ତୃତୀୟ ବିଶ୍ୱଯୁଦ୍ଧ ଆଶଙ୍କା ଘନେଇଲା,ରୁଷିଆ ସୀମାରେ ନାଟୋର ମିଳିତ ସମରାଭ୍ୟାସ…

ମସ୍କୋ,୧୪।୩ : ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ଜାରି ରହିଥିବାବେଳେ ନାଟୋର କାର୍ଯ୍ୟ ନେଇ ଅନ୍ତର୍ଜାତୀୟସ୍ତରରେ ଚିନ୍ତା ବଢ଼ିବାରେ ଲାଗିଛି। ସୋମବାରଠାରୁ ନାଟୋର ମିଳିତ ସୈନ୍ୟବାହିନୀ ପକ୍ଷରୁ ରୁଷିଆ ସୀମାରେ ସମରାଭ୍ୟାସ ଆରମ୍ଭ ହୋଇଛି। ଏଥିରେ ନାଟୋର ୩୫ ହଜାରରୁ ଅଧିକ ସୈନ୍ୟ ଯୋଗ ଦେଇଛନ୍ତି। ଏହାଦ୍ୱାରା ତୃତୀୟ ବିଶ୍ୱଯୁଦ୍ଧ ଆଶଙ୍କା ଘନେଇବାରେ ଲାଗିଛି।

ଏହି ସମରାଭ୍ୟାସରେ ୨୦୦ ଯୁଦ୍ଧ ବିମାନ ଏବଂ ୫୦ ଯୁଦ୍ଧପୋତକୁ ସାମିଲ କରାଯାଇଛି। ଏହି ସମରାଭ୍ୟାସ ଆରମ୍ଭ କରିବାର ଗୋଟିଏ ଦିନ ପୂର୍ବରୁ ରୁଷିଆ ନାଟୋକୁ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେବାକୁ ଯାଇ ୟୁକ୍ରେନର ପଶ୍ଚିମ ସୀମାରେ ଥିବା ଏକ ସାମରିକ ତାଲିମ କେନ୍ଦ୍ର ଉପରେ ଏୟାର ଷ୍ଟ୍ରାଇକ ଆରମ୍ଭ କରିଛି। ଏଥିରେ ୩୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୧୩୪ ଜଣ ଆହତ ହୋଇଛନ୍ତି।

ଏହି ଅଞ୍ଚଳ ନାଟୋ ସଦସ୍ୟ ପୋଲାଣ୍ଡ ସହିତ ସୀମାଠାରୁ ୨୫ କିଲୋମିଟର ଦୂରରେ ଥିବା କୁହାଯାଉଛି। ଏହି ବିଶାଳ ସାମରିକ ତାଲିମ କେନ୍ଦ୍ର ଉପରେ ୩୦ରୁ ଅଧିକ କ୍ଷେପଣାସ୍ତ୍ର ମାଡ଼ କରାଯାଇଥିଲା। ଏହି କେନ୍ଦ୍ରର ପ୍ରଶିକ୍ଷକମାନେ ଆମେରିକା ଏବଂ ନାଟୋର ବୋଲି କୁହାଯାଉଛି।

ରୁଷିଆର ଏଭଳି କାର୍ଯ୍ୟ ପରେ ନାଟୋ ବାହିନୀ ଏବେ କିଭଳି ଆଭିମୁଖ୍ୟ ଗ୍ରହଣ କରୁଛି ସେ ନେଇ ଅନ୍ତର୍ଜାତୀୟସ୍ତରରେ ଚିନ୍ତା ବଢ଼ିବାରେ ଲାଗିଛି। ନାଟୋ ସକ୍ରିୟ ଯୁଦ୍ଧରେ ସାମିଲ ହେଲେ ତୃତୀୟ ବିଶ୍ୱଯୁଦ୍ଧ ଆରମ୍ଭ ହେବା ନେଇ ଆଶଙ୍କା ବୃଦ୍ଧି ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୫୬ ଭୋଗ ନ ଥିଲେ ବି ପ୍ରସନ୍ନ ହେବେ କାହ୍ନା! ଜନ୍ମାଷ୍ଟମୀରେ ବାଳଗୋପାଳଙ୍କୁ ଚଢ଼ାନ୍ତୁ ଏହି ୫ଟି ପ୍ରିୟ ଜିନିଷ; ଜାଣନ୍ତୁ ବିଧି

ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ଭାବେ ସାରା ଦେଶରେ ଉତ୍ସାହର ସହ ପାଳନ କରାଯାଏ। ଏହି ଦିନ ଭକ୍ତମାନେ ବ୍ରତ ରଖି ମଧ୍ୟରାତ୍ରିରେ ବାଳଗୋପାଳଙ୍କ…

ଖେଳାଳିଙ୍କୁ ମିଳୁନି ବିଶ୍ରାମ! ବାରମ୍ବାର ଆହତ ହେବା ନେଇ BCCIର ବଡ଼ ଖୁଲାସା, ବଦଳିବ ରଣନୀତି

ମୁମ୍ବାଇ,୩।୯: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (BCCI)ର ମୁଖ୍ୟ କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିସିସିଆଇ ସମ୍ପାଦକ ଦେବଜୀତ୍ ଶୈକିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

୧୧ ବର୍ଷ ଧରି କେଶ ଖାଉଥିଲେ ଛାତ୍ରୀ; ଏବେ ଡାକ୍ତର ତାଙ୍କ ପେଟରୁ ବାହାର କଲେ ୧.୧୬ କିଲୋଗ୍ରାମର ଗଣ୍ଠି

ନୂଆଦିଲ୍ଲୀ,୩।୯: ଦିଲ୍ଲୀର ଦ୍ୱାରକାସ୍ଥିତ ମଣିପାଲ ହସ୍ପିଟାଲର ଡାକ୍ତରମାନେ ଜଣେ 20 ବର୍ଷୀୟ ଛାତ୍ରୀଙ୍କ ପେଟରୁ 1.16 କିଲୋଗ୍ରାମ ଓଜନର ଏକ ବଡ଼ କେଶ ପିଣ୍ଡ ବାହାର କରିଛନ୍ତି।…

ସ୍ମୃତି ମନ୍ଧାନାଙ୍କ ଡବଲ ଧମାକା: କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ଏବଂ ରନ ପାଇଁ ଏକ ବିଶ୍ୱ ରେକର୍ଡ ସ୍ଥାପନ…

ଓଡ଼ିଶାର ୧୪ OAS ଅଫିସରଙ୍କୁ IAS ପଦୋନ୍ନତି: କେନ୍ଦ୍ର ସରକାର ଜାରି କଲେ ବିଜ୍ଞପ୍ତି… ଦେଖନ୍ତୁ ପୁରା ତାଲିକା

ଭୁବନେଶ୍ୱର,୩।୯: ଓଡ଼ିଶା ପ୍ରଶାସନିକ ସେବା (OAS) କ୍ୟାଡରର ୧୪ ଜଣ ବରିଷ୍ଠ ଅଫିସରଙ୍କୁ ଭାରତୀୟ ପ୍ରଶାସନିକ ସେବା (IAS) ପାହ୍ୟାକୁ ପଦୋନ୍ନତି ମିଳିଛି। କେନ୍ଦ୍ର କାର୍ମିକ, ଜନ…

ପ୍ରଶ୍ନ କଲେ ଉଦୟନିଧି ଷ୍ଟାଲିନ, ମୁଖ୍ୟମନ୍ତ୍ରୀ ବିଜୟ କହିଲେ ସୋମବାର ଦେବି ଉତ୍ତର

ଚେନ୍ନାଇ,୩।୯: ଆଇନ ଶୃଙ୍ଖଳା ପ୍ରସଙ୍ଗରେ ଡିଏମକେ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିବାରୁ ତାମିଲନାଡୁ ବିଧାନସଭାରେ ଏକ ବିଶୃଙ୍ଖଳିତ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାର ଜବାବରେ, ମୁଖ୍ୟମନ୍ତ୍ରୀ ବିଜୟ…

ବଲିଉଡ୍‌ରେ ଆଉ ଜଣେ ଷ୍ଟାର୍ କିଡ୍‌ଙ୍କ ଏଣ୍ଟ୍ରି! ମଲାଇକା-ଅରବାଜଙ୍କ ପୁଅ ଅରହାନ କରିବେ ଡେବ୍ୟୁ…

ମୁମ୍ବାଇ: ଦୀର୍ଘଦିନରୁ ଚାଲିଥିବା ଚର୍ଚ୍ଚାରେ ଲାଗିଲା ବିରାମ। ବଲିଉଡ ଅଭିନେତ୍ରୀ ମଲାଇକା ଅରୋରା ଏବଂ ଅରବାଜ ଖାନଙ୍କ ପୁଅ ଅରହାନ ଖାନ ବଲିଉଡ ଡେବ୍ୟୁ କରିବା ସ୍ପଷ୍ଟ…

୬ ଦିନର ହ୍ରାସ ପରେ ହଠାତ ଏତିକି ମହଙ୍ଗା ହେଲା ସୁନା, ରୁପା ଦର ବି ଆକାଶଛୁଆଁ: ୧୦ ଗ୍ରାମକୁ ଏବେ ଗଣିବେ… 

ନୂଆଦିଲ୍ଲୀ,୩।୯: ଦେଶର ରାଜଧାନୀ ଦିଲ୍ଲୀରେ ଲଗାତାର ୬ ଦିନ ଧରି ସୁନା ଏବଂ ରୁପା ଦର ହ୍ରାସ ପାଇବା ପରେ ଆଜି ଏକ ବଡ଼ ଧରଣର ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri