Posted inଜାତୀୟ

ଗୋଗୋଇଙ୍କ ବିରୋଧରେ ଷଡ଼ଯନ୍ତ୍ର ଆଶଙ୍କାକୁ ଏଡାଇ ଦେଇ ହେବନାହିଁ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧୮।୨: ସୁପ୍ରିମ୍‌କୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ବିରୋଧରେ ଷଡ଼ଯନ୍ତ୍ର ହୋଇଥିବା ଆଶଙ୍କାକୁ ଏଡାଇ ହେବ ନାହିଁ। ଏନେଇ ଗୁରୁବାର ସୁପ୍ରିମ୍‌କୋର୍ଟ କହିଛନ୍ତି। ତାଙ୍କ ବିରୋଧରେ ଅଣାଯାଇଥିବା ଯୌନ ଶୋଷଣ ଅଭିଯୋଗର ଯାଞ୍ଚ୍‌କୁ ବନ୍ଦ କରାଯିବା ଆବଶ୍ୟକ କୋର୍ଟ ପକ୍ଷରୁ କୁହାଯାଇଛି। ଏଭଳି ଷଡ଼ଯନ୍ତ୍ର ଗୋଗୋଇଙ୍କର ବିଭିନ୍ନ ରାୟ ସହିତ ଜଡ଼ିତ ଥିବା ଆଶଙ୍କା କରାଯାଉଛି। ସେସବୁ ମଧ୍ୟରେ ରାଷ୍ଟ୍ରୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ନିଷ୍ପତ୍ତି ମଧ୍ୟ ରହିଥିବା ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତିି। ପୂର୍ବତନ ବିଚାରପତି ଏ.କେ. ପଟ୍ଟନାୟକଙ୍କର ଏକ ରିପୋର୍ଟ ଆଧାରରେ ଶୀର୍ଷ ଅଦାଲତ ଚୂଡ଼ାନ୍ତ ରାୟ ଦେଇଛନ୍ତି। ଗୋଗୋଇଙ୍କ ବିରୋଧରେ ଅଣାଯାଇଥିବା ଅଭିଯୋଗର ଯାଞ୍ଚ୍‌ ଦାୟିତ୍ୱ ତାଙ୍କୁ ପ୍ରଦାନ କରାଯାଇଥିଲା। ବିଚାରପତି ପଟ୍ଟନାୟକଙ୍କ ରିପୋର୍ଟ ଗୋଗୋଇଙ୍କ ବିରୋଧରେ ହେଉଥିବା ଷଡ଼ଯନ୍ତ୍ର ଆଶଙ୍କାକୁ ଦୃଢ଼ କରିଥିବା କୋର୍ଟ କହିଛନ୍ତି। ଗୋଗୋଇଙ୍କ ରାୟକୁ ନେଇ ସନ୍ତୁଷ୍ଟ ନ ଥିବା ଲୋକେ ଏଭଳି ଷଡ଼ଯନ୍ତ୍ର ରଚିଥିବାର ଆଶଙ୍କା କରିଥାଇ ପାରନ୍ତି ବୋଲି କୋର୍ଟଙ୍କ ପକ୍ଷରୁ କୁହାଯାଇଛି। ତେଣୁ ଗୋଗାଇଙ୍କ ବିରୋଧରେ ଅଣାଯାଇଥିବା ମାମଲାକୁ ବନ୍ଦ କରାଯାଉଛି ବୋଲି କୋର୍ଟ କହିଛନ୍ତି। ସୂଚନାଯୋଗ୍ୟ, ୨୦୧୯ରେ ଜଣେ ମହିଳା କର୍ମଚାରୀ ତତ୍କାଳୀନ ପ୍ରଧାନ ବିଚାରପତି ଗୋଗୋଇଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ ଆଣିଥିଲେ। ଏନେଇ ସେତେବେଳେର ବିଚାରପତି ଏସ୍‌.ଏ. ବୋବଡ଼େଙ୍କ ନେତୃତ୍ୱରେ ଗଠିତ ୩ ଜଣିଆ କମିଟି ସମ୍ପୃକ୍ତ ମହିଳାଙ୍କ ସମେତ ଅନ୍ୟମାନଙ୍କର ବୟାନ ରେକର୍ଡ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri