ଓଡିଶା ସରକାରଙ୍କୁ ଟାର୍ଗେଟ କଲେ ମହୁଆ ମୋଇତ୍ରା, ‘ବଙ୍ଗାଳୀଙ୍କୁ ଧମକ ଦେଇ…’

ଭୁବନେଶ୍ୱର,୩।୧୨: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରା ବୁଧବାର ଓଡ଼ିଶାର ନୟାଗଡ଼ ଜିଲା ପୋଲିସ ଉପରେ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ ନୟାଗଡ଼ ପୋଲିସ୍ ଚାରି ଜଣ ବଙ୍ଗାଳୀ ଭାଷାଭାଷୀ ମୁସଲିମ୍ ବ୍ୟବସାୟୀଙ୍କୁ ବଳପୂର୍ବକ ରାଜ୍ୟରୁ ବାହାର କରିଦେଇଛି, ଯେଉଁମାନଙ୍କ ପାଖରେ ଭାରତୀୟ ନାଗରିକତାର ପ୍ରମାଣ (ଆଧାର ଓ ଭୋଟର ଆଇଡି) ଥିଲା।

ମହୁଆ ମୋଇତ୍ରା ଏକ ଭିଡିଓ ବାର୍ତ୍ତାରେ କହିଛନ୍ତି ଯେ ଏହି ଚାରିଜଣ ଶ୍ରମିକ ଗତ ୧୮ ବର୍ଷ ଧରି ନୟାଗଡ଼ରେ ରହି ଶୀତବସ୍ତ୍ର ବିକ୍ରି କରି ପେଟ ପୋଷୁଥିଲେ। ପୋଲିସ୍ ସେମାନଙ୍କୁ ‘ରୋହିଙ୍ଗ୍ୟା’ କିମ୍ବା ‘ବାଂଲାଦେଶୀ’ କହି ମିଥ୍ୟା ଅଭିଯୋଗରେ ନଭେମ୍ବର ୨୭ ତାରିଖରେ ‘ବେଆଇନ ଭାବେ ଉଠାଇ ନେଇଥିଲା’।

ବାରମ୍ବାର ଅନୁରୋଧ ପରେ ପୋଲିସ୍ ସେମାନଙ୍କୁ ଛାଡ଼ିଥିଲା ସତ, କିନ୍ତୁ ୪୮ ଘଣ୍ଟା ମଧ୍ୟରେ ରାଜ୍ୟ ଛାଡ଼ିବାକୁ ଧମକ ଦେଇଥିଲା। ଏହି ଚାପ ଯୋଗୁଁ ଘର ମାଲିକ ମଧ୍ୟ ସେମାନଙ୍କୁ ତୁରନ୍ତ ବାହାର କରିଦେବାରୁ ସେମାନେ ପ୍ରାୟ ୨ ଲକ୍ଷ ଟଙ୍କାର ସାମଗ୍ରୀ ଛାଡ଼ି ରାତି ଅଧିଆ ଛାଡ଼ିବାକୁ ବାଧ୍ୟ ହୋଇଥିଲେ।

ସାଂସଦ ମୋଇତ୍ରା ପୋଲିସ୍ ଅଧିକାରୀମାନଙ୍କୁ ଚେତାବନୀ ଦେବା ସହ କହିଛନ୍ତି ଯେ ଏହି ମାମଲାକୁ କୋର୍ଟରେ ଉଠାଯିବ। ସେ କହିଛନ୍ତି, “ବିଧିଗତ ଭାବେ ରୋଜଗାର କରୁଥିବା ବଙ୍ଗାଳୀଙ୍କୁ ବାହାର କରିବାର ଅଧିକାର ଆପଣଙ୍କର ନାହିଁ।”

ଉଲ୍ଲେଖଯୋଗ୍ୟ, ତୃଣମୂଳ କଂଗ୍ରେସ ପୂର୍ବରୁ ମଧ୍ୟ ଓଡ଼ିଶା ପୋଲିସ୍ ବଙ୍ଗାଳୀ ଭାଷାଭାଷୀ ପ୍ରବାସୀ ଶ୍ରମିକମାନଙ୍କୁ ହଇରାଣ ଓ ଅଟକ ରଖୁଥିବା ଅଭିଯୋଗ କରିଥିଲା, ଯାହାକୁ ରାଜ୍ୟ କର୍ତ୍ତୃପକ୍ଷ ଖାରଜ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri