ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର ହଜାର ଶିକ୍ଷକ ଓ କର୍ମଚାରୀ। ଭୁବନେଶ୍ୱରର ଲୋୟର ପିଏମ୍‌ଜିରେ ଏକାଠି ହୋଇ ଶିକ୍ଷକମାନେ ବିଭିନ୍ନ ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।

ଅଣଅନୁଦାନପ୍ରାପ୍ତ ଓ ଯୋଗ୍ୟ ବିଦ୍ୟାଳୟଗୁଡ଼ିକୁ ଅନୁଦାନ ପ୍ରଦାନ, ପେନଶନ ଓ ଅବସରକାଳୀନ ସୁବିଧା, ସେବା ସର୍ତ୍ତରେ ସମାନତା ଭଳି ଦୀର୍ଘଦିନର ଦାବିକୁ ନେଇ ଶିକ୍ଷକମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଶିକ୍ଷକ ଓ କର୍ମଚାରୀମାନଙ୍କ କହିବା ଅନୁଯାୟୀ, ବର୍ଷ ବର୍ଷ ଧରି ଦାବି ଜଣାଇ ଆସୁଥିଲେ ମଧ୍ୟ ଅନେକ ସମସ୍ୟାର ସ୍ଥାୟୀ ସମାଧାନ ହୋଇନାହିଁ।

ପୂର୍ବରୁ ମଧ୍ୟ ରାଜ୍ୟର ବିଭିନ୍ନ ସ୍କୁଲ୍‌ ଓ କଲେଜର ଶିକ୍ଷକ-କର୍ମଚାରୀମାନେ ଭୁବନେଶ୍ୱରରେ ‘ଡିମାଣ୍ଡ ଡେ’ ପାଳନ କରି ବିକ୍ଷୋଭ କରିଥିଲେ। ସେମାନଙ୍କ ଦାବି ମଧ୍ୟରେ ଯୋଗ୍ୟ ସ୍କୁଲ୍‌ଗୁଡ଼ିକୁ ଅନୁଦାନ, ଅନୁଦାନପ୍ରାପ୍ତ ସ୍କୁଲ୍‌ ଓ କଲେଜକୁ ସରକାରୀ ଅଧୀନକୁ ଆଣିବା, ପୁରୁଣା ପେନସନ ବ୍ୟବସ୍ଥା, ପେନଶନ ଓ ଅବସରକାଳୀନ ସୁବିଧା ଏବଂ ଅନ୍ୟାନ୍ୟ ସେବା ସୁବିଧା ଅନ୍ତର୍ଭୁକ୍ତ ଥିଲା।

ବିଶେଷକରି ଅବସର ନେଇଥିବା ଅନେକ ଶିକ୍ଷକ ଓ କର୍ମଚାରୀ ପେନଶନ ଏବଂ ଅନ୍ୟାନ୍ୟ ଅବସରକାଳୀନ ସୁବିଧାରୁ ବଞ୍ଚିତ ହୋଇ ଆର୍ଥିକ ସମସ୍ୟାରେ ରହୁଥିବା ଅଭିଯୋଗ ଆନ୍ଦୋଳନକାରୀମାନେ କରିଆସୁଛନ୍ତି। ଏଥିସହ ଚାକିରିର ସେବା ସର୍ତ୍ତ, ଦରମା ଓ ଗ୍ରେଡ୍‌ ପେ’ରେ ଥିବା ଅସଙ୍ଗତି ଦୂର କରିବାକୁ ମଧ୍ୟ ଦାବି ହୋଇଛି।

ଗୁରୁଦିବସରେ ଲୋୟର ପିଏମ୍‌ଜିରେ ଶିକ୍ଷକମାନଙ୍କ ଏହି ବିକ୍ଷୋଭ ଫଳରେ ରାଜଧାନୀରେ ଆନ୍ଦୋଳନର ମାହୋଲ ସୃଷ୍ଟି ହୋଇଛି। ଦାବି ପୂରଣ ନହେଲେ ଆଗାମୀ ଦିନରେ ଆନ୍ଦୋଳନକୁ ଆହୁରି ତୀବ୍ର କରାଯିବ ବୋଲି ଶିକ୍ଷକ ସଂଗଠନଗୁଡ଼ିକ ଚେତାବନୀ ଦେଇଛନ୍ତି।

ଉଲ୍ଲେଖଯୋଗ୍ୟ, ଚଳିତ ମାସରେ ଭୁବନେଶ୍ୱରର ଲୋୟର ପିଏମ୍‌ଜିରେ ଶିକ୍ଷକ ନିଯୁକ୍ତି ଦାବିରେ ମଧ୍ୟ ଆନ୍ଦୋଳନ ହୋଇଥିଲା। ତେବେ ସେହି ଆନ୍ଦୋଳନ ଶିକ୍ଷକ ଆଶାୟୀମାନଙ୍କ ପକ୍ଷରୁ ଥିଲା ଏବଂ ଖାଲି ପଡ଼ିଥିବା ଶିକ୍ଷକ ପଦବୀ ପୂରଣ ଓ ନୂଆ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ ଦାବି କରାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡକାୟତି ଘଟଣାର ପର୍ଦ୍ଦାଫାସ କଲା ପାଟପୁର ପୋଲିସ, ଜେଲ୍ ଗଲେ ୪ ଅଭିଯୁକ୍ତ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଏକ ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି । ଛିନତାଇ ଘଟଣାରେ ସମ୍ପୃକ୍ତ ଥିବା ୪ ଅଭିଯୁକ୍ତଙ୍କୁ ରବିବାର…

ଗୋଟିଏ ଦିନରେ ୪୮ ଜୁଆ ଆଡ୍ଡାରେ ଚଢ଼ାଉ: ୨୮୭ ଜୁଆଡ଼ି ଗିରଫ, ୯ ଲକ୍ଷ ଟଙ୍କା ଜବତ

ଛତ୍ରପୁର,୨୫।୧୦(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ପାର୍ବଣ ଋତୁରେ ଗଞ୍ଜାମ ଜିଲାରେ ଜୁଆ ଖେଳ ଉପରେ ପୋଲିସର ଚଢ଼ାଉ ଅଭିଯାନ ଜାରି ହୋଇଛି। ଗତ ୫ ଦିନ ମଧ୍ୟରେ ଗଞ୍ଜାମ…

କାର୍ତ୍ତିକ ପୂର୍ଣ୍ଣିମା ପୂର୍ବରୁ ବଟେଶ୍ୱର ରାସ୍ତା ନିର୍ମାଣ ଦାବି ତେଜିଲା

ଗଞ୍ଜାମ,୨୫ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର କଣ୍ଟିଆଗଡ଼ ନିକଟ ବଟେଶ୍ୱର ପୀଠକୁ ହୁମାଠାରୁ ସଂଯୋଗ ରାସ୍ତା ଶୋଚନୀୟ ଅବସ୍ଥା ହୋଇପଡିଛି। କିଛି ଦିନ ପରେ…

ବୈଭବଙ୍କୁ ୩ ନମ୍ବରରେ ଖେଳାଇବା ନେଇ ଅଶ୍ୱିନଙ୍କ ପ୍ରଶ୍ନ, କହିଲେ ପାଣି ବାହାରେ ମାଛ…

ନୂଆଦିଲ୍ଲୀ, ୨୫।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ୧୫ ବର୍ଷୀୟ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଭାରତୀୟ ଚୂଡ଼ାନ୍ତ ଏକାଦଶରେ ସୁଯୋଗ ମିଳିଥିଲା। ଈଶାନ କିଶନ…

ଦୁର୍ଘଟଣାକୁ ନେଇ ତେଜିଲା ଅସନ୍ତୋଷ, କ୍ରସରରେ ତାଲା ପକାଇଲେ ଗ୍ରାମବାସୀ

ବଲାଙ୍ଗୀର,୨୫।୧୦(ସୁନିଲ କୁମାର ମହାନ୍ତି): ଏକ ଦୁର୍ଘଟଣାକୁ କେନ୍ଦ୍ର କରି ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେବା ସହ କ୍ରସରରେ ତାଲା ପକାଇଲେ ଆନ୍ଦୋଳନ କରିଛନ୍ତି। ଏହି ଘଟଣା ଘଟିଛି…

୨.୬୦ କୋଟି ସରକାରୀ ପାଣ୍ଠି ଆତ୍ମସାତ ମାମଲା, ୬ମାସ ପରେ ଫେରାର ବନ ସହାୟକ ବାବୁଲୁ ଗିରଫ

ଭବାନୀପାଟଣା,୨୫।୧୦(ଉତ୍ତମ କୁମାର ଦାଶ): ସରକାରୀ ପାଣ୍ଠି ଆତ୍ମସାତ ମାମଲାରେ ଓଡ଼ିଶା ଭିଜିଲାନ୍ସକୁ ମିଳିଛି ଏକ ବଡ଼ ସଫଳତା। ନୂଆପଡା ଜିଲା ସୁନାବେଡ଼ା ବନ୍ୟପ୍ରାଣୀ ବନଖଣ୍ଡ ଡିଏଫ୍ଓ କାର୍ଯ୍ୟାଳୟର…

ଜଟଣୀରେ RBI ଡାଟା ସେଣ୍ଟର ଉଦଘାଟନ କରି ବଡ଼ କଥା କହିଲେ ମୋଦି, ଓଡ଼ିଶାର ଯୁବପିଢ଼ିଙ୍କ ପାଇଁ ବଢ଼ିବ….

ଭୁବନେଶ୍ବର,୨୫।୧୦: ଜଟଣୀ ଇନ୍‌ଫୋଭାଲି-୨ରେ RBI ଡାଟା ସେଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଉଦଘାଟନ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ସମେତ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ,…

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, ସ୍ବାଗତ କଲେ ରାଜ୍ୟପାଳ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୫।୧୦: ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ପହଞ୍ଚିଥିବା ସୂଚନା ରହିଛି । ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?