ଓଏଏସ ଅଫିସରଙ୍କୁ ଧମକ ଘଟଣା: ଠିକାଦାର ବାପ,ପୁଅ ସମେତ ୩ ଜଣଙ୍କୁ ବାନ୍ଧିଲା ପୋଲିସ

ପୁରୁଷୋତ୍ତମପୁର,୧୧।୭(ସିମାଞ୍ଚଳ ମିଶ୍ର):ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିରେ ନିର୍ବାହୀ ଅଧିକାରୀ ଭାବରେ କାର୍ଯ୍ୟରତ ଓଏଏସ ଅଫିସର ଗୋବିନ୍ଦ ଡନସେନାଙ୍କୁ ଶୁଟ କରିଦେବା ଓ ମାଡ ମାରିବାର ଧମକ ଦେବା ସହ ଅସଭ୍ୟ ଭାଷାରେ ଗାଳିକରିବା ଘଟଣାରେ ଠିକାଦାର ବାପ, ପୁଅ ସମେତ ତିନିଜଣଙ୍କୁ ପୋଲିସ ଶୁକ୍ରବାର ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଏ ନେଇ ଆଇଆଇସି ରାଜେଶକୁମାର ନାୟକ କହିଛନ୍ତି। ଗିରଫ ବ୍ୟକ୍ତିମାନେ ହେଲେ ନାରାୟଣ ପ୍ରସାଦ ମହାପାତ୍ର, ଆଶିଶକୁମାର ମହାପାତ୍ର ଓ ଦୀପକକୁମାର ଗୌଡ।
ସୂଚନାଯୋଗ୍ୟ, ଗତମାସ ୩୦ ତାରିଖରେ ନିର୍ବାହୀ ଅଧିକାରୀ ତାଙ୍କ ପ୍ରକୋଷ୍ଟରେ ବସିଥିବାବେଳେ ଠିକାଦାର ବାପା ନାରାୟଣପ୍ରସାଦ ମହାପାତ୍ର ଓ ପୁଅ ଆଷିଶ କୁମାର ମହାପାତ୍ର କାର୍ଯ୍ୟାଳୟକୁ ଆସି ସେ ଠିକାରେ କରିଥିବା ଗୋପାଳବନ୍ଧ କାର୍ଯ୍ୟର ବିଲ କରିବାଲାଗି କହିଥିଲେ। ମାତ୍ର ବର୍ତ୍ତମାନ ଫଣ୍ଡରେ ଟଙ୍କା ନ ଥିବା ସହ ସହରରେ ହୋଇଥିବା କାର୍ଯ୍ୟକୁ ନେଇ ସହରବାସୀ ଭିଜିଲାନ୍ସରେ ଅଭିଯୋଗ କରିଛନ୍ତି। ଏଣୁ ତଦନ୍ତ ପରେ ଓ ଫଣ୍ଡକୁ ଟଙ୍କା ଆସିବାପରେ ବିଲ କରିଯିବ ବୋଲି କହିଥିଲେ। ଏହାକୁ ନେଇ ସେ ହଠାତ ଉତ୍ତ୍ୟକ୍ତ ହୋଇ ଟେବୁଲ ପିଟି ଗାଳିଗୁଲଜ କରି ଅସଭ୍ୟ ବ୍ୟବହାର ପ୍ରଦର୍ଶନ କରିବା ସହ ଶୁଟ କରିବା ଓ ମାଡ ମାରିବା ଆଦି ନାନା ପ୍ରକାରର ଧମକ ଦେଇଥିଲେ। ଏପରିକି ଦିପକକୁମାର ଗୌଡ ମଧ୍ୟ ଅଫିସରେ ବସିରହି ଅନେକ ସମୟରେ ଅପଶବ୍ଦ ବ୍ୟବହାର କରୁଥିବା ନେଇ ପୋଲିସରେ ଗତ ୭ ତାରିଖରେ ନିର୍ବାହୀ ଅଧିକାରୀ ଲିଖିତ ଅଭିଯୋଗ କରିଥିଲେ। ଏହାକୁ ନେଇ ଥାନାରେ କେସ ନଂ ୫୨୨/୨୫ ପ୍ରକାରେ ପୋଲିସ ଘଟଣାର ତଦନ୍ତ କରି ୩ ଜଣଙ୍କୁ ଗିରଫକରି କୋର୍ଟ ଚାଲାଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri