ବିଜେଡି ନ ଛାଡ଼ିବାକୁ ଧମକ ଦିଆଯାଉଛି: ପ୍ରଦୀପ

ଛତ୍ରପୁର,୩୦ା୩(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମର ବିଭିନ୍ନ ନିର୍ବାଚନ ମଣ୍ଡଳୀର ନେତା, କର୍ମୀ ଓ ଠିକାଦାରମାନଙ୍କୁ ଭାଜପାରେ ନ ମିଶି ବିଜେଡିରେ ରହିବାକୁ ଦକ୍ଷିଣାଞ୍ଚଳ ରେଞ୍ଜ ଆଇଜି ଧମକ ଦେଉଛନ୍ତି ବୋଲି ଅଭିଯୋଗ କରିଛନ୍ତି ବ୍ରହ୍ମପୁର ଭାଜପା ଏମପି ପ୍ରାର୍ଥୀ ଡ. ପ୍ରଦୀପ ପାଣିଗ୍ରାହୀ। ଏଥିପ୍ରତି ଦୃଷ୍ଟିଦେବା ନିର୍ବାଚନ କମିଶନଙ୍କ ଦାୟିତ୍ୱ ରହିଛି। ଏହି ଘଟଣାର ତଦନ୍ତ କରିବାକୁ ସେ ନିର୍ବାଚନ କମିଶନଙ୍କୁ ଅନୁରୋଧ କରିଛନ୍ତି ବୋଲି କହିଛନ୍ତି। ଛତ୍ରପୁରସ୍ଥିତ ଶିବକୁମାର ପଟ୍ଟନାୟକ ରିଡିଙ୍ଗ ରୁମଠାରେ ଭାଜପାର ଏକ ସମ୍ବର୍ଦ୍ଧନା ସଭାରେ ଡ. ପାଣିଗ୍ରାହୀ ଏହି ମନ୍ତବ୍ୟ ଦେଇଛନ୍ତି।
ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଶାନ୍ତ କୁମାର କରଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ତୃଣମୁଳସ୍ତରରେ ଦଳର ସଂଗଠନକୁ ସୁଦୃଢ କରିବା ସହିତ ଗ୍ରାମାଞ୍ଚଳରେ କେନ୍ଦ୍ର ସରକାରଙ୍କ ସମସ୍ତ ଜନହିତକର ଯୋଜନା ବିଷୟରେ ଅବଗତ କରି ଜନସାଧାରଣଙ୍କ ଆସ୍ଥା ଭାଜନ ହେବାକୁ ସେ ଆହ୍ବାନ ଦେଇଥିଲେ। ଏହାସହ ଚଳିତ ସାଧାରଣ ନିର୍ବାଚନରେ ଛତ୍ରପୁର ନିର୍ବାଚନ ମଣ୍ଡଳୀରେ ଭାଜପା ପ୍ରାର୍ଥୀଙ୍କୁ ବହୁ ଭୋଟ୍‌ରେ ବିଜୟୀ କରିବା ପାଇଁ କର୍ମୀମାନେ ଏକତ୍ରିତ ହୋଇ କାର୍ଯ୍ୟ କରିବା ପାଇଁ କହିଥିଲେ। ସେ ଆହୁରି କହିଥିଲେ, ରାଜ୍ୟରେ ଖଣିଜ ସମ୍ପଦ ଲୁଟ୍‌ ଚାଲିଛି। ଭାଜପା ସରକାର ଆସିଲେ ଏହାର ତଦନ୍ତ ହେବ ଏବଂ ଉଚିତ କାର୍ଯ୍ୟାନୁଷ୍ଠାନ ହେବ। ଦୀର୍ଘବର୍ଷ ଧରି ବହୁ ଅଧିକାରୀ ଗଞ୍ଜାମ ଜିଲା ଛାଡ଼ିନାହାନ୍ତି, ଏହାର ତଦନ୍ତ କରି ପଦକ୍ଷେପ ନେବାକୁ ନିର୍ବାଚନ କମିଶନ, ଜିଲାପାଳ ଓ ଏସ୍‌ପିଙ୍କୁ ଅନୁରୋଧ କରିଛନ୍ତି। ଡବଲ ଇଞ୍ଜିନ ସରକାର ଏଥର ଆସିବ। ପୁଣି କେନ୍ଦ୍ରରେ ମୋଦି ସରକାର ଏବଂ ରାଜ୍ୟରେ ବିଜେଡିକୁ ହଟାଇ ଭାଜପା ସରକାର ଆଣିବା ପାଇଁ ଆହ୍ବାନ ଦେଇଛନ୍ତି। ଏହି ସମ୍ବର୍ଦ୍ଧନା ସଭାରେ ପ୍ରଧାନମନ୍ତ୍ରୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଭିନ୍ନ ଦଳରୁ ଆସିଥିବା ୩୦ଜଣ ଭାଜପାରେ ସାମିଲ ହୋଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଭାଜପା ଗଞ୍ଜାମ ଜିଲା ସଭାପତି ଡଃ ସୁବାସ ସାହୁ, ରାଜ୍ୟ ସମ୍ପାଦକ ସାରଦା ଶତପଥି, ରାଜ୍ୟ ଏସ୍‌ସି ମୋର୍ଚ୍ଚା ସମ୍ପାଦକ କୃଷ୍ଣଚନ୍ଦ୍ର ନାୟକ, ବ୍ରହ୍ମପୁର ଲୋକସଭା ପ୍ରଭାରୀ ଅଶୋକ ମିଶ୍ର, ଲୋକସଭା ସଂଯୋଜକ ସରୋଜ ସାବତ, ରମ୍ଭା ଏନ୍‌ଏସି ଅଧ୍ୟକ୍ଷ ମାନସ ସ୍ବାଇଁ, ଛତ୍ରପୁର ଏନ୍‌ଏସି ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ରାଜ୍ୟ ଲିଗାଲ ସେଲ ସଂଯୋଜକ ପ୍ରଦୀପ କୁମାର ପାଢୀ, ଜିଲା ସାଧାରଣ ସମ୍ପାଦକ ପ୍ରଶାନ୍ତ ନାୟକ, ଜିଲା ସାଧାରଣ ସମ୍ପାଦକ ପ୍ରଶାନ୍ତ ସେଠୀ, ନିର୍ବାଚନ ମଣ୍ଡଳୀ ପ୍ରଭାରୀ ପ୍ରବୀର ପାତ୍ର, ବନମାଳୀ ସେଠୀ ଓ ଲକ୍ଷ୍ମୀ ପଣ୍ଡା ପ୍ରମୁଖ ଯୋଗଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri