ସ୍ପଷ୍ଟ ଦିବାଲୋକରେ କାର କାଚ ଭାଙ୍ଗି ହଜାର ହଜାର ଟଙ୍କା ଲୁଟ୍‌

ଦେବଗଡ,୧୯।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ପୌରାଞ୍ଚଳର ଜନଗହଳି ପୂର୍ଣ୍ଣ ଶ୍ରୀ ଅରବିନ୍ଦ ସ୍କୁଲ ଛକରୁ ସ୍ପଷ୍ଟ ଦିବାଲୋକରେ ଏକ କାରର କାଚ ଭାଙ୍ଗି ୭୮ ହଜାର ଟଙ୍କା ଚୋରି କରି ନେଇଥିବା ଅଭିଯୋଗ ହୋଇଛି । ଅଭିଯୋଗ ଅଧାରରେ ଦେବଗଡ ଥାନା ପୋଲିସ ଏକ ମାମଲା ଋଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି ।
ଅଭିଯୋଗ ଅନୁଯାୟୀ, ରିଆମାଳ ଥାନାଂଚଳ ଗୁଣ୍ଡିଆପାଲି ଗ୍ରାମର କେଶବ କୁମାର ପ୍ରଧାନ ତାଙ୍କ ସାଥୀ ଉକ୍ତ ଗ୍ରାମର ଶରତ ଚନ୍ଦ୍ର ଦଳବେହେରାଙ୍କ ପୁଅ ସୁନୀଲ ଦଳବେହେରାଙ୍କ ସହିତ ଏକ ସିଆଜ କାର(ଓଡି-୦୨-ବିଭି-୮୫୩୦) ଯୋଗେ ଦେବଗଡ ସ୍ଥିତ ଏକ୍ସିସ ବ୍ୟାଙ୍କକୁ ଆସି ନିଜ ଏକାଂଉଟରୁ ନଗଦ ୭୮ ହଜାର ଟଙ୍କା ଉଠାଇଥିଲେ। କେଶବ ଏହି ଟଙ୍କାକୁ ଉକ୍ତ ସିଆଜ କାରରେ ରଖି ଦେଇ କାରଟିକୁ ଶ୍ରୀ ଅରବିନ୍ଦ ସ୍କୁଲ ନିକଟରେ ଛିଡା କରିବା ସହ ଜଳପାନ ପାଇଁ ଯାଇଥିଲେ। ଏହି ସମୟରେ କେତେକ ଦୁର୍ବୃତ୍ତ ଉକ୍ତ କାରର କାଚ ଭାଙ୍ଗି କାର ମଧ୍ୟରୁ ୭୮ ହଜାର ଟଙ୍କା ସହିତ ତାଙ୍କର ବ୍ୟାଙ୍କ ପାସବୁକ ଓ ଅନ୍ୟାନ୍ୟ କାଗଜପତ୍ର ଚୋରି କରି ନେଇଥିବା ଜାଣିବାକୁ ପାଇଥିଲେ। ଏନେଇ କେଶବ ୧୧୨କୁ ଫୋନ କରି ପୋଲିସର ସହାୟତା ଲୋଡିବା ସହ ଦେବଗଡ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଦେବଗଡ ଥାନା ପୋଲିସ ଏନେଇ ଏକ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ ଚଳାଇଥିଲେ ହେଁ ଖବର ଲେଖାଯିବା ପର୍ଯ୍ୟନ୍ତ ଏ ଘଟଣାରେ କାହାରିକୁ ଧରିବାରେ ସଫଳ ହୋଇନାହିଁ ।
ସୂଚନା ଯୋଗ୍ୟ ଯେ, ଦେବଗଡ ଥାନା ପୋଲିସର ଅବହେଳା ଓ ନିଷ୍କ୍ରିୟତା ଯୋଗୁ ଏହି ଅଂଚଳରେ ଚୋରୀ, ବେଆଇନ ମଦ କାରବାର ଓ ଜୁଆଖେଳ ଭଳି ଅପରାଧ ଦିନକୁ ଦିନ ବୃଦ୍ଧି ପାଇବାସହ ପୋଲିସ ଉପରେ ଲୋକଙ୍କର ଭରସା ତୁଟିବାରେ ଲାଗିଛି । ଏଣୁ ଜିଲା ଆରକ୍ଷୀ ଅଧିକ୍ଷକ ଏବଂ ବିବାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେବାସହ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାଦି ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri