ଓଏଏସ ଅଫିସରଙ୍କୁ ଧମକ ଘଟଣା: ଠିକାଦାର ବାପ,ପୁଅ ସମେତ ୩ ଜଣଙ୍କୁ ବାନ୍ଧିଲା ପୋଲିସ

ପୁରୁଷୋତ୍ତମପୁର,୧୧।୭(ସିମାଞ୍ଚଳ ମିଶ୍ର):ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିରେ ନିର୍ବାହୀ ଅଧିକାରୀ ଭାବରେ କାର୍ଯ୍ୟରତ ଓଏଏସ ଅଫିସର ଗୋବିନ୍ଦ ଡନସେନାଙ୍କୁ ଶୁଟ କରିଦେବା ଓ ମାଡ ମାରିବାର ଧମକ ଦେବା ସହ ଅସଭ୍ୟ ଭାଷାରେ ଗାଳିକରିବା ଘଟଣାରେ ଠିକାଦାର ବାପ, ପୁଅ ସମେତ ତିନିଜଣଙ୍କୁ ପୋଲିସ ଶୁକ୍ରବାର ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଏ ନେଇ ଆଇଆଇସି ରାଜେଶକୁମାର ନାୟକ କହିଛନ୍ତି। ଗିରଫ ବ୍ୟକ୍ତିମାନେ ହେଲେ ନାରାୟଣ ପ୍ରସାଦ ମହାପାତ୍ର, ଆଶିଶକୁମାର ମହାପାତ୍ର ଓ ଦୀପକକୁମାର ଗୌଡ।
ସୂଚନାଯୋଗ୍ୟ, ଗତମାସ ୩୦ ତାରିଖରେ ନିର୍ବାହୀ ଅଧିକାରୀ ତାଙ୍କ ପ୍ରକୋଷ୍ଟରେ ବସିଥିବାବେଳେ ଠିକାଦାର ବାପା ନାରାୟଣପ୍ରସାଦ ମହାପାତ୍ର ଓ ପୁଅ ଆଷିଶ କୁମାର ମହାପାତ୍ର କାର୍ଯ୍ୟାଳୟକୁ ଆସି ସେ ଠିକାରେ କରିଥିବା ଗୋପାଳବନ୍ଧ କାର୍ଯ୍ୟର ବିଲ କରିବାଲାଗି କହିଥିଲେ। ମାତ୍ର ବର୍ତ୍ତମାନ ଫଣ୍ଡରେ ଟଙ୍କା ନ ଥିବା ସହ ସହରରେ ହୋଇଥିବା କାର୍ଯ୍ୟକୁ ନେଇ ସହରବାସୀ ଭିଜିଲାନ୍ସରେ ଅଭିଯୋଗ କରିଛନ୍ତି। ଏଣୁ ତଦନ୍ତ ପରେ ଓ ଫଣ୍ଡକୁ ଟଙ୍କା ଆସିବାପରେ ବିଲ କରିଯିବ ବୋଲି କହିଥିଲେ। ଏହାକୁ ନେଇ ସେ ହଠାତ ଉତ୍ତ୍ୟକ୍ତ ହୋଇ ଟେବୁଲ ପିଟି ଗାଳିଗୁଲଜ କରି ଅସଭ୍ୟ ବ୍ୟବହାର ପ୍ରଦର୍ଶନ କରିବା ସହ ଶୁଟ କରିବା ଓ ମାଡ ମାରିବା ଆଦି ନାନା ପ୍ରକାରର ଧମକ ଦେଇଥିଲେ। ଏପରିକି ଦିପକକୁମାର ଗୌଡ ମଧ୍ୟ ଅଫିସରେ ବସିରହି ଅନେକ ସମୟରେ ଅପଶବ୍ଦ ବ୍ୟବହାର କରୁଥିବା ନେଇ ପୋଲିସରେ ଗତ ୭ ତାରିଖରେ ନିର୍ବାହୀ ଅଧିକାରୀ ଲିଖିତ ଅଭିଯୋଗ କରିଥିଲେ। ଏହାକୁ ନେଇ ଥାନାରେ କେସ ନଂ ୫୨୨/୨୫ ପ୍ରକାରେ ପୋଲିସ ଘଟଣାର ତଦନ୍ତ କରି ୩ ଜଣଙ୍କୁ ଗିରଫକରି କୋର୍ଟ ଚାଲାଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri