Posted inଜାତୀୟ

ମୁଖ୍ୟମନ୍ତ୍ରୀ ପଦରୁ ହେମନ୍ତ ହଟିବା ଆଶଙ୍କା, ୨ ସପ୍ତାହ ମଧ୍ୟରେ ଆସିବ ଇସିଙ୍କ ନିଷ୍ପତ୍ତି…

ରାଞ୍ଚି, ୨୧।୮ : ଖଣି ଲିଜ ମାମଲାରେ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସମ୍ପୃକ୍ତି ସମ୍ପର୍କରେ ଆସନ୍ତା ୨ ସପ୍ତାହ ମଧ୍ୟରେ ନିର୍ବାଚନ ଆୟୋଗ(ଇସି) ଏହାର ରାୟ ପ୍ରଦାନ କରିବାର ସମ୍ଭାବନା ରହିଛି। ସୂଚନାନୁସାରେ, ଯଦି ହେମନ୍ତ ସୋରେନଙ୍କ ବିରୋଧରେ ଆସିଥିବା ଅଭିଯୋଗ ସତ୍ୟ ବୋଲି ପ୍ରମାଣିତ ହୁଏ, ତେବେ ତାଙ୍କୁ ମୁଖ୍ୟମନ୍ତ୍ରୀ ପଦ ହରାଇବାକୁ ପଡିପାରେ।

ଭାଜପା ନିର୍ବାଚନ ଆୟୋଗଙ୍କ ନିକଟରେ ଅଭିଯୋଗ କରିଛି ଯେ ହେମନ୍ତ ସୋରେନ ମୁଖ୍ୟମନ୍ତ୍ରୀ ପଦରେ ରହି ସରକାରୀ ଖଣି ଠିକା ଗ୍ରହଣ କରି ଅଯୋଗ୍ୟ ସାବ୍ୟସ୍ତ ହୋଇଛନ୍ତି। ଖଣି ଲିଜ ମାମଲାରେ ଏହି ଅଭିଯୋଗ ଉପରେ ନିର୍ବାଚନ ଆୟୋଗରେ ଶୁଣାଣି ଶେଷ ହୋଇଛି।

ଏହାପୂର୍ବରୁ ଅଗଷ୍ଟ ୧୨ ରେ ନିର୍ବାଚନ ଆୟୋଗ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ନିର୍ବାଚନକୁ ଚ୍ୟାଲେଞ୍ଜ କରୁଥିବା ଆବେଦନର ଶୁଣାଣି କରିଥିଲେ। ନିର୍ବାଚନ ଆୟୋଗଙ୍କ ପକ୍ଷରୁ ହେମନ୍ତ ସୋରେନଙ୍କ ଆଇନଜୀବୀଙ୍କଠାରୁ ଏକ ଲିଖିତ ଉତ୍ତର ଲୋଡ଼ା ଯାଇଥିଲା। ବରିଷ୍ଠ ଆଇନଜୀବୀ ମୀନାକ୍ଷୀ ଆରୋରା ହେମନ୍ତ ସୋରେନଙ୍କ ପକ୍ଷରୁ ନିର୍ବାଚନ ଆୟୋଗଙ୍କ ସହିତ ଦୁଇ ଘଣ୍ଟା ଯୁକ୍ତିତର୍କ କରିଥିଲେ। ସେ କହିଥିଲେ ଯେ ହେମନ୍ତ ସୋରେନଙ୍କ ନାମରେ ରାଞ୍ଚିର ଅନଗଡାରେ ଆବଣ୍ଟିତ ପଥର ଖଣି ମାମଲା ୧୯୫୧ର ଲୋକ ପ୍ରତିନିଧୀ ଅଧିନିୟମର ୯-ଏ ଅଧୀନରେ ଆସିବ ନାହିଁ।

ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭାଇ ତଥା ଦୁମକାର ଜେଏମଏମ ବିଧାୟକ ବସନ୍ତ ସୋରେନଙ୍କ ସହ ଜଡିତ ମାମଲା ମଧ୍ୟ ନିର୍ବାଚନ ଆୟୋଗଙ୍କ ନିକଟରେ ଅଛି। ଝାଡଖଣ୍ଡ ଭାଜପା ନେତାମାନେ ହେମନ୍ତ ସୋରେନ ଏବଂ ତାଙ୍କ ଭାଇ ବସନ୍ତ ସୋରେନଙ୍କ ନାମରେ ପଥର ଖଣି ଲିଜ ନେଇ ନିର୍ବାଚନ ଆୟୋଗଙ୍କ ନିକଟରେ ଅଭିଯୋଗ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କୁ ବିଧାନସଭାରୁ ଅଯୋଗ୍ୟ ଘୋଷଣା କରିବା ପାଇଁ ଲୋକ ପ୍ରତିନିଧିଙ୍କ ଅଧିନିୟମର ଧାରା ୯-ଏ ଅନ୍ତର୍ଗତ ରାଜ୍ୟପାଳଙ୍କ ନିକଟରେ ଏକ ସ୍ମାରକପତ୍ର ମଧ୍ୟ ଦାଖଲ କରାଯାଇଥିଲା। ବର୍ତ୍ତମାନ ଏସବୁ ମାମଲା ନିର୍ବାଚନ ଆୟୋଗଙ୍କ ନିକଟରେ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri