Posted inଜାତୀୟ

ମୁଖ୍ୟମନ୍ତ୍ରୀ ପଦରୁ ହେମନ୍ତ ହଟିବା ଆଶଙ୍କା, ୨ ସପ୍ତାହ ମଧ୍ୟରେ ଆସିବ ଇସିଙ୍କ ନିଷ୍ପତ୍ତି…

ରାଞ୍ଚି, ୨୧।୮ : ଖଣି ଲିଜ ମାମଲାରେ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସମ୍ପୃକ୍ତି ସମ୍ପର୍କରେ ଆସନ୍ତା ୨ ସପ୍ତାହ ମଧ୍ୟରେ ନିର୍ବାଚନ ଆୟୋଗ(ଇସି) ଏହାର ରାୟ ପ୍ରଦାନ କରିବାର ସମ୍ଭାବନା ରହିଛି। ସୂଚନାନୁସାରେ, ଯଦି ହେମନ୍ତ ସୋରେନଙ୍କ ବିରୋଧରେ ଆସିଥିବା ଅଭିଯୋଗ ସତ୍ୟ ବୋଲି ପ୍ରମାଣିତ ହୁଏ, ତେବେ ତାଙ୍କୁ ମୁଖ୍ୟମନ୍ତ୍ରୀ ପଦ ହରାଇବାକୁ ପଡିପାରେ।

ଭାଜପା ନିର୍ବାଚନ ଆୟୋଗଙ୍କ ନିକଟରେ ଅଭିଯୋଗ କରିଛି ଯେ ହେମନ୍ତ ସୋରେନ ମୁଖ୍ୟମନ୍ତ୍ରୀ ପଦରେ ରହି ସରକାରୀ ଖଣି ଠିକା ଗ୍ରହଣ କରି ଅଯୋଗ୍ୟ ସାବ୍ୟସ୍ତ ହୋଇଛନ୍ତି। ଖଣି ଲିଜ ମାମଲାରେ ଏହି ଅଭିଯୋଗ ଉପରେ ନିର୍ବାଚନ ଆୟୋଗରେ ଶୁଣାଣି ଶେଷ ହୋଇଛି।

ଏହାପୂର୍ବରୁ ଅଗଷ୍ଟ ୧୨ ରେ ନିର୍ବାଚନ ଆୟୋଗ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ନିର୍ବାଚନକୁ ଚ୍ୟାଲେଞ୍ଜ କରୁଥିବା ଆବେଦନର ଶୁଣାଣି କରିଥିଲେ। ନିର୍ବାଚନ ଆୟୋଗଙ୍କ ପକ୍ଷରୁ ହେମନ୍ତ ସୋରେନଙ୍କ ଆଇନଜୀବୀଙ୍କଠାରୁ ଏକ ଲିଖିତ ଉତ୍ତର ଲୋଡ଼ା ଯାଇଥିଲା। ବରିଷ୍ଠ ଆଇନଜୀବୀ ମୀନାକ୍ଷୀ ଆରୋରା ହେମନ୍ତ ସୋରେନଙ୍କ ପକ୍ଷରୁ ନିର୍ବାଚନ ଆୟୋଗଙ୍କ ସହିତ ଦୁଇ ଘଣ୍ଟା ଯୁକ୍ତିତର୍କ କରିଥିଲେ। ସେ କହିଥିଲେ ଯେ ହେମନ୍ତ ସୋରେନଙ୍କ ନାମରେ ରାଞ୍ଚିର ଅନଗଡାରେ ଆବଣ୍ଟିତ ପଥର ଖଣି ମାମଲା ୧୯୫୧ର ଲୋକ ପ୍ରତିନିଧୀ ଅଧିନିୟମର ୯-ଏ ଅଧୀନରେ ଆସିବ ନାହିଁ।

ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭାଇ ତଥା ଦୁମକାର ଜେଏମଏମ ବିଧାୟକ ବସନ୍ତ ସୋରେନଙ୍କ ସହ ଜଡିତ ମାମଲା ମଧ୍ୟ ନିର୍ବାଚନ ଆୟୋଗଙ୍କ ନିକଟରେ ଅଛି। ଝାଡଖଣ୍ଡ ଭାଜପା ନେତାମାନେ ହେମନ୍ତ ସୋରେନ ଏବଂ ତାଙ୍କ ଭାଇ ବସନ୍ତ ସୋରେନଙ୍କ ନାମରେ ପଥର ଖଣି ଲିଜ ନେଇ ନିର୍ବାଚନ ଆୟୋଗଙ୍କ ନିକଟରେ ଅଭିଯୋଗ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କୁ ବିଧାନସଭାରୁ ଅଯୋଗ୍ୟ ଘୋଷଣା କରିବା ପାଇଁ ଲୋକ ପ୍ରତିନିଧିଙ୍କ ଅଧିନିୟମର ଧାରା ୯-ଏ ଅନ୍ତର୍ଗତ ରାଜ୍ୟପାଳଙ୍କ ନିକଟରେ ଏକ ସ୍ମାରକପତ୍ର ମଧ୍ୟ ଦାଖଲ କରାଯାଇଥିଲା। ବର୍ତ୍ତମାନ ଏସବୁ ମାମଲା ନିର୍ବାଚନ ଆୟୋଗଙ୍କ ନିକଟରେ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?