ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି ମହାପର୍ବରେ ସମସ୍ତ ରାଜନୈତିକ ଦଳ ନିଜର ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ଏହି ପରିପ୍ରେକ୍ଷୀରେ ବୁଧବାର ଭାରତୀୟ ଜନତା ପାର୍ଟି ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ମୋରଡ଼ାସ୍ଥିତ ଯାତ୍ରା ପଡ଼ିଆରେ ଅନୁଷ୍ଠିତ ଉକ୍ତ ମିଶ୍ରଣ ପର୍ବରେ ଭାଜପା ଏମ୍‌ପି ପ୍ରାର୍ଥୀ ନବଚରଣ ମାଝି, ମୋରଡ଼ା ଭାଜପା ବିଧାୟକ ପ୍ରାର୍ଥୀ କୃଷ୍ଣଚନ୍ଦ୍ର ମହାପାତ୍ର, ଜିଲା ସଭାପତି କାନ୍ଦ୍ରା ସୋରେନ, ପରେଶ ମହାନ୍ତ,ସାରସକଣା ବିଧାୟକ ବୁଢାଣ ମୁର୍ମୁ, ପରେଶ ମହାନ୍ତ, ସୁକୁଲ ମୁର୍ମୁ, ନବୀନ ରାମ, ବୈଦ୍ୟନାଥ ମହାନ୍ତ,ପ୍ରବୀର ଘୋଷ,ସୀତାନାଥ କିସ୍କୁ, ଟୁନାରାମ ଥୟାଲ, ଲମ୍ବୋଦର ନାଏକ, ନିରଞ୍ଜନ ମହାନ୍ତ, କାଳୀଚରଣ ନାଏକ ପ୍ରମୁଖ ମଞ୍ଚରେ ଉପସ୍ଥିତ ଥିଲେ। ପ୍ରଥମେ ମଞ୍ଚାସୀନ ଅତିଥିଗଣ ଆନୁଷ୍ଠାନିକ ଭାବେ ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ଜିଲା ସଂଯୋଜକ ପ୍ରଦୀପ ମହାନ୍ତିଙ୍କ ମଞ୍ଚ ପରିଚାଳନାରେ ଅନୁଷ୍ଠିତ ଉକ୍ତ ମିଶ୍ରଣ ପର୍ବରେ ଜିଲା ସଭାପତି କାନ୍ଦ୍ରା ସୋରେନ ଉଦ୍‌ଘାଟନୀ ଭାଷଣ ରଖିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ଦ୍ୱାରା ଲୋକେ କିପରି ଉପକୃତ ହେଉଛନ୍ତି ସେ ବାବଦରେ ଅତିଥିମାନେ ଅଭିଭାଷଣ ରଖିବା ସହିତ ଆଗାମୀ ନିର୍ବାଚନରେ ଭାଜପାକୁ ଜିତାଇ ରାଜ୍ୟରେ ଡବଲ ଇଞ୍ଜିନ ସରକାର ଗଡ଼ିବ ବୋଲି କହିଥିଲେ ଅତିଥିମାନେ। ଏହାପରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଦୁଇଦିନ ତଳେ ବିଜେଡି ଛାଡ଼ିଥିବା ମୋରଡାର ବରିଷ୍ଠ ନେତା ସୌରଭ ରଞ୍ଜନ ମହାନ୍ତି ଆନୁଷ୍ଠାନିକ ଭାବେ ଭାଜପାରେ ମିଶିଥିଲେ। ସେହିପରି ତାଙ୍କ ନେତୃତ୍ୱରେ ତାଙ୍କର କର୍ମୀମାନେ ମଧ୍ୟ ଭାଜପାରେ ଯୋଗଦେଇଥିଲେ। ଏହାପରେ  ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ପୂର୍ବତନ ଜିଲାପରିଷଦ ପ୍ରାର୍ଥୀ ଅନୁପା ମୁର୍ମୁଙ୍କ ସହିତ ତାଙ୍କର ବହୁ କର୍ମୀ ମଧ୍ୟ ଭାଜପାରେ ଯୋଗଦେଇଥିଲେ। ଏହା ପରେ ବିଭିନ୍ନ ମଣ୍ଡଳରୁ ଆସିଥିବା ପ୍ରତିନିଧିମାନଙ୍କ ନେତୃତ୍ୱରେ ଶତାଧିକ ବିଜେଡି,ଜେଏମ୍‌ଏମ, କଂଗ୍ରେସ କର୍ମୀ ମଧ୍ୟ ମିଶ୍ରଣ ପର୍ବରେ ସାମିଲ ହୋଇଥିଲେ। ଆଜିର ଏହି ମହାମିଶ୍ରଣ ପର୍ବରେ ମୋରଡ଼ା ନିର୍ବାଚନମଣ୍ଡଳୀର ମୋଟ୍‌ ଏକ ହଜାରରୁ ଊର୍ଦ୍ଧ୍ୱ କର୍ମୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri