ପୁଣି ନୂଆ ଲହର ଆଶଙ୍କା ଘନେଇଲା: ୨୨୭ ଦିନ ପରେ ଭାରତରେ ସର୍ବାଧିକ କରୋନା ସଂକ୍ରମଣ, ୨୪ ଘଣ୍ଟାରେ ୮୪୧ ନୂଆ ମାମଲା ରିପୋର୍ଟ…

ନୂଆଦିଲ୍ଲୀ,୩୧।୧୨ : ଦେଶରେ ଦିନକୁ ଦିନ କରୋନା ସଂକ୍ରମଣର ମାମଲା ବଢ଼ିବାରୁ ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ଚିନ୍ତିତ ଅଛନ୍ତି॥ ଗତ ୧୦ ଦିନର ତଥ୍ୟରୁ ଜଣାପଡ଼ିଛି ପ୍ରତିଦିନ ହାରାହାରି ୫୦୦-୬୦୦ ନୂଆ ମାମଲା ରିପୋର୍ଟ କରାଯାଉଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ରବିବାର (ଡିସେମ୍ବର ୩୧) ସକାଳ ୮ ଟାରେ ଅପଡେଟ ହୋଇଥିବା ଆକଳନ ଆହୁରି ଭୟାନକ ରହିଛି।

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରେନାର ୮୪୧ ଟି ନୂଆ ମାମଲା ରିପୋର୍ଟ ହୋଇଛି, ଯାହାକି ୨୨୭ ଦିନ ମଧ୍ୟରେ ସର୍ବାଧିକ। ଏହା ସହିତ ସକ୍ରିୟ ମାମଲା ସଂଖ୍ୟା ବର୍ତ୍ତମାନ ୪,୩୦୯ କୁ ବୃଦ୍ଧି ପାଇଛି। ସୂଚନାଯୋଗ୍ୟ ଏହା ପୂର୍ବରୁ ୧୯ ମେ ରେ ୮୬୫ ମାମଲା ରୁଜୁ ହୋଇଥିଲା।

ବର୍ତ୍ତମାନର ସଂକ୍ରମଣ ମାମଲାଗୁଡ଼ିକର ମୁଖ୍ୟ କାରଣ ଭାବରେ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କରୋନାର ନୂତନ ଜେଏନ.୧ ଭାରିଆଣ୍ଟକୁ ବିଚାର କରୁଛନ୍ତି। ଅଧ୍ୟୟନରେ, ଏହାର ସଂକ୍ରମଣ ହାର ଅଧିକ ବୋଲି କୁହାଯାଉଛି। ତେବେ ଦେଶରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ପୁଣି ନୂଆ ଲହର ଆଶଙ୍କା ଘନେଇବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

IRCTC New Rules: ବଦଳିଲା ତତ୍କାଳ ଟିକେଟ ବୁକିଂ ନିୟମ: ଏବେ ଆଧାର କାର୍ଡ ବିନା ହେବନି କୌଣସି କାମ

ନୂଆଦିଲ୍ଲୀ,୨୨।୬: ଆଜିକାଲି ସମୟରେ ଟ୍ରେନ ଟିକେଟ ମିଳିବା ବହୁତ କଷ୍ଟକର ହୋଇପଡ଼ିଛି। ପର୍ବପର୍ବାଣୀ ସମୟରେ ଯଦି ଘରକୁ ଯିବାକୁ ଥାଏ, ତେବେ ଟିକେଟ ଆଦୌ ମିଳିନଥାଏ। ଏଭଳି…

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ

ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର…

ଲାଲୁ ଜଣେ ବଡ଼ ଖଳନାୟକ: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ

ପାଟନା,୨୨।୬:ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପୁଣି ଥରେ ରାଷ୍ଟ୍ରୀୟ ଜନତା ଦଳ (RJD) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାରକୁ ଟାର୍ଗେଟ୍‌ କରିଛନ୍ତି। ଲାଲୁ…

ଟେଷ୍ଟ କ୍ରିକେଟ୍‌କୁ ଫେରିବେ କି ବିରାଟ କୋହଲି, ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୬: ପ୍ରଖ୍ୟାତ ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଆଘାତ ଯୋଗୁ ପଡ଼ିଆରୁ ବାଦ୍‌ ପଡ଼ିଛନ୍ତି। ଏଥିପାଇଁ ସେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସମ୍ପ୍ରତି ଅନୁଷ୍ଠିତ…

ଷ୍ଟାର୍ମରଙ୍କ ଇସ୍ତଫା ପେରେ ଜାଣନ୍ତୁ କିଏ ହେବେ ବ୍ରିଟେନର ଆଗାମୀ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨।୬: ୟୁକେ ପ୍ରଧାନମନ୍ତ୍ରୀ କୀର ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା କରିଛନ୍ତି। ଷ୍ଟାର୍ମର କହିଛନ୍ତି,…

ଲେବର ପାର୍ଟିରେ ଉତ୍ତେଜନା ମଧ୍ୟରେ ୟୁକେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କିର୍‌ ଷ୍ଟାର୍ମର

ଲଣ୍ଡନ,୨୨।୬: ବ୍ରିଟିଶ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର (ଜୁନ ୨୨) କିର୍‌ ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା…

‘ଅଧିକ ଚିନ୍ତା କର ନାହିଁ’, କିଏ ଆଉ କାହିଁକି ଏମିତି କହିଲେ ବୈଭବ ସୂର୍ଯ୍ୟବଂଶୀଙ୍କୁ? ତା’ପରେ ଆସିଲା ଝଡ଼…

ନୂଆଦିଲ୍ଲୀ,୨୨।୬: ବୈଭବ ସୂର୍ଯ୍ୟବଂଶୀ ଜାଣିଥିଲେ ଯେ ଶ୍ରୀଲଙ୍କାରେ ତ୍ରି-ସିରିଜରେ ସମସ୍ତଙ୍କ ନଜର ତାଙ୍କ ଉପରେ ରହିବ। ୧୫ ବର୍ଷୀୟ ବ୍ୟାଟସମ୍ୟାନଙ୍କୁ ଭାରତ ଏ ପାଇଁ ଜଣେ ପ୍ରମୁଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri