ଭାଇବୋହୂଙ୍କୁ ହତ୍ୟା ଧମକ: ଜେଲ୍‌ ଗଲେ ଦେଢ଼ଶୁର

ଦିଗପହଣ୍ଡି,୨ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ଜଗନ୍ନାଥ ପ୍ରଧାନ ଏବଂ ପ୍ରଶାନ୍ତ ପ୍ରଧାନଙ୍କୁ ବୁଧବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। କେସ୍‌ ନଂ.୧୩୫/୨୧ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତ ଦ୍ୱୟଙ୍କୁ ଦିଗପହଣ୍ଡି ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି। ଗତ ସୋମବାର ସନ୍ଧ୍ୟାରେ ଅଭିଯୁକ୍ତ ଜଗନ୍ନାଥ ତାଙ୍କ ସାନ ଭାଇ ଅଭିମନ୍ୟୁଙ୍କ ଘରକୁ ଯାଇ ଭାଇବୋହୂ ଲକ୍ଷ୍ମୀଙ୍କୁ ଅଶ୍ଳୀଳ ଭାଷାରେ ଗାଳି ଗୁଲଜ କରିବା ସହ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ସେ ପ୍ରତିବାଦ କରିବାରୁ ଜଗନ୍ନାଥଙ୍କ ସ୍ତ୍ରୀ ଅନସୂୟା, ପୁଅ ରାମେଶ୍ବର ଏବଂ ତାଙ୍କ ସମ୍ପର୍କୀୟ ପ୍ରଶାନ୍ତ ଘରପାଖକୁ ଆସି ତାଙ୍କୁ ଗାଁ ରାସ୍ତାରେ ଉଲଗ୍ନ କରି ମାଡ଼ ମାରିବାକୁ ଚେତାବନୀ ଦେଇଥିଲେ। ଏନେଇ ଲକ୍ଷ୍ମୀଙ୍କ ଏତଲା କ୍ରମେ ଅଭିଯୁକ୍ତମାନଙ୍କ ନାଁରେ ମାମଲା ରୁଜୁ କରାଯାଇଥିଲା ବୋଲି ଆଇଆଇସି ବସନ୍ତ କୁମାର ସେଠୀ କହିଛନ୍ତି। ଅଭିଯୁକ୍ତମାନେ ଗତ କିଛିବର୍ଷ ହେଲା ଅଭିମନ୍ୟୁଙ୍କ ଚାଷଜମି, ଘରବାଡ଼ି ପ୍ରଭୃତି ସ୍ଥାବର ସମ୍ପତ୍ତି ଜବରଦଖଲ କରି ହଡ଼ପ ପାଇଁ ଉଦ୍ୟମ ଚଳାଇଛନ୍ତି। ଏପରିକି ଅନେକ ଥର ଅଭିମନ୍ୟୁ ଓ ତାଙ୍କ ସ୍ତ୍ରୀ ଲକ୍ଷ୍ମୀଙ୍କୁ ଅଭିଯୁକ୍ତମାନେ ପ୍ରବଳ ମାଡ଼ ମାରି ଲହୁଲୁହାଣ କରି ପକାଇଥିଲେ। ସେମାନଙ୍କ ନାଁରେ ଦିଗପହଣ୍ଡି ଥାନାରେ ପୂର୍ବରୁ ଏକାଧିକ ମାମଲା ରହିଥିବା ପ୍ରାଥମିକ ଅନୁସନ୍ଧାନରୁ ଜଣାପଡ଼ିଥିବା ତଦନ୍ତକାରୀ ଅଧିକାରୀ ଏଏସଆଇ ଅମୂଲ୍ୟ କୁମାର ମିଶ୍ର ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ଅଙ୍ଗଦାନ କରିଥିବା ମହିଳାଙ୍କୁ ଦିଆଗଲା ଗାର୍ଡ ଅଫ ଅନର

ହାଟଡିହୀ,୧୮l୪(ଶୁଭକାନ୍ତ ନାୟକ): ବିଭିନ୍ନ ସମୟରେ ଅଙ୍ଗଦାନ କରୁଥିବା ବ୍ୟକ୍ତି ବିଶେଷ ଏକ ସ୍ବତନ୍ତ୍ର ଉଦାହରଣ ସୃଷ୍ଟି କରି ସମାଜକୁ ଏକ ନୂତନ ଦିଗଦର୍ଶନ ଦେଇଥାନ୍ତି, ଯାହାକି...

ମୁଁ ମୁଖ୍ୟମନ୍ତ୍ରୀଙ୍କ ସୈନିକ, ଦଳର ସ୍ବାର୍ଥ ଲାଗି ଲଢ଼ିବି: ରୋହିତ  

ସମ୍ବଲପୁର,୧୮।୪:  ସମ୍ବଲପୁର ବିଧାନସଭା ଆସନ ପାଇଁ ବିଜେଡି ଦଳ ପକ୍ଷରୁ ପୁର୍ବରୁ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଛିଡା କରାଯାଇଥିଲା। ହେଲେ ବୁଧବାର ଘୋଷିତ ୫ମ ସୂଚୀରେ ପ୍ରସନ୍ନଙ୍କୁ...

ନାମଯଜ୍ଞବେଳେ ଫୁଟିଲା ଗୁଳି: ଜଣେ ଗୁରୁତର

କଣ୍ଟାମାଳ,୧୮।୪: କଣ୍ଟାମାଳ ଥାନା ଲମ୍ବେସ୍ବରୀ ଗ୍ରାମପଞ୍ଚାୟତର ପିପଲପାଳି ଗ୍ରାମରେ ରାମନବମୀ ପାଇଁ ନାମଯଜ୍ଞ ଅନୁଷ୍ଠିତ ହୋଇଥିଲା। ଏହି ସମୟରେ କିଛି ଦୁର୍ବୁତ୍ତ ସେଠାରେ ଗୁଳିମାଡ଼ କରିଥିଲେ।...

ଶ୍ରୀକ୍ଷେତ୍ରରେ ସାହିଯାତ ଆରମ୍ଭ

ପୁରୀ,୧୮ା୪(ଅଜିତ ମହାନ୍ତି)ପବିତ୍ର ରାମନବମୀ ଅବସରରେ ବୁଧବାରଠାରୁ ଶ୍ରୀମନ୍ଦିର ଓ ଶ୍ରୀକ୍ଷେତ୍ରରେ ସାହିଯାତ ଆରମ୍ଭ ହୋଇଛି। ସହିଯାତ ପାଇଁ ଉତ୍ସବମୁଖର ହୋଇପଡ଼ିଛି ଶ୍ରୀକ୍ଷେତ୍ର। ଶ୍ରୀରାମଙ୍କ ଜନ୍ମଲୀଳାଠାରୁ ଆରମ୍ଭ...

ପୁଣି କର୍ମଚାରୀ ଛଟେଇ କଲା ଗୁଗ୍‌ଲ

କାଲିଫର୍ନିଆ, ୧୮।୪: ବଡ ଆଇଟି କମ୍ପାନୀଗୁଡିକ ଆଜିକାଲି ଏକ ସମ୍ଭାବ୍ୟ ମାନ୍ଦାବସ୍ଥାର ସମ୍ମୁଖୀନ ହେଉଛନ୍ତି। ଖର୍ଚ୍ଚ ହ୍ରାସ କରିବାକୁ ଏହି କମ୍ପାନୀଗୁଡିକ କର୍ମଚାରୀଙ୍କ ଉପରେ ଛଟେଇ...

ଅପରାଜିତାଙ୍କ ବିପକ୍ଷରେ ୨ ଯୁବନେତା

ଖୋର୍ଦ୍ଧା,୧୮।୪(ପ୍ରଭାତ ପାଣିଗ୍ରାହୀ)ଭୁବନେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ଭାଜପା ଅପରାଜିତା ଷଡ଼ଙ୍ଗୀ, ବିଜେଡି ମନ୍ମଥ ରାଉତରାୟ ଏବଂ କଂଗ୍ରେସ ୟାସିର ନୱାଜଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri