Posted inଜାତୀୟ

ବେଙ୍ଗାଲୁରୁ ବନ୍ଦ ବେଳେ ହଜାରେ ଅଟକ

ବେଙ୍ଗାଲୁରୁ,୨୭ା୯: ତାମିଲନାଡୁକୁ କାବେରୀ ଜଳ ଛାଡ଼ିବାକୁ ବିରୋଧକରି କର୍ନାଟକ ଜଳ ସଂରକ୍ଷଣ ସମିତି (କେଜେଏସ୍‌ଏସ୍‌) ପକ୍ଷରୁ ମଙ୍ଗଳବାର ବେଙ୍ଗାଲୁରୁ ବନ୍ଦ ଡାକରା ଦିଆଯାଇଥିଲା। ଏହି ବନ୍ଦକୁ ଜନସାଧାରଣ ସ୍ବେଚ୍ଛାକୃତ ଭାବେ ସମର୍ଥନ ଜଣାଇଛନ୍ତି। ଫଳରେ ସହରରେ ସ୍ବାଭାବିକ ଜୀବନଯାତ୍ରା ବ୍ୟାହତ ହୋଇଛି। ସକାଳର ଗହଳି ସମୟରେ ବେଙ୍ଗାଲୁରୁର ମୁଖ୍ୟ ରାସ୍ତାଗୁଡ଼ିକ ଜନଶୂନ୍ୟ ହୋଇଯାଇଥିବାବେଳେ ଦୋକାନ ବଜାର, ହୋଟେଲ, ରେଷ୍ଟୁରାଣ୍ଟ ବନ୍ଦ ରହିଥିଲା। ରାମନଗରରେ କନ୍ନଡ କର୍ମୀମାନେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ଙ୍କ ଫଟୋରେ ଶ୍ରଦ୍ଧାଞ୍ଜଳି ଦେଇ ସେମାନଙ୍କ କ୍ରୋଧ ଜଣାଇଥିଲେ। ବନ୍ଦ ବେଳେ କୃଷକ ନେତାଙ୍କ ସମେତ ୧,୦୦୦ରୁ ଊର୍ଦ୍ଧ୍ୱ ବିକ୍ଷୋଭକାରୀଙ୍କୁ ପୋଲିସ ଅଟକ ରଖିଛି। ସାରା ସହରରେ ୧୪୪ ଧାରା ଜାରି ହୋଇଥିବା ବେଙ୍ଗାଲୁରୁ ପୋଲିସ କମିଶନର ବି. ଦୟାନନ୍ଦ କହିଛନ୍ତି। କଟକଣା ଓ କୋର୍ଟଙ୍କ ନିର୍ଦ୍ଦେଶ ଯୋଗୁ ସହରରେ କୌଣସି ବନ୍ଦ କିମ୍ବା ଶୋଭାଯାତ୍ରାକୁ ଅନୁମତି ଦିଆଯାଇ ନ ଥିଲା।
କାବେରୀ ନଦୀଜଳ ବଣ୍ଟନ ପ୍ରସଙ୍ଗକୁ ନେଇ ତାମିଲନାଡୁ ଓ କର୍ନାଟକ ମଧ୍ୟରେ ବହୁ ଦଶନ୍ଧି ହେଲା ବିବାଦ ଲାଗିରହିଛି। ସେପ୍ଟେମ୍ବର ୧୩ରୁ ୧୫ ଦିନ ପାଇଁ ତାମିଲନାଡୁକୁ ୫,୦୦୦ କ୍ୟୁସେକ୍‌ ଜଳ ଛାଡ଼ିବା ପାଇଁ କାବେରୀ ଜଳ ପରିଚାଳନା କର୍ତ୍ତୃପକ୍ଷ (ସିଡବ୍ଲ୍ୟୁଏମ୍‌ଏ) କର୍ନାଟକକୁ ନିର୍ଦ୍ଦେଶ ଦେଇଥିଲେ। ଏହାକୁ କର୍ନାଟକ ସରକାର ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିବାବେଳେ ଉକ୍ତ ପିଟିଶନ ଖାରଜ ହୋଇଯିବାରୁ ବିବାଦ ବଢ଼ିଛି। କର୍ନାଟକରେ ପାନୀୟ ଜଳ ଓ ଜଳସେଚନ ପାଇଁ ନଦୀଜଳର ଆବଶ୍ୟକତା ଜରୁରୀ ଥିବାରୁ ଏହା ତାମିଲନାଡୁକୁ ଜଳ ଛାଡ଼ିବା ସ୍ଥିତିରେ ନ ଥିବା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri