Posted inଜାତୀୟ

ରାମ ମନ୍ଦିର ଉଡ଼ାଇଦେବାକୁ ଧମକ

ମୋତିହାରି,୫।୨: ଅଯୋଧ୍ୟାର ରାମମନ୍ଦିରକୁ ବିସ୍ଫୋରଣରେ ଉଡ଼ାଇଦେବାକୁ ଧମକ ଦେଇଥିବା ଅଭିଯୋଗରେ ବେଆଇନ ଘୋଷିତ ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ)ର ୩ ଜଣ ସନ୍ଦିଗ୍ଧଙ୍କୁ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଶନିବାର ସକାଳେ ବିହାରର ମୋତିହାରି ଜିଲାରେ ଅଟକ ରଖିଛି। ଏନ୍‌ଆଇଏ ଏବଂ ବିହାର ପୋଲିସ ଜିଲାର କୌନଓ୍ବାନ ଗ୍ରାମରେ ମିଳିତ ଚଢ଼ାଉ କରିଥିଲେ। ଅଭିଯୁକ୍ତମାନଙ୍କୁ ଏନ୍‌ଆଇଏ ଏବଂ ଅନ୍ୟ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ଜେରା କରୁଛନ୍ତି। ଜାନୁୟାରୀ ୩୧ରେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଥିଲା। ଫେସ୍‌ବୁକ୍‌ରେ ଉସ୍‌ମାନ ନାମକ ଜଣେ ବ୍ୟକ୍ତି ରାମମନ୍ଦିରକୁ ଉଡାଇଦେବା ସହ ସେଠାରେ ବାବ୍ରୀ ମସ୍‌ଜିଦ ନିର୍ମାଣ କରିବାକୁ ଧମକ ଦେଇଥିଲେ। ଏହି ଭିଡିଓ ଭାଇରାଲ ପରେ ଏନ୍‌ଆଇଏ ପକ୍ଷରୁ ଚଢ଼ାଉ ଜାରି ରହିଛି। ରାମଲାଲାଙ୍କ ମୂର୍ତ୍ତି ନିର୍ମାଣ ଲାଗି ନେପାଳରୁ ଅଯୋଧ୍ୟାକୁ ଦେବଶିଳା ଯାତ୍ରା ବେଳେ ସୋସିଆଲ ମିଡିଆରେ ଭିଡିଓ ଭାଇରାଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତି ଏମିତି ଏକ ପ୍ରବନ୍ଧ ଲେଖିବାରୁ ଦଣ୍ଡ କମ୍‌ କରି ଦେଲେ ହାଇକୋର୍ଟ

ମୁମ୍ବାଇ,୧୧।୨: ବମ୍ବେ ହାଇକୋର୍ଟ ଜଣେ ନାବାଳିକା ଝିଅକୁ ବଳାତ୍କାର କରିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କ ଆଜୀବନ କାରାଦଣ୍ଡକୁ ୧୨ ବର୍ଷକୁ ହ୍ରାସ କରିଛନ୍ତି।…

‘ବନ୍ଦେ ମାତରମ’କୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି: ଏଣିକି ଠିଆ ହେବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୧।୨: ବନ୍ଦେ ମାତରମ ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଦ୍ୱାରା ଜାରି ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ, ବନ୍ଦେ ମାତରମ ପାଇଁ ଠିଆ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ: ପ୍ରଭାବିତ ହୋଇପାରେ ସେବା, ସତର୍କ କଲା SBI

ମୁମ୍ବାଇ,୧୧।୨: ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ପାଇଁ ବିଭିନ୍ନ ବ୍ୟାଙ୍କ କର୍ମଚାରୀ ସଙ୍ଘ ଆହ୍ୱାନ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ଫେବୃଆରୀ ୧୨ରେ ଭାରତ ବନ୍ଦ, ଜାଣନ୍ତୁ ବ୍ୟାଙ୍କ ଖୋଲା ରହିବ ନା ବନ୍ଦ…

ନୂଆଦିଲ୍ଲୀ,୧୦।୨: ଯଦି ଆପଣଙ୍କର କୌଣସି ବ୍ୟାଙ୍କ କିମ୍ୱା ସରକାରୀ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ କାମ ଅଛି ଏବଂ ଆପଣ ଏହାକୁ ଫେବୃଆରୀ 12 ତାରିଖରେ ସମାପ୍ତ କରିବାକୁ ଯୋଜନା…

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri