ସଲମାନଙ୍କୁ ପୁଣି ହତ୍ୟା ଧମକ, ସାହସ ଅଛି ତ ବଞ୍ଚାଅ

ମୁମ୍ବାଇ,୮ା୧୧: ବଲିଉଡ୍‌ ଅଭିନେତା ତଥା ମୋଷ୍ଟ ବ୍ୟାଚଲର ସଲମାନ ଖାନ୍‌ଙ୍କୁ ପୁଣି ହତ୍ୟା ଧମକ ମିଳିଛି। ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍‌ ପୁଣି ସଲମାନଙ୍କୁ ହତ୍ୟା ଧମକ ଦେଇଛି। ମୁମ୍ବାଇ ଟ୍ରାଫିକ୍‌ କଣ୍ଟ୍ରୋଲ୍‌ ରୁମ୍‌କୁ ଏପରି ଧମକପୂର୍ଣ୍ଣ ମେସେଜ୍‌ ଆସିଛି। ଏନେଇ ଓ୍ବାର୍ଲି ଥାନାରେ ମାମଲା ରୁଜୁ ହୋଇଥିବାବେଳେ ପୋଲିସ ଛାନ୍‌ଭିନ୍‌ ଚଳାଇଛି।

Image

ଗୁରୁବାର ରାତି ପ୍ରାୟ ୧୨ଟାରେ କଣ୍ଟ୍ରୋଲ ରୁମ୍‌କୁ ଏକ ଧମକପୂର୍ଣ୍ଣ ମେସେଜ ଆସିଥିଲା। ଏଥିରେ ଲେଖାଯାଇଛି ଯେ, ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇ ଉପରେ ଏକ ଗୀତ ଲେଖାଯାଇଛି, ଏହାକୁ ଛଡ଼ାଯିବ ନାହିଁ।

ଏହି ମେସେଜରେ ଆହୁରି ମଧ୍ୟ ଲେଖାଯାଇଛି ଯେ, ଏକ ମାସ ମଧ୍ୟରେ ଗୀତ ଲେଖକଙ୍କୁ ହତ୍ୟା କରାଯିବ, ଗୀତ ଲେଖକଙ୍କ ଅବସ୍ଥା ଏପରି ହେବ ଯେ ସେ ନିଜ ନାଁରେ ବି ଗୀତ ଲେଖି ପାରିବେ ନାହିଁ। ଯଦି ସଲମାନ ଖାନଙ୍କର ସାହସ ଅଛି ତେବେ ସେ ତାଙ୍କୁ ଆସି ବଞ୍ଚାନ୍ତୁ। ବର୍ତ୍ତମାନ ମୁମ୍ବାଇ ପୋଲିସ ଏହି ଘଟଣାର ତଦନ୍ତ କରୁଛି।

Salman Khan's friend reveals actor drove on Mumbai footpath, 'was caught by cop who did not recognise him' | Today News

ଏହାପୂର୍ବରୁ ସଲମାନଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ ରାଜସ୍ଥାନର ଜଣେ ବ୍ୟକ୍ତି ବୁଧବାର ଧରାଯାଇ ମହାରାଷ୍ଟ୍ର ପୋଲିସକୁ ହସ୍ତାନ୍ତର କରିଥିଲେ। ଅଧିକାରୀ କହିଛନ୍ତି, ଅଭିଯୁକ୍ତଙ୍କୁ ଭିକା ରାମ (୩୨)। ଯିଏକି ବିକ୍ରମ ନାମରେ ମଧ୍ୟ ଜଣାଶୁଣା ଏବଂ ସେ ରାଜସ୍ଥାନର ଜାଲୋରର ବାସିନ୍ଦା।

ହାଭେରୀ ପୋଲିସ ଅଧୀକ୍ଷକ ଅଂଶୁ କୁମାର କହିଛନ୍ତି, ମହାରାଷ୍ଟ୍ର ଏଟିଏସ (ଆତଙ୍କବାଦୀ ବିରୋଧୀ ସ୍କ୍ବାଡ୍‌) ରୁ ମିଳିଥିବା ସୂଚନାକୁ ଆଧାର କରି ହାଭେରୀ ସହରରେ ଜଣେ ବ୍ୟକ୍ତି ଧରାପଡିଥିଲେ ଏବଂ ତାଙ୍କୁ ହସ୍ତାନ୍ତର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?