OSSSC ବିରୋଧରେ ଏକାଠି ହେଲେ ହଜାର ହଜାର ପରୀକ୍ଷାର୍ଥୀ, ତ୍ରୁଟି ଅଭିଯୋଗ ଆଣି ଅଧିକାରୀଙ୍କ…

ଭୁବନେଶ୍ୱର,୭ା୧୦: OSSSC ବିରୋଧରେ ଏକାଠି ହୋଇଛନ୍ତି ହଜାର ହଜାର ପରୀକ୍ଷାର୍ଥୀ। ପରୀକ୍ଷା ବିଭ୍ରାଟକୁ ନେଇ ଭୁବନେଶ୍ବର ଲୋୟର ପିଏମ୍‌ଜିରେ ପରୀକ୍ଷାର୍ଥୀ ଏକଜୁଟ୍‌ ହୋଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଆର୍‌ଆଇ, ଏଆର୍‌ଆଇ, ଅମିନ, ଆଇସିଡିଏସ୍‌ ପରୀକ୍ଷା ଆଦି ବାତିଲ ଦାବିରେ ଏହି ବିକ୍ଷୋଭ କରାଯାଇଛି। ଏଥିସହିତ ଏକାଧିକ ପରୀକ୍ଷାରେ ଗୁରୁତର ତ୍ରୁଟି ଅଭିଯୋଗ ଆଣି ପରୀକ୍ଷାର୍ଥୀମାନେ ଗର୍ଜନ କରିଛନ୍ତି। ଏହି ବିଭ୍ରାଟରେ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ପରୀକ୍ଷାର୍ଥୀ।

ସୂଚନାଯୋଗ୍ୟ, ସମଗ୍ର ରାଜ୍ୟରେ ଓଏସ୍‌ଏସ୍‌ସି ପରିଚାଳିତ ଷ୍ଟାଟିଷ୍ଟିକାଲ ଆସିଷ୍ଟାଣ୍ଟ ପରୀକ୍ଷା ରବିବାର ଅନୁଷ୍ଠିତ ହୋଇଥିଲା। ତେବେ ବାଲେଶ୍ୱରର ଗୋପାଳଗାଁସ୍ଥିତ ପ୍ରଜ୍ଞାଭାରତୀ ସ୍କୁଲ ପରୀକ୍ଷା କେନ୍ଦ୍ରରେ ନିର୍ଦ୍ଧାରିତ ସମୟ ପୂର୍ବରୁ ପ୍ରଶ୍ନପତ୍ର ସିଲ୍‌ ଖୋଲାଯାଇଥିବା ଅଭିଯୋଗ ହୋଇଥିଲା। ପ୍ରଶ୍ନପତ୍ର ପ୍ୟାକେଟ୍‌ ଖୋଲାଥିବା ଅଭିଯୋଗ ଆଣିଥିବା ପରୀକ୍ଷାର୍ଥୀଙ୍କୁ କେନ୍ଦ୍ର ପରିଚାଳକ ଏକ ରୁମ୍‌ରେ ଅଟକ ରଖିବାରୁ ସେ ପରୀକ୍ଷା ଦେବାରୁ ବଞ୍ଚିତ ହୋଇଥିବା କହିଛନ୍ତି। ପରୀକ୍ଷା ହଲ୍‌ ମଧ୍ୟରେ ପ୍ରଶ୍ନପତ୍ର ସିଲ୍‌ ଖୋଲାଯିବା ନିୟମ ଥିବା ବେଳେ ବାଲେଶ୍ୱରର ଗୋପାଳ ଗାଁ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଆରମ୍ଭର ବହୁ ପୂର୍ବରୁ ସିଲ୍‌ ଖୋଲାଯାଇ ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ପରୀକ୍ଷାର୍ଥୀ ଅଭିଯୋଗ କରିଛନ୍ତି। ଜଣେ ପରୀକ୍ଷାର୍ଥୀଙ୍କ ଅଭିଯୋଗ ମୁତାବକ, ପରୀକ୍ଷା ହଲ୍‌ରେ ବସିଥିବା ସମୟରେ ପ୍ରଶ୍ନପତ୍ର ସିଲ୍‌ ଖୋଲାଥିବା ଦେଖିବାକୁ ପାଇଲୁ। ଏ ସମ୍ପର୍କରେ ଅଭିଯୋଗ କରିବାରୁ ପ୍ରଶ୍ନପତ୍ର ପ୍ୟାକେଟ ସେପରି ଆସିଥିବା ଜଣେ ଶିକ୍ଷୟିତ୍ରୀ କହିଥିଲେ। ବିଶ୍ୱାସ ନ ହେବାରୁ ସିସି କ୍ୟାମେରା ଦେଖିବାକୁ କହିଥିଲୁ। ଏହି ପରୀକ୍ଷା ପାଇଁ ପୂର୍ବାହ୍ନ ସାଢ଼େ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ସମୟ ନିର୍ଦ୍ଧାରଣ କରାଯାଇଥିଲା। ମାତ୍ର ସିସିଟିଭିରେ ସାଢ଼େ ୯ଟାରେ ପ୍ରଶ୍ନପତ୍ର ସିଲ୍‌ ଖୋଲାଥିବା ଦେଖିବାକୁ ମିଳିଥିଲା। ଏନେଇ ପୋଲିସ୍‌କୁ ଜଣାଇବାକୁ ଚାହିଁବାରେ ତାଙ୍କୁ ବାହାରକୁ ଛଡ଼ା ଯାଇ ନ ଥିଲା। ଏପରିକି ଏକ ରୁମ୍‌ରେ ଅଟକ ରଖାଯିବାରୁ ସେ ପରୀକ୍ଷା ଦେବାରୁ ବଞ୍ଚିତ  ହୋଇଥିବା କହିଥିଲେ। ଅପରପକ୍ଷରେ ପରୀକ୍ଷାର୍ଥୀଙ୍କ ଅଭିଯୋଗ ସମ୍ପୂର୍ଣ୍ଣ ଭିତ୍ତିହୀନ। ପରୀକ୍ଷାରେ କୌଣସି ବ୍ୟତିକ୍ରମ ହୋଇନାହିଁ ବୋଲି କେନ୍ଦ୍ରର ପରିଚାଳକକହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲରେ ଟିମ ଇଣ୍ଡିଆ ଜିତନ୍ତୁ କି ହାରନ୍ତୁ, ଏଥର ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ…

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ICC ଟି୨୦ ବିଶ୍ୱକପ ୨୦୨୬ ଫାଇନାଲରେ ମୁହାଁମୁହିଁ ହେବେ। ଏହି ମ୍ୟାଚ ୮ ମାର୍ଚ୍ଚରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଭାରତୀୟ…

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

କଲେଜକୁ ଯାଉଥିଲେ ଛାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…

ବଲାଙ୍ଗୀର, ୭।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭିଆଇପି ରାସ୍ତା ଭାଗିରଥି ଛକରୁ ସର୍କିଟ ହାଉସ ରାସ୍ତାରେ ଏକ ସ୍ପିଡ ବାଇକର ଧକ୍କାରେ ଜଣେ ଆୟୁର୍ବେଦିକ କଲେଜ…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ଶିଶୁକୈନ୍ଦ୍ରିକ ଶିକ୍ଷା

ଅନେକ ସମୟରେ ମନକୁ ଆସେ ଆଜି ପର୍ଯ୍ୟନ୍ତ ଆମେ ଏମିତି ପରିବେଶଟେ ସୃଷ୍ଟି କରିପାରିଲେନି ଯେଉଁଠି ବିଦ୍ୟାଳୟ ଖୋଲିବାର ସମୟ ଏବଂ ଛୁଟି ସମୟର ଚିତ୍ର ପ୍ରାୟତଃ…

ସରକାର ଠିକାରେ ଚାଲିଛି

ଏକ ଚୁକ୍ତିବଦ୍ଧ କାମ ବା ସର୍ତ୍ତ ଆରୋପିତ କାର୍ଯ୍ୟକୁ ଠିକା କୁହାଯାଏ। ଯିଏ ସର୍ତ୍ତ ଅନୁଯାୟୀ କାମ ନ କରେ ତା’ଠାରୁ କାମ ଛଡାଇ ନିଆଯାଏ, ଏ…

ସିଇଓ ଅପେକ୍ଷାରେ

ନୀତି ଆୟୋଗ ସିଇଓ ଭାବେ ବିଭିଆର୍‌ ସୁବ୍ରମଣ୍ୟମଙ୍କ ବୃଦ୍ଧି ହୋଇଥିବା କାର୍ଯ୍ୟକାଳ ଏବେ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ଦିଲ୍ଲୀରେ ପରବର୍ତ୍ତୀ ସିଇଓ କିଏ ହେବେ ତାହାକୁ…

ଭାଜପା ବିଧାୟକଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଅହମ୍ମଦାବାଦ୍‌,୭।୩:ଗୁଜରାଟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଧାୟକ ଗୋବିନ୍ଦ ପରମାରଙ୍କର ପରଲୋକ ଘଟିଛି। ଦଳୀୟ ନେତାମାନେ ନିଶ୍ଚିତ କରିଛନ୍ତି ଯେ, ପରମାର ଆନନ୍ଦ ଜିଲାର ଉମରେଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri