ଓଡ଼ିଶାରେ ବାଂଲାଦେଶୀଙ୍କ ଅନୁପ୍ରବେଶ ଆଶଙ୍କା; ୩ ଜିଲାକୁ ଆଲର୍ଟ ଜାରି କଲା ପୋଲିସ

କଟକ, ୮ା୮: ପଡୋଶୀ ବାଂଲାଦେଶରେ ବର୍ତମାନ ଅଶାନ୍ତ ରହିଥିଲା ବେଳେ ସେଠାରୁ ଲୋକେ ଦେଶଛାଡ଼ି ଅନ୍ୟତ୍ର ଯିବାକୁ ଉଦ୍ୟମ କରୁଛନ୍ତି। ଭାରତ ସବୁଠାରୁ ନିକଟବର୍ତୀ ସୁରକ୍ଷିତ ସ୍ଥାନ ହୋଇଥବାରୁ ସମସ୍ତେ ଭାରତ ଆସିବାକୁ ଚେଷ୍ଟା ଚଳାଇଛନ୍ତି। ଗତ ଦୁଇ ଦିନ ମଧ୍ୟରେ ଦୁଇ ଦେଶର ସୀମାର ଅନେକ ସ୍ଥାନରେ ଅନେକ ଅନୁପ୍ରବେଶ ରୋକିଲାଣି ସେନା।

ଏହି କ୍ରମରେ ଓଡ଼ିଶାରେ ବିଶାଳ ସମୁଦ୍ର ତଟ ରହିଛି। ବୋଟ୍‌ ଯୋଗେ ବାଂଲାଦେଶୀମାନେ ଆସିବା ସମ୍ଭାବନା ଥିବାରୁ ପୋଲିସ ସତର୍କ ହୋଇଯାଇଛି। ଏଥିପାଇଁ ପାଟ୍ରୋଲିଂ ବଢ଼ାଇବାକୁ ୧୮ଟି ସାମୁଦ୍ରିକ ଥାନାକୁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷ କରି ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ାକୁ ବିଶେଷ ଭାବେ ଆଲର୍ଟ କରାଯାଇଛି।

ସମୁଦ୍ରରେ ୫ ନଟିକାଲ ମାଇଲ୍‌ ପର୍ଯ୍ୟନ୍ତ ପାଟ୍ରୋଲିଂ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା ବେଳେ ସବୁ ସାମୁଦ୍ରିକ ଥାନାକୁ ଅଧିକ ଷ୍ଟାଫ୍‌ ଓ ସହଯୋଗ ଯୋଗାଇ ଦିଆଯାଇଛି। ଏଥିପାଇଁ ତିନି ଥାକିଆ ସୁରକ୍ଷା ବ୍ୟବସ୍ଥା ହୋଇଥିବା ବେଳେ କଡ଼ା ନଜର ରଖାଯାଇଛି ବୋଲି ଡିଜିପି ଅରୁଣ ଷଡ଼ଙ୍ଗୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...

ବୀମାଭୁକ୍ତ ହେବେ ଧନୁଯାତ୍ରା ଦର୍ଶକ, ଦୁର୍ଘଟଣାରେ କଳାକାରଙ୍କ ମୃତ୍ୟୁ ହେଲେ ମିଳିବ…

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧର୍ମ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୪ତାରିଖରୁ ଆରମ୍ଭ ହେବ। ୨୦୨୬ ଜାନୁୟାରୀ ୩ ଯାଏ ଏହି ମହୋତ୍ସବ...

ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନାକୁ ଅନୁମୋଦନ, କ୍ୟାବିନେଟ୍‌ରେ ୬ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରେଶମ ଶିଳ୍ପକୁ ଅଧିକ ସଶକ୍ତ ଏବଂ ସମ୍ପ୍ରସାରିତ କରିବା ଲାଗି ରାଜ୍ୟ ସରକାର ସ୍ଥିରକରି ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନା ଆରମ୍ଭ କରିବାକୁ...

ନିଯୁକ୍ତ ହେବେ ଓଡ଼ିଆ ଶିକ୍ଷକ, ଗଣଶିକ୍ଷା ବିଭାଗର ବଡ଼ ସୂଚନା

ଭୁବନେଶ୍ୱର,୭ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି)ରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ। ସମସ୍ତ ଓଏଭିରେ ଜଣେ ଲେଖାଏ ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ...

ଅଙ୍ଗନଓ୍ୱାଡି ପାଇଁ ବଡ଼ ଘୋଷଣା, ପ୍ରଭାତୀ କହିଲେ…

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ପ୍ରଥମେ ୫, ପରେ ୭ ଓ ୧୨ ଲକ୍ଷ ଟଙ୍କା ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ପ୍ରଥମେ ଦେଉଥିଲେ। ଏବେ ଅଙ୍ଗନଓ୍ୱାଡି...

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri