ଦୁଇଦିନ ହେଲା ୪୯ ନଂ ଜାତୀୟ ରାଜପଥ ଜାମ୍‌: ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୨୨ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଦେଇ ଯାଇଥିବା ମୁମ୍ବାଇ – କୋଲକାତା ଜାତୀୟ ରାଜପଥ (ଏନ୍‌ଏଚ୍‌) ୪୯ରେ ସଦର ଥାନା ଅନ୍ତର୍ଗତ ଠାକୁରଡିହି ନିକଟରେ ଦୁଇଟି ଟ୍ରକ୍‌ ବ୍ରେକ ଡାଉନ ହେବାରୁ ସୋମବାରଠାରୁ ଯାତାୟାତ ଠପ୍‌ ହୋଇଯାଇଛି। ଏହି ରାସ୍ତାରେ ହଜାର ହଜାର ସଂଖ୍ୟାରେ ଲୁହାପଥର ବୋଝେଇ ଟ୍ରକ ସହିତ ମାଲବାହୀ ଲାଇନ ଟ୍ରକ୍‌ ଚଳାଚଳ କରୁଥିବାରୁ ସବୁବେଳେ ଏଭଳି ସମସ୍ୟା ଉପୁଜୁଥିଲେ ହେଁ ସୁଧାର ଆସୁନାହଁ। ଏହି ରାସ୍ତାରେ ଦୈନିକ ହଜାର ହଜାର ସଂଖ୍ୟାରେ ମାଲବାହୀ ଟ୍ରକ, ଲୁହାପଥର ବୋଝେଇ ଟ୍ରକ ଚଳାଚଳ କରିଥାଏ। ଲୁହାପଥର ବୋଝେଇ ଟ୍ରକ ପାର୍କିଂ ବ୍ୟବସ୍ଥା ନାହିଁ। ଏଣୁ ରାସ୍ତା ଉପରେ ଟ୍ରକ ପାର୍କିଂ ହୋଇଥାଏ। ସେହିପରି ରାସ୍ତା କଡ଼ରେ ତେଲ ପମ୍ପ ଥିବାରୁ ତେଲ ଭର୍ତ୍ତି ପାଇଁ ଟ୍ରକଗୁଡ଼ିକ ଲମ୍ବା ଧାଡ଼ି ଲାଗିବା ଯୋଗୁ ରାସ୍ତା ଜାମ୍‌ ହୋଇଥାଏ। ରାସ୍ତା ଜାମ୍‌ ଯୋଗୁ ଯାତ୍ରୀବାହୀ ବସ୍‌ ଓ ସାଧାରଣ ଲୋକ ଏବଂ ଆମ୍ବୁଲାନ୍ସ ଯାତାୟାତ ଠପ୍‌ ହୋଇଯାଇଛି। ତୁରନ୍ତ ରାସ୍ତା ଜାମ୍‌ ହଟାଇବା ପାଇଁ ପଦକ୍ଷେପ ଗ୍ରହଣ କରାଯାଉଛି ବୋଲି ସଦର ଥାନା ଅଧିକାରୀ ଜୟନାରାୟଣ ଖଣ୍ଡେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ...

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ମୋକିମ୍‌ଙ୍କୁ ଟାର୍ଗେଟ୍‌ କଲେ ପ୍ରକାଶ

କଟକ,୨୬ା୪(ଶିଳ୍ପା ପ୍ରିୟଦର୍ଶିନୀ):ଆପରାଧିକ ସାମ୍ରାଜ୍ୟକୁ ସୁରକ୍ଷା ଦେବା ପାଇଁ ମହିଳା କାର୍ଡ ଖେଳିବା ଲଜ୍ଜାଜନକ ବୋଲି କହି ମହମ୍ମଦ ମୋକିମଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ...

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟ

କଟକ,୨୬ା୪(କାର୍ତ୍ତିକ ସାହୁ):ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ରାୟ ପ୍ରକାଶ କରି...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ପୁଅଙ୍କ ଲଢ଼େଇ, ବାପାଙ୍କ ଚିନ୍ତା

ବଲାଙ୍ଗୀର,୨୬ା୪(ବୀରେନ୍ଦ୍ର କୁମାର ଝାଙ୍କର):୨୦୨୪ ନିର୍ବାଚନରେ ନିଜ ପୁଅକୁ ପ୍ରାର୍ଥୀ କରି ରାଜ୍ୟର ଅନେକ ବରିଷ୍ଠ ଏବଂ ସଫଳ ରାଜନେତା ଏବେ ଷ୍ଟାର ପ୍ରଚାରକ ପାଲଟିଛନ୍ତି। ବିଶେଷକରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri