ ଦଳ କୌଣସି ପରିସ୍ଥିତିରେ ଭାରତ ଯିବନାହିଁ। ୨୧ ତାରିଖ ସୁଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri