Posted inଜାତୀୟ

ଗୋରଖନାଥ ମନ୍ଦିର ଓ ଯୋଗୀ ଆଦିତ୍ୟନାଥଙ୍କୁ ବୋମାରେ ଉଡାଇ ଦେବାକୁ ଧମକ

ଲକ୍ଷ୍ନୌ,୬ ।୨: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ଗୋରଖନାଥ ମନ୍ଦିରକୁ ବୋମା ଲଗାଇ ଉଡାଇ ଦେବାକୁ ଧମକ ଦିଆଯାଇଛି । ଶୁକ୍ରବାର ବିଳମ୍ବିତ ରାତିରେ ଏହି ଧମକ ମିଳିବା ପରେ ସବୁଠି ଭୟର ବାତାବରଣ ସୃଷ୍ଟି ହୋଇଛି । ଲେଡି ଡନ ନାମରେ ଥିବା ଏକ ଟୁଇଟର ଆକାଉଣ୍ଟରେ ମିରଠ ସହ ଲକ୍ଷ୍ନୌ ସ୍ଥିତ ବିଧାନସଭାକୁ ଉଡାଇ ଦେବାକୁ ଧମକ ଦିଆଯାଇଛି । ଏହାପରେ ପୋଲିସ ପକ୍ଷରୁ ଗୋରଖନଥ ମନ୍ଦିର ନିକଟରେ ଥିବା ଗାଡି ଗୁଡିକର ଯାଞ୍ଚ କରାଯାଇଛି । ଏହାକୁ ନେଇ ଏକ ମାମଲା ଦାୟର କରାଯିବା ସହ ପୋଲିସ ଯାଞ୍ଚ ଆରମ୍ଭ କରିଦେଇଛି ।
ସୂଚନାଯୋଗ୍ୟ, ଲେଡି ଡନ ନାମକ ଟୁଇଟର ହ୍ୟାଣ୍ଡେଲରୁ ଗୋଟିଏ ପରେ ଗୋଟିଏ ଟୁଇଟ୍ କରାଯାଇଛି । ପ୍ରଥମ ଟୁଇଟରେ ଲେଖାଯାଇଛି ବିଧାନସଭା, ଲକ୍ଷ୍ନୌ ରେଲୱେ ଷ୍ଟେଶନ ଓ ବସଷ୍ଟାଣ୍ଡରେ ବୋମା ଲଗାଇ ଦିଆଯାଇଛି । ଯୋଗୀ ଆଦିତ୍ୟନାଥଙ୍କୁ ବି ହତ୍ୟା କରାଯିବ । ଏକ ଘଣ୍ଟା ପରେ ଭୀମ ସେନାର ଅଧ୍ୟକ୍ଷ ସୀମା ସିଂ ମାନବ ବୋମା ହୋଇ ଯୋଗୀ ଆଦିତ୍ୟନାଥଙ୍କୁ ମାରିବେ । ଶହୀଦ ବୋମା ଲଗାଇ ଦେଇଛନ୍ତି । ଏହାକୁ ଦେଖିବା ପରେ ପୋଲିସର ନିଦ ହଜିଯାଇଛି । ପୁଣିଥରେ ଟୁଇଟ୍ କରାଯାଇଛି କି ଗୋରଖନାଥ ମଠରେ ୮ଟି ସ୍ଥାନରେ ସୁଲେମାନ ଭାଇ ବୋମା ଲଗାଇ ଦେଇଛି । ଏଥିରେ ଯୋଗୀ ଆଦିତ୍ୟନାଥଙ୍କ ଖପୁରି ଉଠିଯିବ । ଟୁଇଟ୍‌ରେ ପୁଣିଥରେ ସୀମା ସିଂଙ୍କ ନାମ ବ୍ୟବହାର କରାଯାଇଛି । ଏକ ଘଣ୍ଟା ପରେ ପୁଣିଥରେ ଟୁଇଟରେ ଲେଖାଯାଇଛି କି ମିରଠରେ ୧୦ଟି ସ୍ଥାନରେ ବୋମା ଲଗାଇ ଦିଆଯାଇଛି । ପୋଲିସ ତତ୍‌କ୍ଷଣାତ୍ ଯାଞ୍ଚ କରିଥିଲେ ବି କୌଣସି ଆପତ୍ତିଜନକ ଜିନିଷ ମିଳି ନାହିଁ । ତଥାପି ପୋଲିସ ଯାଞ୍ଚ କାର୍ଯ୍ୟ ଜାରି ରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri