ବିଜେଡି ନ ଛାଡ଼ିବାକୁ ଧମକ ଦିଆଯାଉଛି: ପ୍ରଦୀପ

ଛତ୍ରପୁର,୩୦ା୩(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମର ବିଭିନ୍ନ ନିର୍ବାଚନ ମଣ୍ଡଳୀର ନେତା, କର୍ମୀ ଓ ଠିକାଦାରମାନଙ୍କୁ ଭାଜପାରେ ନ ମିଶି ବିଜେଡିରେ ରହିବାକୁ ଦକ୍ଷିଣାଞ୍ଚଳ ରେଞ୍ଜ ଆଇଜି ଧମକ ଦେଉଛନ୍ତି ବୋଲି ଅଭିଯୋଗ କରିଛନ୍ତି ବ୍ରହ୍ମପୁର ଭାଜପା ଏମପି ପ୍ରାର୍ଥୀ ଡ. ପ୍ରଦୀପ ପାଣିଗ୍ରାହୀ। ଏଥିପ୍ରତି ଦୃଷ୍ଟିଦେବା ନିର୍ବାଚନ କମିଶନଙ୍କ ଦାୟିତ୍ୱ ରହିଛି। ଏହି ଘଟଣାର ତଦନ୍ତ କରିବାକୁ ସେ ନିର୍ବାଚନ କମିଶନଙ୍କୁ ଅନୁରୋଧ କରିଛନ୍ତି ବୋଲି କହିଛନ୍ତି। ଛତ୍ରପୁରସ୍ଥିତ ଶିବକୁମାର ପଟ୍ଟନାୟକ ରିଡିଙ୍ଗ ରୁମଠାରେ ଭାଜପାର ଏକ ସମ୍ବର୍ଦ୍ଧନା ସଭାରେ ଡ. ପାଣିଗ୍ରାହୀ ଏହି ମନ୍ତବ୍ୟ ଦେଇଛନ୍ତି।
ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଶାନ୍ତ କୁମାର କରଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ତୃଣମୁଳସ୍ତରରେ ଦଳର ସଂଗଠନକୁ ସୁଦୃଢ କରିବା ସହିତ ଗ୍ରାମାଞ୍ଚଳରେ କେନ୍ଦ୍ର ସରକାରଙ୍କ ସମସ୍ତ ଜନହିତକର ଯୋଜନା ବିଷୟରେ ଅବଗତ କରି ଜନସାଧାରଣଙ୍କ ଆସ୍ଥା ଭାଜନ ହେବାକୁ ସେ ଆହ୍ବାନ ଦେଇଥିଲେ। ଏହାସହ ଚଳିତ ସାଧାରଣ ନିର୍ବାଚନରେ ଛତ୍ରପୁର ନିର୍ବାଚନ ମଣ୍ଡଳୀରେ ଭାଜପା ପ୍ରାର୍ଥୀଙ୍କୁ ବହୁ ଭୋଟ୍‌ରେ ବିଜୟୀ କରିବା ପାଇଁ କର୍ମୀମାନେ ଏକତ୍ରିତ ହୋଇ କାର୍ଯ୍ୟ କରିବା ପାଇଁ କହିଥିଲେ। ସେ ଆହୁରି କହିଥିଲେ, ରାଜ୍ୟରେ ଖଣିଜ ସମ୍ପଦ ଲୁଟ୍‌ ଚାଲିଛି। ଭାଜପା ସରକାର ଆସିଲେ ଏହାର ତଦନ୍ତ ହେବ ଏବଂ ଉଚିତ କାର୍ଯ୍ୟାନୁଷ୍ଠାନ ହେବ। ଦୀର୍ଘବର୍ଷ ଧରି ବହୁ ଅଧିକାରୀ ଗଞ୍ଜାମ ଜିଲା ଛାଡ଼ିନାହାନ୍ତି, ଏହାର ତଦନ୍ତ କରି ପଦକ୍ଷେପ ନେବାକୁ ନିର୍ବାଚନ କମିଶନ, ଜିଲାପାଳ ଓ ଏସ୍‌ପିଙ୍କୁ ଅନୁରୋଧ କରିଛନ୍ତି। ଡବଲ ଇଞ୍ଜିନ ସରକାର ଏଥର ଆସିବ। ପୁଣି କେନ୍ଦ୍ରରେ ମୋଦି ସରକାର ଏବଂ ରାଜ୍ୟରେ ବିଜେଡିକୁ ହଟାଇ ଭାଜପା ସରକାର ଆଣିବା ପାଇଁ ଆହ୍ବାନ ଦେଇଛନ୍ତି। ଏହି ସମ୍ବର୍ଦ୍ଧନା ସଭାରେ ପ୍ରଧାନମନ୍ତ୍ରୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଭିନ୍ନ ଦଳରୁ ଆସିଥିବା ୩୦ଜଣ ଭାଜପାରେ ସାମିଲ ହୋଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଭାଜପା ଗଞ୍ଜାମ ଜିଲା ସଭାପତି ଡଃ ସୁବାସ ସାହୁ, ରାଜ୍ୟ ସମ୍ପାଦକ ସାରଦା ଶତପଥି, ରାଜ୍ୟ ଏସ୍‌ସି ମୋର୍ଚ୍ଚା ସମ୍ପାଦକ କୃଷ୍ଣଚନ୍ଦ୍ର ନାୟକ, ବ୍ରହ୍ମପୁର ଲୋକସଭା ପ୍ରଭାରୀ ଅଶୋକ ମିଶ୍ର, ଲୋକସଭା ସଂଯୋଜକ ସରୋଜ ସାବତ, ରମ୍ଭା ଏନ୍‌ଏସି ଅଧ୍ୟକ୍ଷ ମାନସ ସ୍ବାଇଁ, ଛତ୍ରପୁର ଏନ୍‌ଏସି ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ରାଜ୍ୟ ଲିଗାଲ ସେଲ ସଂଯୋଜକ ପ୍ରଦୀପ କୁମାର ପାଢୀ, ଜିଲା ସାଧାରଣ ସମ୍ପାଦକ ପ୍ରଶାନ୍ତ ନାୟକ, ଜିଲା ସାଧାରଣ ସମ୍ପାଦକ ପ୍ରଶାନ୍ତ ସେଠୀ, ନିର୍ବାଚନ ମଣ୍ଡଳୀ ପ୍ରଭାରୀ ପ୍ରବୀର ପାତ୍ର, ବନମାଳୀ ସେଠୀ ଓ ଲକ୍ଷ୍ମୀ ପଣ୍ଡା ପ୍ରମୁଖ ଯୋଗଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri