Posted inଜାତୀୟ

ରିଲାଏନ୍ସ ଫାଉଣ୍ଡେଶନ ହସ୍ପିଟାଲକୁ ଉଡାଇଦେବାକୁ ଧମକ

ମୁମ୍ବାଇ,୫।୧୦: ରିଲାଏନ୍ସ ଫାଉଣ୍ଡେଶନ ହସ୍ପିଟାଲକୁ ବିସ୍ଫୋରଣ କରି ଉଡାଇ ଦେବାକୁ ବୁଧବାର ଧମକ ଦିଆଯାଇଛି। ହସ୍ପିଟାଲର ଏକ ଲ୍ୟାଣ୍ଡଲାଇନ୍‌ ନମ୍ବରକୁ ଜଣେ ବ୍ୟକ୍ତି କଲ୍‌ କରି ଏପରି ଧମକ ଦେଇଛନ୍ତି। ଏନେଇ ହସ୍ପିଟାଲ ପରିସରରେ ଆତଙ୍କ ଖେଳିଯାଇଛି। ଅଭିଯୋଗ ପରେ ମୁମ୍ବାଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ଜଣେ ପୋଲିସ ଅଧିକାରୀ କହିଛନ୍ତି, ମଧ୍ୟାହ୍ନରେ ହସ୍ପିଟାଲର ଲ୍ୟାଣ୍ଡଲାଇନକୁ ଧମକପୂର୍ଣ୍ଣ ଫୋନ କଲ୍‌ ଆସିଥିଲା। ବ୍ୟକ୍ତି ଜଣକ ଅମ୍ବାନୀଙ୍କ ପରିବାର ସଦସ୍ୟଙ୍କୁ ମଧ୍ୟ ଧମକ ଦେଇଛନ୍ତି। ଏନେଇ ଡିବି ମାର୍ଗ ପୋଲିସ ଷ୍ଟେଶନରେ ଏକ ମାମଲା ରୁଜୁ ହୋଇଛି।

ଚଳିତ ବର୍ଷ ଅଗଷ୍ଟରେ ଶିଳ୍ପପତି ମୁକେଶ ଅମ୍ବାନୀ ଏବଂ ତାଙ୍କ ପରିବାର ସଦସ୍ୟଙ୍କୁ ହତ୍ୟା କରାଯିବ ବୋଲି ଧମକ ଦେବା ପରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିଲା। ଏପରି କି ୨୦୨୧ ଫେବୃୟାରୀରେ ଅମ୍ବାନୀଙ୍କ ଦକ୍ଷିଣ ମୁମ୍ବାଇସ୍ଥିତ ବାସଭବନ ନିକଟରେ ଏକ ବିସ୍ଫୋରକ ସାମଗ୍ରୀ ଥିବା ଗାଡ଼ି ଜବତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନରେ ଚତୁର୍ଥୀ ପରେ ଏବେ ରୁଦ୍ରାଭିଷେକ, ଭାଇରାଲ ହୋଇଛି ଭିଡିଓ

ନୂଆଦିଲ୍ଲୀ,୧୪ା୭: ନିକଟରେ, ଏକ ଟ୍ରେନରେ ଫୁଲ ସଜା ହୋଇ ଚତୁର୍ଥୀ ରାତି ପାଇଁ ଆୟୋଜନ ହୋଇଥିବା ଭିଡିଓ ଭାଇରାଲ ହୋଇଥିଲା । ବର୍ତ୍ତମାନ ଚଳନ୍ତା ଟ୍ରେନରେ ପୂଜା…

ଶାବର ଶ୍ରୀକ୍ଷେତ୍ରରେ ନବଯୌବନ ବେଶରେ ମହାପ୍ରଭୁ: ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ସମାଗମ

କୋରାପୁଟ, ୧୪।୭ (ଅମିତାଭ ବେହେରା): ପବିତ୍ର ନେତ୍ର ଉତ୍ସବ ଅବସରରେ ମଙ୍ଗଳବାର କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ନବଯୌବନ ବେଶରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ସକାଳଠାରୁ ଭକ୍ତଙ୍କ ପ୍ରବଳ…

ଜାତିସଂଘ ସୁରକ୍ଷା ପରିଷଦରେ ସଦସ୍ୟତା ପାଇଁ ଅଣ୍ଟା ଭିଡ଼ିଲା ଭାରତ

ନୂଆଦିଲ୍ଲୀ,୧୪।୭:ଭାରତ ୨୦୨୮-୨୯ କାର୍ଯ୍ୟକାଳ ପାଇଁ ଜାତିସଂଘ ସୁରକ୍ଷା ପରିଷଦ (UNSC)ର ଅସ୍ଥାୟୀ ସଦସ୍ୟ ହେବା ପାଇଁ ନିର୍ବାଚନ ଅଭିଯାନ ଆରମ୍ଭ କରିଛି। ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର…

ନା ଘର ନା ଗାଡ଼ି…, ଭାଜପା ପ୍ରାର୍ଥୀ ନୀରଜ ସିହ୍ନାଙ୍କ ସମ୍ପତ୍ତି ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ପାଟନା,୧୪।୭: ବାଙ୍କିପୁର ବିଧାନସଭା ଉପନିର୍ବାଚନ ପାଇଁ ସୋମବାର (ଜୁଲାଇ ୧୩) ଭାଜପା ପ୍ରାର୍ଥୀ ନୀରଜ ସିହ୍ନା ତାଙ୍କର ନାମାଙ୍କନ ଦାଖଲ କରିଥିଲେ। ତାଙ୍କ ଶପଥପତ୍ରରୁ କିଛି ବିବରଣୀ…

ଶେଷ ପର୍ଯ୍ୟାୟରେ ରଥଯାତ୍ରା ପ୍ରସ୍ତୁତି: ଯୋଗ ଦେବେ କନ୍ଧମାଳ ଏମ୍‌ପି

ରାଇକିଆ, ୧୪।୭(ପ୍ରଦିପ ବେହେରା): କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିରରେ ମଙ୍ଗଳବାର ନେତ୍ରୋତ୍ସବ ଅନୁଷ୍ଠିତ ହେବା ସହ ମହାପ୍ରଭୁ ଜଗନ୍ନାଥ ନବଯୌବନ ବେଶରେ ଦର୍ଶନ ଦେଇଛନ୍ତି ।…

୧ ବିଲିୟନ ଡଲାର କ୍ଲବରେ ‘ମାଇକେଲ୍‌’

ଲସ୍‌ ଆଞ୍ଜେଲସ୍‌, ୧୪।୭: କିଙ୍ଗ୍‌ ଅଫ୍‌ ପପ୍‌ ଭାବେ ପରିଚିତ ମାଇକେଲ୍‌ ଜ୍ୟାକସନ୍‌ଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ୍‌’ ବିଶ୍ୱ ବକ୍ସ ଅଫିସରେ ନୂଆ ରେକର୍ଡ…

ଗୌରୀଙ୍କ ସହ ବିବାହର ୧୦ ଦିନ ଭିତରେ ଗୁଡ୍‌ନ୍ୟୁଜ୍‌ ଦେଲେ ଆମିର, ଖବର ଶୁଣି ସମସ୍ତେ ଚକିତ

ମୁମ୍ବାଇ: ବଲିଉଡ ଅଭିନେତା ଆମିର ଖାନ ଗତ ଜୁଲାଇ ୫ ତାରିଖରେ ନିଜ ଗର୍ଲଫ୍ରେଣ୍ଡ ଗୌରୀ ସ୍ପ୍ରାଟ୍‌ଙ୍କୁ ବିବାହ କରିଛନ୍ତି। ବିବାହ ପରେ ଏହି ନବଦମ୍ପତି ନିଜ…

ଖେଳ ପଡ଼ିଆରେ ଲିଭିଗଲା ଜୀବନ ଦୀପ, ୨୨ ବର୍ଷୀୟ କ୍ରିକେଟରଙ୍କ ମୃତ୍ୟୁ

ଶ୍ରୀନଗର,୧୪।୭: ଜମ୍ମୁ କଶ୍ମୀରର ଡୋଡା ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଭାଦେରୱା ଅଞ୍ଚଳର ୨୨ ବର୍ଷୀୟ କ୍ରିକେଟର ସୁହେଲ ଅହମ୍ମଦ ଜୁଲାଇ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri